Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସଚିବଙ୍କ ଗଜପତି ଗସ୍ତର ଦ୍ବିତୀୟ ଦିନ: ଗଞ୍ଜାମ ଓ ଗଜପତିର ୬୬୨୦ ହେକ୍ଟର ଜମିକୁ ମିଳିବ ପାଣି
ବିଶେଷ ଖବର

୫-ଟି ସଚିବଙ୍କ ଗଜପତି ଗସ୍ତର ଦ୍ବିତୀୟ ଦିନ: ଗଞ୍ଜାମ ଓ ଗଜପତିର ୬୬୨୦ ହେକ୍ଟର ଜମିକୁ ମିଳିବ ପାଣି

May 10, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ। ଓଡିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ। ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ ର ନିର୍ମାଣ ପାଇଁ ପାହାଡ କାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍ ନିର୍ଦ୍ଦେଶ ରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି ।

ଶ୍ରୀ ପାଣ୍ଡିଆନ ଆଜି ତାଙ୍କର ଗଜପତି ଗସ୍ତର ଦ୍ବିତୀୟ ଦିନରେ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାଆଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ। ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ଶ୍ରୀ ପାଣ୍ଡିଆନ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି। ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ। ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ।

ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି। ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ। ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ।

ଏହାପରେ ଶ୍ରୀ ପାଣ୍ଡିଆନ ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ ଏବଂ ଏହାର କାର୍ଯ୍ୟର ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ। ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ। ଏହାପରେ ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ। ସ୍କୁଲରେ ନିର୍ମିତ ହୋଇଥିବା ନୂତନ ଆସେଟ୍‌ ଗୁଡିକୁ ନିଜର ସଂପତ୍ତି ପରି ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବା ସହିତ ଭଲ ପାଠ ପଢି ଓଡିଶାର ସୁନାମ କରିବାକୁ ପିଲାଙ୍କୁ ଉତ୍ସାହିତ କରିଥିଲେ।

ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମ ଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ। ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌କୁ ମଧ୍ୟ ବୁଲି ଦେଖିଥିଲେ। ଟାଉନ ହଲ୍ କାମ ଶେଷ କରିବା ପାଈଁ ଦେଢ଼ କୋଟି ଟଙ୍କା ଯୋଗାଇଦିଆ ଯିବ ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ଗଜପତି ଜିଲ୍ଲା କଳା ଓ ସଂସ୍କୃତିର ଭୂମି। ତେଣୁ ପାରଳାଖେମୁଣ୍ଡିରେ ପାଞ୍ଚ କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି ୫ଟି ସଚିବ ପ୍ରକାଶ କରିଥିଲେ।

ଶେଷରେ ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।

ରାମ ସାଗରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିପାଇଁ ୧୫ ଦିନ ଭିତରେ DPR ପ୍ରସ୍ତୁତ କରିବା ପାଇଁ ୫-ଟି ସଚିବ ପରାମର୍ଶ ଦେଇଥିଲେ। ସେହିପରି ଗୋସାଣୀ ନୂଆଗାଁ ବ୍ଲକର କୃଷ୍ନ ସାଗର  ପୁନରୁଦ୍ଧାର ୧୫ କୋଟି ଟଙ୍କା ରେ କରାଯିବ। ଏହାଦ୍ୱାରା ୨ ହଜାର ହେକ୍ଟର ଜମି ପାଣି ପାଇପାରିବ। ଏହି ଯୋଜନା ପାଇଁ ୧୫ ଦିନ ଭିତରେ DPR କରିବାକୁ ୫-ଟି ସଚିବ ପରାମର୍ଶ ଦେଇଥିଲେ।

ଗଜପତି ଗଞ୍ଜାମ ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.