Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ, ବିଶ୍ୱ ଅଟିଜିମ୍‌ ସଚେତନତା ଦିବସ ପାଳିତ
ଆଜିର ଖବର

ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ, ବିଶ୍ୱ ଅଟିଜିମ୍‌ ସଚେତନତା ଦିବସ ପାଳିତ

April 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ, ବିଶ୍ୱ ଅଟିଜିମ୍‌ ସଚେତନତା ଦିବସ ପାଳିତ

ଭୁବନେଶ୍ବର: ସ୍ୱପରାୟଣତା (ଅଟିଜିମ୍‌) ରହିଥିବା ଲୋକମାନଙ୍କୁ ସ୍ନାୟବିକ ସମସ୍ୟା କାରଣରୁ ସାମାଜିକ ଭାବବିନିମୟ ଏବଂ ଯୋଗାଯୋଗ ଅସୁବିଧା ହେଉଥିବାରୁ ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ନିମନ୍ତେ ସଚେତନତା ଓ ବିଭିନ୍ନ ପଦକ୍ଷେପର ରୂପାୟନ ଦରକାର ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି।

ବିଶ୍ୱ ଅଟିଜିମ୍‌ ସଚେତନତା ଦିବସ ଅବସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ପକ୍ଷରୁ ଆଜି ସକାଳେ ଆୟୋଜିତ ଏକ ସଚେତନତା ରାଲିର ଶୁଭାରମ୍ଭ କରି ମନ୍ତ୍ରୀ ଶ୍ରୀ ପଣ୍ଡା କହିଛନ୍ତି ଯେ ସ୍ୱପରାୟଣତା ସମସ୍ୟା ରହିଥିବା ଲୋକମାନେ ମାନସିକ ସ୍ତରରେ ଅନଗ୍ରସର ହୋଇଥିଲେ ମଧ୍ୟ ସେମାନଙ୍କୁ ବିଭିନ୍ନ ପ୍ରତିବନ୍ଧକରୁ ମୁକ୍ତ କରି ବିଭିନ୍ନ କାର୍ଯ୍ୟରେ ସାମିଲ କରାଯାଇପାରିବ।

ଆଜି ସକାଳେ ସ୍ଥାନୀୟ ରାମ ମନ୍ଦିର ଛକଠାରୁ କ୍ୟାପିଟାଲ୍‌ ହାଇସ୍କୁଲ ପର୍ଯ୍ୟନ୍ତ ଯାଇଥିବା ଏହି ରାଲିରେ ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ ଓ ବିଭାଗର ଶାସନ ସଚିବ ଶ୍ରୀ ଭାସ୍କରଜ୍ୟୋତି ଶର୍ମା ଏବଂ ଅନ୍ୟାନ୍ୟ ପଦାଧିକାରୀମାନେ ସାମିଲ ହୋଇଥିଲେ।

ରାଲିରେ କ୍ୟାଚ୍‌, ଓପନ୍‌ ଲର୍ଣ୍ଣିଂ ସିଷ୍ଟମ୍‌, ଚେତନା ଇନ୍‌ଷ୍ଟିଚୁ୍ୟଟ୍‌, ରାଜ୍ୟ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସ୍ୱତନ୍ତ୍ର ଶିକ୍ଷାନୁଷ୍ଠାନର ସ୍ୱପରାୟଣମାନଙ୍କ ସମେତ ସେ୍ୱଚ୍ଛାସେବୀ, ଶିକ୍ଷକ ଓ ଅଭିଭାବକମାନେ ଯୋଗଦେଇଥିଲେ। ସ୍ୱପରାୟଣ ଛାତ୍ରଛାତ୍ରୀମାନେ ପ୍ଲା-କାର୍ଡ ଧରି ସଚେତନତାର ବାର୍ତ୍ତା ପ୍ରଚାର କରିଥିଲେ।

ଏହି ଅବସରରେ ଲୋକସେବା ଭବନ ଓ ରାଜ୍ୟ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନ (ଏସ୍‌ଆଇଇପି) ନୀଳ ଆଲୋକରେ ସଜ୍ଜିତ ହୋଇଥିଲା। ଅପରାହ୍ନରେ ଏକାମ୍ର ହାଟ ଓ ସନ୍ଧ୍ୟାରେ ଏସ୍‌ଆଇଇପିଠାରେ ସ୍ୱପରାୟଣ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.