Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରୋଜଗାର ମେଳା: ପ୍ରାୟ ୭୧,୦୦୦ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ରୋଜଗାର ମେଳା: ପ୍ରାୟ ୭୧,୦୦୦ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ

April 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୪୫ ଗୋଟି ସ୍ଥାନରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୩ ଏପ୍ରିଲ ୨୦୧୩ ରେ ପ୍ରାୟ ୭୧,୦୦୦ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ, ଭାରତ ସରକାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୨୩୧ ନବନିଯୁକ୍ତଙ୍କୁ, ବିଶ୍ୱେଶ୍ୱର ଟୁଡୁ, ମାନ୍ୟବର କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି, ଭାରତ ସରକାର, କଟକ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୧୮୩ ନବନିଯୁକ୍ତଙ୍କୁ ଏବଂ ଫଗନ ସିଂ କୁଲାଷ୍ଟେ, ମାନ୍ୟବର କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଇସ୍ପାତ ଏବଂ ଗ୍ରାମୀଣ ବିକାଶ, ଭାରତ ସରକାର, ବିଶାଖାପାଟନମ୍ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୧୬୫ ନବନିଯୁକ୍ତଙ୍କୁ ଯଥାକ୍ରମେ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଦେଶର ବିଭିନ୍ନ ସ୍ଥାନରୁ ନିଯୁକ୍ତି ପତ୍ର ପାଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ / ପଦବୀରେ ଯୋଗଦେବେ। ଏହା ସହିତ ରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ / ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।

ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ମୁଖ୍ୟ, ଯଥା ଜିଏସଟି ଏସୟୁ ଓଡିଶାର ନିର୍ଦ୍ଦେଶକ ଡକ୍ଟର ଆଶିତ କୁମାର ସ୍ୱାଇଁ, ପ୍ରଫେସର (ଡ।) ଆଶୁତୋଷ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ,ଏମସ, ଭୁବନେଶ୍ୱର, ଦେବାଶିଷ ପଟ୍ଟନାୟକ, ଏଜିଏମ (ପର୍ସନାଲ), ଆରଏସପି, ଲୋପାମୁଦ୍ରା ମହାନ୍ତି, କଣ୍ଟ୍ରୋଲର ଅଫ କମ୍ୟୁନିକେସନ ଆକାଉଣ୍ଟସ, ଓଡିଶା, ରାଧେଶ୍ୟାମ ମହାପାତ୍ର, ନିର୍ଦ୍ଦେଶକ (HR), ନାଲକୋ, ପି ଏସ୍ ପଣ୍ଡା, ଆଞ୍ଚଳିକ ନିର୍ଦ୍ଦେଶକ, ଇଏସଆଇସି, ଭୁବନେଶ୍ୱର, ପ୍ରଫେସର ପି ଭି ସତ୍ୟମ୍, ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୁବନେଶ୍ୱର, ଲିଙ୍ଗରାଜ ନାୟକ, ଇନଚାର୍ଜ ଏସଏଲବିସି (ରାଜ୍ୟ ସ୍ତରୀୟ ବ୍ୟାଙ୍କର୍ସ କମିଟି), ସୁଭେନ୍ଦୁ ସ୍ୱାଇଁ, ମୁଖ୍ୟ ପୋଷ୍ଟମାଷ୍ଟର ଜେନେରାଲ, ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ମନୋଜ ଶର୍ମା ପ୍ରମୁଖ ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ନବ ନିଯୁକ୍ତ କର୍ମଚାରୀ ନରେନ୍ଦ୍ର ମୋଦୀ ନିଯୁକ୍ତି ପତ୍ର ବଣ୍ଟନ ପ୍ରଧାନମନ୍ତ୍ରୀ ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.