Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟ ଶାସନ ସଚିବ ଓ ‘‘୫-ଟି’’ ସଚିବଙ୍କ ବାଗ୍‌ଚୀ-ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍‌ପିଟାଲ୍‌ ପରିଦର୍ଶନ
ବିଶେଷ ଖବର

ମୁଖ୍ୟ ଶାସନ ସଚିବ ଓ ‘‘୫-ଟି’’ ସଚିବଙ୍କ ବାଗ୍‌ଚୀ-ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍‌ପିଟାଲ୍‌ ପରିଦର୍ଶନ

April 12, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, “୫-ଟି” ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଆଜି ଭୁବନେଶ୍ୱର ଇନଫୋଭ୍ୟାଲି-୨ ସ୍ଥିତ ବାଗ୍‌ଚୀ-ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍‌ପିଟାଲ୍‌ ଓ ଗବେଷଣା କେନ୍ଦ୍ର ପରିଦର୍ଶନ କରିଥିଲେ। ଆଜି ଏହି ଡାକ୍ତରଖାନାର ଗୃହ ପ୍ରତିଷ୍ଠା ପୂଜା ଅବସରରେ ମୁଖ୍ୟ ଶାସନ ସଚିବ ଓ  “୫-ଟି” ସଚିବ ଏଠାରେ ଯୋଗଦେଇ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ତଥା ହସ୍‌ପିଟାଲର ପ୍ରମୁଖ ଟ୍ରଷ୍ଟି ସୁବ୍ରତୋ ବାଗ୍‌ଚୀ ଏବଂ ହସ୍‌ପିଟାଲ୍‌ର ପ୍ରତିଷ୍ଠାତା ଡ. ସାଇନାଥଙ୍କ ସହ ହସ୍‌ପିଟାଲ୍‌ର ନିର୍ମାଣ ଓ ପ୍ରସ୍ତୁତି ସଂପର୍କରେ ବହୁ ସମୟ ଧରି ଆଲୋଚନା କରିବା ସହ ଡାକ୍ତରଖାନାର ସମସ୍ତ ବିଭାଗ ବୁଲି ଦେଖିଥିଲେ।

ଏହି ପରିଦର୍ଶନ ସମୟରେ ଅନ୍ୟମାନଙ୍କ ମଧ୍ୟରେ ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ, ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ, ସୁବ୍ରତୋ ବାଗ୍‌ଚୀଙ୍କ ସହ ଧର୍ମିଣୀ ତଥା ମୋ ସ୍କୁଲ୍‌ର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଉପସ୍ଥିତ ଥିଲେ।

ଡାକ୍ତରଖାନା ତରଫରୁ ଡଃ ସାଇନାଥ ଏହାର ପ୍ରସ୍ତୁତି ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ, ମାତ୍ର ଏକ ବର୍ଷ ତିନି ମାସ ମଧ୍ୟରେ ଏହି ଡାକ୍ତରଖାନାର ନିର୍ମାଣକାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କ୍ୟାନ୍‌ସର ହସ୍‌ପିଟାଲ ସ୍ଥାପନ ଲାଗି ଆମକୁ ଉତ୍ସାହିତ କରିବା ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ପ୍ରଥମେ ଦୁରତା ଓ ଆନୁଷଙ୍ଗିକ ଆବଶ୍ୟକତା ଦୃଷ୍ଟିରୁ ଯଦିଓ ଆମେ ଏଠାରେ ଡାକ୍ତରଖାନା ସ୍ଥାପନ ପାଇଁ କୁଣ୍ଠିତ ଥିଲୁ, କିନ୍ତୁ ମୁଖ୍ୟମନ୍ତ୍ରୀଙ୍କର ଓଡ଼ିଶାରେ ଏକ ଅତ୍ୟାଧୂନିକ କ୍ୟାନ୍‌ସର ହସ୍ପିଟାଲ୍‌ ପ୍ରତିଷ୍ଠା କରିବାର ଲକ୍ଷ୍ୟ ଏବଂ ଓଡ଼ିଶାବାସୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାରେ ପ୍ରତିବଦ୍ଧତା ଏଦିଗରେ ଆମକୁ ଉତ୍ସାହିତ କରିଥିଲା। ୨୦ ଏକର ପରିମିତ ଜାଗା ଆମକୁ ବିନା ଅସୁବିଧାରେ ମିଳିଥିଲା। ମୁଖ୍ୟମନ୍ତ୍ରୀ ଏଠାରେ ୭୫୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା କରିବାକୁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ପୂରଣ ହେବାକୁ ଯାଉଛି। ବର୍ତ୍ତମାନ ତଳ ଫ୍ଲୋର ବ୍ୟତୀତ ଏଠାରେ ୬ ମହଲା ବିଶିଷ୍ଟ କୋଠା ନିର୍ମାଣ ହୋଇଛି। ପ୍ରତି ଫ୍ଲୋର ୧୫ ହଜାର ବର୍ଗ ଫୁଟ ରହିଛି ଏବଂ ଏହି ଡାକ୍ତରଖାନାରେ ଡାକ୍ତର, ରୋଗୀ  ତଥା ସେମାନଙ୍କ ଆଟେଣ୍ଡାଣ୍ଟ ଆଦିଙ୍କ ଯାତାୟତ ପାଇଁ ଯଥେଷ୍ଟ ସ୍ଥାନ ରହିଛି। ଓଡ଼ିଶା ରାଜ୍ୟ ସରକାର, ଆର୍କିଟେକ୍ଟ ଓ ସବୁ ମହଲରୁ ସହଯୋଗ ଯୋଗୁଁ ଡାକ୍ତରଖାନା କାର୍ଯ୍ୟ ସଫଳତାର ସହ ଆରମ୍ଭ ହେବାକୁ ଯାଉଛି।

ଏଠାରେ କର୍କଟ ରୋଗ ଚିକିତ୍ସା ସଂପର୍କିତ ମେଡକାଲ ଅଂକୋଲୋଜି, ରେଡିଏସନ ଅଂକୋଲୋଜି, ସର୍ଜିକାଲ ଅଂକୋଲୋଜି ଆଦି ବିଭିନ୍ନ ବିଭାଗ ପ୍ରସ୍ତୁତ କରାଯାଉଛି। ଏହି ଡାକ୍ତରଖାନା ଦ୍ୱାରା ଆଗାମୀ ଦିନରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାରଖଣ୍ଡ, ଛତିଶଗଡ଼ ଆଦି ପଡ଼ୋଶୀ ରାଜ୍ୟର କର୍କଟ ରୋଗୀ ଚିକିତ୍ସା ପାଇବେ ବୋଲି ଡକ୍ଟର ସାଇନାଥ ପ୍ରକାଶ କରିଥିଲେ।

ପୂର୍ବପ୍ରସ୍ତୁତି ଅନୁସାରେ ଆଗାମୀ ରଥଯାତ୍ରା ଦିନରୁ ଆମେ ପ୍ରଥମ ରୋଗୀଙ୍କୁ ଡାକ୍ତରଖାନାରେ ଗ୍ରହଣ କରି ଚିକିତ୍ସା ଆରମ୍ଭ କରିବୁ ବୋଲି ଶ୍ରୀ ବାଗ୍‌ଚୀ କହିଥିଲେ।  ଏହି ହସ୍‌ପିଟାଲ୍‌ରେ ରୋଗୀମାନେ ଯେପରି ସୁବିଧାରେ ଚିକିତ୍ସା ପାଇବେ, ସେଥିପ୍ରତି ସମସ୍ତ ପ୍ରକାର ଧ୍ୟାନ ଦିଆଯାଉଥିବା ଶ୍ରୀ ବାଗ୍‌ଚୀ ପ୍ରକାଶ କରିଛନ୍ତି। ଏହି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀ ଯେପରି ମନ୍ଦିର ଭଳି ପରିବେଶ ଅନୁଭବ କରିବେ, ତାହା ଆମର ଲକ୍ଷ୍ୟ ରହିଛି ବୋଲି ଶ୍ରୀ ବାଗ୍‌ଚୀ କହିଛନ୍ତି। ଏଥିରେ ଯୋଗଦେଇ ହସ୍‌ପିଟାଲ୍‌ର ମୁଖ୍ୟ ଆର୍କିଟେକ୍‌ଟ୍‌ ସୁନ୍ଦର ରମଣ ଡାକ୍ତରଖାନା ନିର୍ମାଣ ସମ୍ପର୍କରେ ଅବଗତ କରାଇବା ସହ ରାଜ୍ୟ ସରକାର ଏବଂ ହସ୍‌ପିଟାଲ କର୍ତ୍ତୃପକ୍ଷ ଏହି ସୁଯୋଗ ଦେଇଥିବାରୁ ଧନ୍ୟବାଦ ଜ୍ଞାପନ କରିଥିଲେ।

ମୁଖ୍ୟ ଶାସନ ସଚିବ ଜେନା ହସ୍‌ପିଟାଲ୍‌ ପ୍ରସ୍ତୁତି ସଂପର୍କରେ ଅନୁଧ୍ୟାନ କରି ସନ୍ତୋଷ ପ୍ରକାଶ କରିବା ସହ ଆଗାମୀ ଦିନରେ ଏହାର କାର୍ଯ୍ୟକାରିତା ନେଇ ଯାହା ସହାୟତା ଆବଶ୍ୟକ ରହିବ, ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।

ଗବେଷଣା କେନ୍ଦ୍ର ପ୍ରଦୀପ କୁମାର ଜେନା ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026
Latest News

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.