Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜେଇଇ ମେନ୍‌ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସଫଳତା: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଜେଇଇ ମେନ୍‌ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସଫଳତା: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

May 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜେଇଇ ମେନ୍‌ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ୫୪ ଜଣ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବାବେଳେ ୨୧ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକଶିକ୍ଷୟିତ୍ରୀ ଓ ପରିଚାଳକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସିବିଏସ୍‌ଇ ପାଠ୍ୟକ୍ରମ ଅନୁଯାୟୀ ରାଜ୍ୟର ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ମହତ୍ତ୍ୱାକାଂକ୍ଷୀ ପଦକ୍ଷେପ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷାର ବିକାଶ ସହ ମେଧାବୀ ଛାତ୍ରଛାତ୍ରୀଙ୍କ ଦକ୍ଷତାକୁ ବୃଦ୍ଧି କରିଛି ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି।

ଛାତ୍ରଛାତ୍ରୀମାନଙ୍କ ଏହି ସଫଳତା ପାଇଁ ୫-‘ଟି’ ସଚିବ ଭି.କେ. ପାଣ୍ଡିଆନ୍‌, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌ ଅଭିନନ୍ଦନ ଜଣାଇଛନ୍ତି। ଗତବର୍ଷ ତୁଳନାରେ ଚଳିତ ବର୍ଷ ପରୀକ୍ଷା ଫଳ ଖୁବ୍‌ ଉତ୍ସାହଜନକ ବୋଲି ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର ଜଣାଇଛନ୍ତି।

ଓଡିଶା ଆଦର୍ଶ ବିଦ୍ୟାଳୟ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026
Latest News

ତାରିକ ରହମାନଙ୍କ ଭାରତ ଗସ୍ତକୁ ନେଇ ନୂଆ ଅପଡେଟ୍‌, ବଦଳିଲା ତାରିଖ

August 22, 2026

ମହାନଦୀରୁ ୨ ନାବାଳିକା ଉଦ୍ଧାର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.