Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇନଶୃଙ୍ଖଳାକୁ ଆଳ କରି ଓଡିଶା ଲୋକଙ୍କୁ ଅପମାନିତ କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି
ବିଶେଷ ଖବର

ଆଇନଶୃଙ୍ଖଳାକୁ ଆଳ କରି ଓଡିଶା ଲୋକଙ୍କୁ ଅପମାନିତ କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

April 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମ୍ବେଦନଶୀଳ ଆଇନ୍ ଶୃଙ୍ଖଳା ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ରାଜନୀତି ନକରିବାକୁ କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର। ଆଜି ଏଠାରେ ସାମ୍ବାଦିକମାନଙ୍କୁ ଶ୍ରୀମତୀ ମିଶ୍ର କହିଛନ୍ତି ଯେ ଦେଶର ବିଜେପି ଶାସିତ ରାଜ୍ୟ ଯଥା ଉତ୍ତରପ୍ରଦେଶ, କର୍ଣ୍ଣାଟକ ଓ ମହାରାଷ୍ଟ୍ର ତୁଳନାରେ ଓଡିଶାର ଆଇନ୍‌ଶୃଙ୍ଖଳା ପରିସ୍ଥିତି ବେଶ୍ ଭଲ ରହିଛି। ଏପରିକି ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟସଭାକୁ ଯାଇଥିବା ମଧ୍ୟପ୍ରଦେଶ ତୁଳନାରେ ଓଡିଶାର ଆଇନ୍‌ଶୃଙ୍ଖଳା ସ୍ଥିତି ବେଶ୍ ଭଲ।

ଏହା ଅତ୍ୟନ୍ତ ସ୍ପର୍ଶକାତର ଘଟଣା ଓ ଏହାକୁ ନେଇ ରାଜନୀତି କରିବା ବଦଳରେ ସଂଯମତାର ସହ ମୁକାବିଲା କରାଯିବା ଆବଶ୍ୟକ। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଢ ଭାବେ ପରିଚାଳନା ଏବଂ ପରିସ୍ଥିତିକୁ ଶାନ୍ତ କରିବାକୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଛି ଯାହା ସମସ୍ତେ ଦେଖୁଛନ୍ତି।

କେନ୍ଦ୍ର ସରକାରଙ୍କର ଜଣେ ଦାୟିତ୍ୱସମ୍ପନ୍ନ ମନ୍ତ୍ରୀ ଭାବେ ଯଦି ଆପଣ ଏହାକୁ ନେଇ ରାଜନୀତି କରିବା ବଦଳରେ ଲୋକଙ୍କୁ ଶାନ୍ତ ରହିବାକୁ ନିବେଦନ କରିଥାନ୍ତେ ତେବେ ଭଲ ହୋଇଥାନ୍ତା ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି। ଓଡିଶାର ଲୋକେ ଶାନ୍ତିପ୍ରିୟ ଏବଂ ଓଡିଶା ମଧ୍ୟ ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ। ଓଡିଶାର ଲୋକଙ୍କୁ ଆଇନହୀନ ବୋଲି କହି ସେମାନଙ୍କୁ ଅପମାନିତ ନକରିବାକୁ ଶ୍ରୀମତୀ ମିଶ୍ର କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ: ହାଇକୋର୍ଟରେ ପିଟିସନ୍ ଦାଖଲ କଲେ ଦିଦି

June 16, 2026

ରାଞ୍ଚିରେ ରାଜନୈତିକ ତାପମାତ୍ରା ବଢ଼ିଲା: ଉଭୟ ମେଣ୍ଟରେ ଚାଲିଛି ଜୋରଦାର ରଣନୀତି

June 16, 2026

ଗ୍ରାମୀଣ ଶାସନ ବ୍ୟବସ୍ଥାରେ ନୂଆ ଦିଗ: ପଞ୍ଚାୟତ ସଂସ୍କାର ଓ ନବସୃଜନର ୧୨ ବର୍ଷ

June 16, 2026

ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

June 16, 2026
Latest News

ବ୍ୟାଙ୍କଗୁଡ଼ିକ ଦ୍ୱାରା ଏହି ମନମୁଖୀ କାର୍ଯ୍ୟ ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲା RBI

June 16, 2026

ତ୍ରିରାଷ୍ଟ୍ରୀୟ ସିରିଜରେ ଭାରତର ଲଗାତାର ଦୁଇଟି ପରାଜୟ: ଏବେ ଫାଇନାଲ ଖେଳିପାରିବ କି?

June 16, 2026

“ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନର ପାତ୍ର”: ପେପର୍ ଲିକ୍ ସମ୍ପର୍କରେ ବିଜେପି ନେତାଙ୍କ ବଡ଼ ବିବୃତ୍ତି

June 16, 2026

ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ: ହାଇକୋର୍ଟରେ ପିଟିସନ୍ ଦାଖଲ କଲେ ଦିଦି

June 16, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ଭଗବନ୍ତ ମାନ?: ଉଠିଲା ପ୍ରଶ୍ନ 

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.