Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍ସ ଭୁବନେଶ୍ୱରରେ ବିରଳ ଗଳା କର୍କଟ ରୋଗର ଅଭିନବ ସଫଳ ଅସ୍ତ୍ରୋପଚାର
ଆଜିର ଖବର

ଏମ୍ସ ଭୁବନେଶ୍ୱରରେ ବିରଳ ଗଳା କର୍କଟ ରୋଗର ଅଭିନବ ସଫଳ ଅସ୍ତ୍ରୋପଚାର

May 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିକିରଣ (ରେଡିଏସନ୍) ଏବଂ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନଏଡ୍ ସିଷ୍ଟିକ୍ କାର୍ସିନୋମା) ଭଳି କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନଥିବା ପ୍ରାଣଘାତୀ ରୋଗରୁ ଜଣେ ଯୁବତୀଙ୍କୁ ରକ୍ଷା କରିବାକୁ ଯାଇ ଏମ୍ସ ଭୁବନେଶ୍ୱରର ଯୁବ ଡାକ୍ତର ଗୋଷ୍ଠୀଙ୍କ ଦ୍ବାରା ଅଭିନବ ଉପାୟରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହିତ ସମ୍ପନ୍ନ ହୋଇଛି। ଜଗତସିଂହପୁର ଜିଲ୍ଲାର ୨୫ ବର୍ଷ ବୟସ୍କା ଜଣେ ଯୁବତୀ ପ୍ରାୟ ଏକ ବର୍ଷରୁ ଅଧିକ ହେବ ଏହି ବିରଳ ଗଳା କର୍କଟ ରୋଗରେ ପିଡ଼ୀତ ଥିଲେ। ଏମ୍ସକୁ ଆସିବା ପୂର୍ବରୁ ଉକ୍ତ ଯୁବତୀ ଜଣଙ୍କ ରାଜ୍ୟର ବିଭିନ୍ନ ହସ୍ପିଟାଲକୁ ଏହାର ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା।

ବାକ୍ଯନ୍ତ୍ର ଏବଂ ଖାଦ୍ୟନଳୀର ସଂଯୋଗସ୍ଥଳରେ ହୋଇଥିବା ଏହି ଟ୍ୟୁମର ଫଳରେ ଯୁବତୀଜଣଙ୍କ ଶ୍ବାସକ୍ରିୟା ଏବଂ କଥା କହିବାରେ ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତେବେ ବିକିରଣ ଏବଂ କେମୋ ପ୍ରତିରୋଧୀ ଏହି ବିରଳ କର୍କଟରୁ ଉପଶମ ଦେବା ତଥା ତାଙ୍କର ଜୀବନ ରକ୍ଷା କରିବାକୁ ଏମ୍ସ ଭୁବନେଶ୍ୱରର ଇଏନ୍ଟି ଏବଂ ଗ୍ୟାଷ୍ଟ୍ରୋସର୍ଜରୀ ବିଭାଗର ଯୁବଡାକ୍ତରମାନଙ୍କୁ ନେଇ ଗଠିତ ଏକ ଦଶଜଣିଆ ଡାକ୍ତରୀ ଦଳ ପ୍ରାୟ ୧୪ ଘଣ୍ଟା ଧରି ଏହି ଅସ୍ତ୍ରୋପଚାର କରିଥିଲେ।

ଇଏନ୍ଟି ବିଭାଗର ବିଶେଷଜ୍ଞ ଡାକ୍ତର ବାକ୍ଯନ୍ତ୍ର(ଭଏସ୍ ବକ୍ସ୍), ଶ୍ବାସନଳୀ ଓ ଖାଦ୍ୟନଳୀର ଉପର ଭାଗ ଏବଂ ଥାଇରଏଡ୍ ଗ୍ରନ୍ଥିର କିଛି ଅଂଶ ଅସ୍ତ୍ରୋପଚାର ଦ୍ବାରା ବାହାର କରିଥିଲେ।

ସେହିପରି ଗ୍ୟାଷ୍ଟ୍ରୋସର୍ଜରୀ ବିଶେଷଜ୍ଞ ବୃହଦ୍ନ୍ତ୍ର(କୋଲୋନ୍)ର ଏକ ଅଂଶକୁ କାଟି ବାହାର କରିବା ସହିତ ଏହାକୁ ଛାତି ମଧ୍ୟରେ ସ୍ତନ ହାଡ଼(ଷ୍ଟର୍ନମ୍) ତଳେ ଏବଂ ହୃତ୍ପିଣ୍ଡ ନିକଟରେ ଏକ କୃତ୍ରିମ ଟନେଲ୍ ସୃଷ୍ଟି କରି ଜିଭର ମୂଳ ସହିତ ପାକସ୍ଥଳୀକୁ ସଂଯୋଗ କରିଥିଲେ। ଏହି ପ୍ରକ୍ରିୟା ଦ୍ବାରା ଯୁବତୀଙ୍କର ଏକ ନୂତନ ଖାଦ୍ୟନଳୀ ସୃଷ୍ଟି କରାଯାଇପାରିଛି। ଏହି ଜଟିଳ ଏବଂ ବିରଳ କର୍କଟ ରୋଗର ଅଭିନବ ଉପାୟରେ ହୋଇଥିବା ଅସ୍ତ୍ରୋପଚାର ପରେ ରୋଗୀଙ୍କୁ ଆଇସିୟୁରେ ରଖାଯାଇଥିଲା। ଅସ୍ତ୍ରୋପଚାରର ଦୁଇ ମାସ ପରେ ଯୁବତୀଜଣଙ୍କ ବର୍ତ୍ତମାନ ସୁସ୍ଥ ଅନୁଭବ କରିବା ସହିତ ସ୍ବାଭାବିକ ଭାବେ ଶ୍ୱାସକ୍ରିୟା ସମ୍ପାଦନ କରିବା ଏବଂ ଖାଦ୍ୟ ଗ୍ରହଣ କରୁଛନ୍ତି। ଯାହାକି ଅସ୍ତ୍ରୋପଚାର କରିଥିବା ଡାକ୍ତରୀ ଦଳ ସହିତ ଯୁବତୀଙ୍କ ପରିବାରକୁ ଆନନ୍ଦିତ କରିଛି।

ଏପରି ଯନ୍ତ୍ରଣାଦାୟକ ପ୍ରାଣଘାତୀ କର୍କଟ ରୋଗର ସଫଳ ଅସ୍ତ୍ରୋପଚାରକୁ ନେଇ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏମ୍ସ ସର୍ବଦା ଏହିପରି ଆହ୍ବାନପୂର୍ଣ୍ଣ କାର୍ଯ୍ୟକୁ ସଫଳତାର ସହିତ କରିବା ନେଇ ପ୍ରତିଶ୍ରୁତିବଦ୍ଧ। ଏନେଇ ସମ୍ପୂର୍ଣ୍ଣ ଡାକ୍ତରୀ ଦଳଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଡ. ବିଶ୍ବାସ। ଆଗକୁ ମଧ୍ୟ ଏହିପରି ଜୀବନରକ୍ଷାକାରୀ କାର୍ଯ୍ୟ ଜାରି ରଖିବାକୁ ସେ ଉତ୍ସାହିତ କରିଛନ୍ତି।

ଇଏନ୍ଟି ବିଭାଗର ସହଯୋଗୀ ପ୍ରଫେସର୍ ଡ. ଦିଲ୍ଲୀପ କୁମାର ସାମଲ, ଗ୍ୟାଷ୍ଟ୍ୟୋସର୍ଜରୀ ବିଭାଗର ସହକାରୀ ପ୍ରଫେସର ଡ. ତନ୍ମୟ ଦତ୍ତ, ଜରୁରୀକାଳୀନ ବିଭାଗର (ନିଶ୍ଚେତକ) ସହକାରୀ ପ୍ରଫେସର୍ ଡ. ଅଜିତେଶ ସାହୁ ପ୍ରମୁଖ ଏହି ଅସ୍ତ୍ରୋପଚାରର ନେତୃତ୍ବ ନେଇଥିଲେ। ବରିଷ୍ଠ ଆବାସିକ ଡାକ୍ତର ଏବଂ ନର୍ସିଂ କର୍ମଚାରୀମାନେ ମଧ୍ୟ ଏହି ଅସ୍ତ୍ରୋପଚାରରେ ସହଯୋଗ କରିଥିଲେ। ଇଏନ୍ଟି ବିଭାଗର ମୁଖ୍ୟ ପ୍ରଫେସର୍ ପ୍ରଦୀପ୍ତ କୁମାର ପରିଡ଼ା ଏହି ଅସ୍ତ୍ରୋପଚାରର ନିରୀକ୍ଷଣ କରିଥିଲେ। ଭାରପ୍ରାପ୍ତ ଡିଡିଏ ରଶ୍ମୀ ରଂଜନ ସେଠୀ ଏପରି ସଫଳ ଅସ୍ତ୍ରୋପଚାର ନେଇ ଡାକ୍ତରୀ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

ଏମ୍‌ସ ଭୁବନେଶ୍ୱର ଗଳା କର୍କଟ ବିକିରଣ ସଫଳ ଅସ୍ତ୍ରୋପଚାର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

୨୦୨୫–୨୬ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥର ଦୃଢ଼ ଆର୍ଥିକ ପ୍ରଦର୍ଶନ

April 26, 2026

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026
Latest News

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

୨୦୨୫–୨୬ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥର ଦୃଢ଼ ଆର୍ଥିକ ପ୍ରଦର୍ଶନ

April 26, 2026

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026

ମେମୁ ଟ୍ରେନ୍ ସେବା ସମୟସୂଚୀରେ ପରିବର୍ତ୍ତନ

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.