Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବିଦ୍ୟାଳୟରେ ୮୮ତମ ଉତ୍କଳ ଦିବସ ପାଳିତ
ଆଞ୍ଚଳିକ

ରଣପୁର: ବିଦ୍ୟାଳୟରେ ୮୮ତମ ଉତ୍କଳ ଦିବସ ପାଳିତ

April 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ୮୮ତମ ଉତ୍କଳ ଦିବସ ବା ଓଡ଼ିଶା ଦିବସ। ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା। ଏହି ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ ଦିବସ ବା ଓଡ଼ିଶା ଦିବସ ଭାବେ ପାଳନ କରାଯାଏ। ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ।

ଏହି ଅବସରରେ ରଣପୁର ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକରେ ଉତ୍କଳ ଦିବସ ପାଳିତ ହୋଇ ଯାଇଛି। ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣା ନେତୃତ୍ୱରେ ଏହି ଦିବସ ଧୁମଧାମର ସହ ପାଳିତ ହୋଇ ଯାଇଛି।  ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ ପ୍ରମୁଖ ଉପସ୍ଥିତ ରହି ଉତ୍କଲ ଦିବସର ଆଭିମୁଖ୍ୟ ସମ୍ପର୍କରେ ବୁଝାଇ ଥିଲେ।

ସେହିପରି ବିଲଗାଡ଼ିଆ ପ୍ରାଥମିକ ବିଦ୍ୟାଳୟ, ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପିମ୍ପଲ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୌରାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୌରାଙ୍ଗପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ନୀଳକଣ୍ଠ ଦେବ ପ୍ରାଥମିକ ବିଦ୍ୟାଳୟ, ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ, ଚାରିଅଟ ପବ୍ଲିକ ସ୍କୁଲ, କଳିଙ୍ଗ ଲୋଟସ ଆଦି ବିଦ୍ୟାଳୟଗୁଡିକରେ ଏହି ଦିବସ ପାଳିତ ହୋଇ ଯାଇଛି।

ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମନ୍ତେ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରଚେଷ୍ଟାରେ ଆନ୍ଦୋଳନ ତେଜିଥିଲା। ପ୍ରଥମେ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା। ଏହି ଅବସରରେ ଉତ୍କଳ ଦିବସ ପାଳନ ଅବସରରେ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ଉତ୍କଳ ଦିବସ ଓଡିଶା ଦିବସ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.