Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ‘ମନ୍‌ କୀ ବାତ’ର ୧୦୦ତମ ଅଧ୍ୟାୟ: ରାଜଭବନ ପରିସରରେ ସ୍ୱତନ୍ତ୍ର ସ୍କ୍ରିନିଂ ବ୍ୟବସ୍ଥା
ବିଶେଷ ଖବର

ଆସନ୍ତାକାଲି ‘ମନ୍‌ କୀ ବାତ’ର ୧୦୦ତମ ଅଧ୍ୟାୟ: ରାଜଭବନ ପରିସରରେ ସ୍ୱତନ୍ତ୍ର ସ୍କ୍ରିନିଂ ବ୍ୟବସ୍ଥା

April 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି: କେନ୍ଦ୍ରମନ୍ତ୍ରୀ
‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୩୦ ଏପ୍ରିଲ, ୨୦୨୩ ରେ ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କୀ ବାତ୍‌’ ର ୧୦୦ତମ ଅଧ୍ୟାୟରେ ଦେଶବାସୀଙ୍କ ସହ ମତବିନିମୟ କରିବେ।

ଭୁବନେଶ୍ୱର ସ୍ଥିତ ରାଜଭବନ ପରିସରରେ ଆସନ୍ତାକାଲି ‘ମନ କୀ ବାତ’ର ସ୍ୱତନ୍ତ୍ର ସ୍କ୍ରିନିଂ ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରସାର ଭାରତୀ ଏବଂ ପିଆଇବି ପକ୍ଷରୁ ଆୟୋଜନ କରାଯାଉଥିବା ସ୍ୱତନ୍ତ୍ର ସ୍କ୍ରିନିଂ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପୂର୍ବରୁ ପ୍ରସାରିତ ‘ମନ କୀ ବାତ’ ଅଧ୍ୟାୟରେ ଓଡ଼ିଶାର ଯେଉଁ ପ୍ରମୁଖ ବ୍ୟକ୍ତିବିଶେଷମାନଙ୍କ ବିଷୟରେ ଆଲୋଚନା କରିଛନ୍ତି ସେମାନଙ୍କୁ ମଧ୍ୟ ସ୍ୱତନ୍ତ୍ର ସ୍କ୍ରିନିଂକୁ ଆମନ୍ତ୍ରିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ମନ କୀ ବାତ୍‌ର ନିୟମିତ ଶ୍ରୋତାମାନେ ଅଂଶଗ୍ରହଣ କରିବେ। ସେହିପରି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ‘ମନ କୀ ବାତ’ ଏବଂ ଆଜାଦୀ କା ଅମୃତ ମହୋତ୍ସବ’କୁ ନେଇ ଏକ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ। ପ୍ରଧାନମନ୍ତ୍ରୀ ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମରେ ଯେଉଁସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଏବଂ ସାମାଜିକ ପରିବର୍ତ୍ତନ ଆଣିଥିବା ବ୍ୟକ୍ତିବିଶେଷଙ୍କ ସମ୍ପର୍କରେ ଆଲୋଚନା କରିସାରିଛନ୍ତି ସେହି ସବୁ ବିଷୟ ପ୍ରଦର୍ଶନୀରେ ସ୍ଥାନ ପାଇବ । ଏହି ଅବସରରେ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ(ସିବିସି), ଦୂରଦର୍ଶନ ଓ ଆକାଶବାଣୀର କର୍ମଚାରୀମାନେ ଅଂଶଗ୍ରହଣ କରିବେ।

ସୂଚନାଯୋଗ୍ୟ ଯେ, ଅକ୍ଟୋବର ୨୦୧୪ ପରଠାରୁ ଏବେ ସୁଦ୍ଧା ମନ୍‌ କୀ ବାତ୍‌ର ୯୯ଟି ଅଧ୍ୟାୟ ପ୍ରସାରିତ ହୋଇସାରିଛି। ଏହି କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ସହିତ ସିଧାସଳଖ ଭାବ ବିନିମୟ ଲାଗି ଦେଶର ସାଧାରଣ ନାଗରିକଙ୍କ ପାଇଁ ଏକ ମଞ୍ଚ ପାଲଟିଛି। ୧୦୦ତମ ଅଧ୍ୟାୟ ପ୍ରସାରଣ ପୂର୍ବରୁ ‘ମନ କୀ ବାତ’ ଅନେକ ଉପଲବ୍ଧି ହାସଲ କରିଛି। ଆଇଆଇଏମ ରୋହତକ ଏବଂ ପ୍ରସାର ଭାରତୀ ପକ୍ଷରୁ ମନ କୀ ବାତକୁ ନେଇ କରାଯାଇଥିବା ଏକ ସର୍ବେକ୍ଷଣର ଫଳାଫଳ ଗତ ୨୪ ତାରିଖରେ ପ୍ରକାଶ ପାଇଥିଲା। ଏଥିରେ କୁହାଯାଇଥିଲା ଯେ, ପ୍ରଧାନମନ୍ତ୍ରୀଙ୍କ ଏହି ରେଡିଓ କାର୍ଯ୍ୟକ୍ରମକୁ ୧୦୦ କୋଟି ଶ୍ରୋତା କୌଣସି ନା କୌଣସି ପ୍ରକାରରେ ଶୁଣିଛନ୍ତି। ସେହିପରି ମନ କୀ ବାତର ୨୩ କୋଟି ନିୟମିତ ଶ୍ରୋତା ରହିଛନ୍ତି। ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମ ଦେଶବାସୀଙ୍କୁ ମଧ୍ୟ ଅନୁପ୍ରାଣିତ କରୁଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଭାବିତ ହୋଇ ୬୦% ଲୋକ ରାଷ୍ଟ୍ର ଗଠନରେ ଆଗ୍ରହୀ ହୋଇଛନ୍ତି ଏବଂ ୭୩% ଲୋକ ଭାବୁଛନ୍ତି ଯେ ଦେଶ ବର୍ତ୍ତମାନ ଠିକଣା ପଥରେ ପ୍ରଗତି ହାସଲ କରୁଛି।

ଅନ୍ୟପକ୍ଷରେ ଆଜି ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମସି) ପକ୍ଷରୁ କରାଯାଇଥିବା ଏକ ସ୍ୱତନ୍ତ୍ର ଅଧ୍ୟୟନରୁ ଜଣାପଡ଼ିଛି ଯେ ୭୬% ଗଣମାଧ୍ୟମ ବ୍ୟକ୍ତିତ୍ୱ ମନ କୀ ବାତ୍‌କୁ ଏକ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ଭାବେ ଗ୍ରହଣ କରିଥାନ୍ତି।

ନରେନ୍ଦ୍ର ମୋଦୀ ମନ୍ କୀ ବାତ ରାଜଭବନ ପରିସର
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Latest News

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026

ପାଲଲହଡାରେ ଚାଞ୍ଚଲ୍ୟ: ଯୁବକଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର, ହତ୍ୟା ସନ୍ଦେହ

June 27, 2026

ରାମ ମନ୍ଦିରର ଚୋରୀ ମାମଲା: କାହାକୁ ରାବଣ ବୋଲି କହିଲେ ଧୀରେନ୍ଦ୍ର ଶାସ୍ତ୍ରୀ?

June 27, 2026

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.