Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମୁଦ୍ର ଉପକୂଳରେ ମାଛଧରା ନିଷେଧାଜ୍ଞା ଜାରିି ସଂପର୍କିତ ବୈଠକ
ବିଶେଷ ଖବର

ସମୁଦ୍ର ଉପକୂଳରେ ମାଛଧରା ନିଷେଧାଜ୍ଞା ଜାରିି ସଂପର୍କିତ ବୈଠକ

April 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରିବା ଉପରେ କଟକଣା ଜାରିକରି ବିଭିନ୍ନ ପ୍ରଜାତିର ମାଛସଂଖ୍ୟାରେ ବୃଦ୍ଧି ଆଣିବା ପାଇଁ ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଅପ୍ରେଲ ୧୫ ତାରିଖରୁ ଜୁନ ୧୪ ତାରିଖ, ୬୧ ଦିନ ପର୍ଯ୍ୟନ୍ତ ଲାଗୁ କରାଯାଇଥିବା ପରିପ୍ରେକ୍ଷୀରେ ଏକ ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କୃଷିଭବନଠାରେ ଆୟୋଜିତ ବୈଠକରେ ବିଭିନ୍ନ ମତ୍ସ୍ୟଜୀବୀ ସଂଘର କର୍ମକର୍ତ୍ତା ଓ ପ୍ରତିନିଧିମାନେ ମାଛଧରା ନିଷେଧାଜ୍ଞାର ବିଭିନ୍ନ ଦିଗ ସଂପର୍କରେ ସେମାନଙ୍କର ମତାମତ ପ୍ରଦାନ କରିଥିଲେ। ସମୁଦ୍ରରେ ବିଭିନ୍ନ ପ୍ରଜାତିର ମାଛ ସଂରକ୍ଷଣ ଓ ଏହାର ବଂଶବୃଦ୍ଧି କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ, ଯେପରି ଦୀର୍ଘ ସମୟ ଧରି ସମୁଦ୍ରରେ ମାଛ ଧରିବା ପାଇଁ ସୁଯୋଗ ସୃଷ୍ଟି ହୋଇପାରିବ।

ବୈଠକରେ ସଂଘର ପ୍ରତିନିଧିମାନେ ଯନ୍ତ୍ରଚାଳିତ ମାଛଧାରା ଡଙ୍ଗା ଉପରେ କଟକଣା ଜାରି କରିବା ପାଇଁ କହିଥିବାବେଳେ ପାରମ୍ପରିକ ଡଙ୍ଗାରେ ଯେଉଁମାନେ ସମୁଦ୍ରରେ ମାଛ ଧରୁଛନ୍ତି ସେମାନଙ୍କୁ ଏଥିରୁ ଛାଡ଼ କରିବା ପାଇଁ କହିଥିଲେ। ଏଥି ସହିତ ନିଷେଧାଜ୍ଞା ସମୟରେ ପ୍ରଭାବିତ ମତ୍ସ୍ୟଜୀବୀମାନଙ୍କୁ କ୍ଷତିପୂରଣ ପ୍ରଦାନ କରିବା ପାଇଁ କହିଥିଲେ। ଓଡ଼ିଶା ଉପକୂଳରେ ଅନ୍ୟ ରାଜ୍ୟର ମାଛଧରା ଡଙ୍ଗାମାନେ ବେଆଇନ ଭାବେ ମାଛଧରିବାକୁ ରୋକିବା ପାଇଁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ସାମୁଦି୍ରକ ଥାନାଗୁଡ଼ିକୁ ଅଧିକ ସୁଦୃଢ଼ କରିବା ଉପରେ ବୈଠକରେ ମତ ପ୍ରକାଶ ପାଇଥିଲା। କଳକାରଖାନାର ବର୍ଜ୍ୟବସ୍ତୁ ସମୁଦ୍ରରେ ଛାଡ଼ିବା ଦ୍ୱାରା ମାଛମାନେ ବହୁଳ ଭାବେ ପ୍ରଭାବିତ ହେଉଥିବା ଦୃଷ୍ଟିରୁ ଖିଲାପୀ ଶିଳ୍ପ ଏବଂ କାରଖାନାଗୁଡ଼ିକ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ମାଛଧରା ଜାଲର ମେସ୍‌ ସାଇଜ୍‌ରେ ଆବଶ୍ୟକ ପରିବର୍ତ୍ତନ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.