Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟୋକିଓରେ ବିଜିନେସ ମିଟ୍ କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଅନ୍ତରାଷ୍ଟ୍ରୀୟ

ଟୋକିଓରେ ବିଜିନେସ ମିଟ୍ କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

April 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
CMinJapan
ଟୋକିଓରେ ବିଜିନେସ ମିଟ୍ କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Naveen In Japan: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତ କାଳରେ ଟୋକିଓଠାରେ ଆୟୋଜିତ ବିଜିନେସ ସମ୍ମିଳନୀକୁ ଉଦବୋଧନ ଦେଲେ। ଏଥିରେ ଯୋଗଦେଇଥିବା ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀ ଓଡିଶା ଉପରେ ଅବତାରଣା କରିଥିଲେ। ଏଥିରେ ସେ ଓଡିଶା ବ୍ୟବସାୟ ପାଇଁ କିପରି ଉପଯୁକ୍ତ ତାହା ସମସ୍ତଙ୍କୁ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ତ୍ତମାନ ଜାପାନ ଗସ୍ତରେ ଅଛନ୍ତି। ମୁଖ୍ୟତଃ ରାଜ୍ୟକୁ ବିପୁଳ ପୁଂଜି ଆଣିବା ଲକ୍ଷ୍ୟ ନେଇ ଏକ ବଡ ପ୍ରତିନିଧୀ ଦଳ ସହିତ ସେ ଜାପାନ ଗସ୍ତ କରିଛନ୍ତି। ଗତକାଲି ସେ ନିପ୍ପନ ଷ୍ଟିଲ କଂପାନୀର ମୁଖ୍ୟଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ଓଡିଶାରେ କଂପାନୀ ଏକ ସର୍ବବୃହତ ଷ୍ଟିଲ ପ୍ରକଳ୍ପ ସ୍ଥାପନ ପାଇଁ ଘୋଷଣା କରିଥିଲେ।

ପୂର୍ବରୁ ନିପ୍ପନ ଓଡିଶାରେ ଆର୍ସଲର ମିତ୍ତଲ ସହିତ ମିଶି ଇସ୍ପାତ ପ୍ରକଳ୍ପ କରିବା ପାଇଁ ବୁଝାମଣା କରିଛି। ଏ ନେଇ କେନ୍ଦ୍ରାପଡାରେ ଏହି ଶିଳ୍ପ ପ୍ରତିଷ୍ଠା ହେବ ବୋଲି ନିଷ୍ପତି ହୋଇସାରିଛି। ସେଥିପାଇଁ କଂପାନୀ ଏବଂ ଶିଳ୍ପ ବିଭାଗ ତରଫରୁ ବହୁ ଅଧିକାରୀ ପ୍ରକଳ୍ପର ପ୍ରସ୍ତାବିତ ଜାଗା ବୁଲି ଦେଖିସାରିଛନ୍ତି।

ପୂର୍ବର ଏହି ପ୍ରକଳ୍ପ ପାଇଁ ବ୍ୟୟ ଅଟକଳ ରଖା ଯାଇଥିଲା ୧ ଲକ୍ଷ ୨ ହଜାର ୨୭୫ କୋଟି ଟଙ୍କା। ଏଥିସହିତ ଏହି ପ୍ରକଳ୍ପ ବାର୍ଷିକ ୨୪ ମେଟ୍ରିକ ଟନ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ଉତ୍ପାଦନ କରିବ ବୋଲି ନିଷ୍ପତି ହୋଇଥିଲା। ଏହି ମେଗା ପ୍ରକଳ୍ପ ସ୍ଥାପନ ଦ୍ବାରା ୧୬ ହଜାର ସିଧାସଳଖ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ବର୍ତ୍ତମାନ ନୂଆ ନିଷ୍ପତି ଅନୁସାରେ ଏହାର କ୍ଷମତା ବାର୍ଷିକ ୩୦ ମେଟ୍ରିକ ଟନ ଏବଂ ସ୍ବତନ୍ତ୍ର ଇସ୍ପାତ ଉତ୍ପାଦନ ପାଇଁ ଘୋଷଣା ହୋଇଛି। ଫଳରେ ଏହି ପ୍ରକଳ୍ପର ବ୍ୟୟ ଅଟକଳ ବହୁଗୁଣ ବୃଦ୍ଧି ପାଇବା ସହିତ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ଘଟିବ। ପୂର୍ବର ନିଷ୍ପତି ଅନୁସାରେ ଏହି ପ୍ରକଳ୍ପ ଦେଶର ବୃହତ ଶିଳ୍ପ ଥିଲା। ତେବେ ଜାପାନାରେ କଂପାନୀ ନୂଆ ନିଷ୍ପତି ଅନୁସାରେ ଏହା ବର୍ତ୍ତମାନ ବିଶ୍ବର ସର୍ବବୃହତ୍ ଶିଳ୍ପ ହେବ।

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଜାପାନରେ ଥିବା ଓଡିଆମାନଙ୍କୁ ସାକ୍ଷାତ କରିବା ସହିତ ରାତ୍ରଭୋଜନ ମଧ୍ୟ କରିବେ। ପୂର୍ବରୁ ସେଠାରେ ଥିବା ଓଡିଆମାନେ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି। ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

Invest Odisha japan ଜାପାନରେ ନବୀନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.