Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବରିଷ୍ଠ ନେତା ସମୀର ମହାନ୍ତିଙ୍କ ମୁହଁରେ ମିଛ କୁହାଉଛି ବିଜେପି: ଅଭିଯୋଗ କଲା ବିଜେଡ଼ି
ବିଶେଷ ଖବର

ବରିଷ୍ଠ ନେତା ସମୀର ମହାନ୍ତିଙ୍କ ମୁହଁରେ ମିଛ କୁହାଉଛି ବିଜେପି: ଅଭିଯୋଗ କଲା ବିଜେଡ଼ି

April 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଶାନ୍ତିପ୍ରିୟ ସମ୍ବଲପୁରବାସୀଙ୍କ ଆନ୍ତରିକ ପ୍ରଚେଷ୍ଟା ଏବଂ ପ୍ରଶାସନର ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁଁ ସମ୍ବଲପୁରରେ ଶାନ୍ତି ଫେରି ଆସିଛି। କିନ୍ତୁ ସମ୍ବେଦନଶୀଳ ମାମଲାର ରାଜନୀତିକରଣ କରି ଫାଇଦା ହାସଲ କରିବାକୁ ଚାହୁଁଥିବା ବିଜେପି ଏହା ସହି ପାରୁନାହିଁ। ସେଥିପାଇଁ ଓଡ଼ିଶା ବିଜେପି ନେତାମାନେ ବାଉଳିଚାଉଳି ହୋଇ ବିବୃତି ଦେଉଛନ୍ତି ବୋଲି ବିଜୁ ଜନତା ଦଳ ପକ୍ଷରୁ କୁହାଯାଇଛି।

ଆଜି ଏ ସଂକ୍ରାନ୍ତରେ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର ଡ.ଲେନିନ ମହାନ୍ତି କହିଛନ୍ତି, ଦେଖି ଖୁସି ଲାଗିଲା ଯେ ବହୁତ ଦିନ ପରେ ବିଜେପିର ବରିଷ୍ଠ ନେତା ସମୀର ମହାନ୍ତି ପଦାକୁ ବାହାରିଲେ ଏବଂ ଗଣମାଧ୍ୟମ ଆଗରେ ବିବୃତି ଦେଲେ। ତେବେ ତାଙ୍କ କଥା ଶୁଣି ଲାଗିଲା; ଗଣମାଧ୍ୟମରେ ସେ ଯାହା କହିଲେ, ତାହା ତାଙ୍କର ନିଜସ୍ୱ ମତାମତ ନୁହେଁ। ଅନ୍ୟ କାହାର ବାଧ୍ୟବାଧକତାରେ ସେ ଏଭଳି ବିବୃତି ଦେଇଛନ୍ତି। ତେବେ ଓଡ଼ିଶାର ଆଇନଶୃଙ୍ଖଳା ସ୍ଥିତି ନେଇ ସମୀର ବାବୁଙ୍କ ମୁହଁରେ ଆଜି ଯାହା କୁହାଗଲା, ତାହା ଶୁଣି ଆମକୁ ଆଶ୍ଚର୍ଯ୍ୟ ଲାଗୁଛି। କାରଣ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ କର୍ଣ୍ଣାଟକ ଭଳି ବିଜେପି ଶାସିତ ରାଜ୍ୟରେ ଅପରାଧ, ହିଂସା ଓ ଦଙ୍ଗାର ତାଲିକା ଦେଖିଲେ, ଓଡ଼ିଶା ଏସବୁ ରାଜ୍ୟଠାରୁ ଢେର୍ ତଳେ ଅଛି।

ଡ.ମହାନ୍ତି ଆହୁରି କହିଲେ ଯେ ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ ବୋଲି ସମସ୍ତେ ଜାଣନ୍ତି। ମାତ୍ର ବିଡ଼ମ୍ବନା ହେଲା ଓଡ଼ିଶା ବିଜେପିର ନେତାମାନେ କ୍ରମାଗତ ଭାବରେ ଓଡ଼ିଶାବାସୀଙ୍କୁ ଅରାଜକ ଆଖ୍ୟା ଦେଇ ଅପମାନିତ କରି ଚାଲିଛନ୍ତି। ବାସ୍ତବରେ ଓଡ଼ିଶା ବିଜେପିର ନେତାମାନେ ହିଁ ଓଡ଼ିଶାରେ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛନ୍ତି। ଶାନ୍ତିପ୍ରିୟ ସମ୍ବଲପୁରବାସୀଙ୍କ ଆନ୍ତରିକ ପ୍ରଚେଷ୍ଟା ଏବଂ ପ୍ରଶାସନର ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁଁ ସମ୍ବଲପୁରରେ ଶାନ୍ତି ଫେରି ଆସିଥିବାବେଳେ ସମୀର ବାବୁଙ୍କ ମୁହଁରେ ଏଭଳି କୁହାଉଥିବା ଓଡ଼ିଶା ବିଜେପି ନେତାମାନେ ଏହା ସହିପାରୁ ନାହାନ୍ତି।

ଏହି ସମ୍ବେଦନଶୀଳ ମାମଲାର ରାଜନୀତିକରଣ କରି ଫାଇଦା ହାସଲ କରିବାକୁ ସେମାନଙ୍କର ଯେଉଁ ମନ୍ଦ ଉଦ୍ଦେଶ୍ୟ ରହିଛି, ତାହା ସାଧିତ ହୋଇ ପାରୁନାହିଁ। ତେଣୁ ସେମାନେ ପ୍ରତିଦିନ ବାଉଳିଚାଉଳି ହୋଇ ଗଣମାଧ୍ୟମରେ ଏଭଳି ବୟାନବାଜି କରୁଛନ୍ତି। ଏଭଳି ହୀନ ରାଜନୀନୈତିକ ଷଡ଼ଯନ୍ତ୍ର କରି ବିଜେପି ସାଢେ ଚାରି କୋଟି ଓଡ଼ିଆ ଏବଂ ଓଡ଼ିଶାକୁ ବଦନାମ କରୁଛି। ଶାନ୍ତି ଓ ଭାଇଚାରାରେ ବିଶ୍ୱାସ କରୁଥିବା ସମ୍ବଲପୁରବାସୀ ଆଗାମୀ ଦିନରେ ବିଜେପି ନେତାମାନଙ୍କ ଏଭଳି ହୀନ ରାଜନୀତିର ଉଚିତ ଜବାବ ଦେବେ ବୋଲି ଡ.ମହାନ୍ତି ଚେତାଇ ଦେଇଛନ୍ତି।

ଡ.ଲେନିନ ମହାନ୍ତି ବିଜେଡି ବିଜେପି ସମୀର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.