Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାରସୁଗୁଡା ଉପନିର୍ବାଚନ ଭୋଟ ଗଣତି ପାଇଁ ପ୍ରସ୍ତୁତି ବୈଠକ, ନିଆଗଲା ଏହି ପଦକ୍ଷେପ
ବିଶେଷ ଖବର

ଝାରସୁଗୁଡା ଉପନିର୍ବାଚନ ଭୋଟ ଗଣତି ପାଇଁ ପ୍ରସ୍ତୁତି ବୈଠକ, ନିଆଗଲା ଏହି ପଦକ୍ଷେପ

May 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ceo
ଝାରସୁଗୁଡା ଉପନିର୍ବାଚନ ଭୋଟ ଗଣତି ପାଇଁ ପ୍ରସ୍ତୁତି ବୈଠକ, ନିଆଗଲା ଏହି ପଦକ୍ଷେପ

ଭୁବନେଶ୍ୱର: ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଝାରସୁଗୁଡ଼ା ଉପନିର୍ବାଚନ ଭୋଟଗଣତି ସଂପର୍କରେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଝାରସୁଗୁଡ଼ା ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ସହ ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଭୋଟଗଣତି ସଂପର୍କରେ ଆଲୋଚନା କରିଥିଲେ।

ଝାରସୁଗୁଡ଼ା ଇଂଜିନିୟରିଂ ସ୍କୁଲ ପରିସରରେ ସକାଳ ୮ ଘଟିକା ସମୟରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହେବ ଓ ଠିକ୍‌ ୮.୩୦ ମିନିଟରେ ଇଭିଏମ୍‌ ଗଣତି ଆରମ୍ଭ ହେବ। ଭୋଟଗଣତି ନିମନ୍ତେ ସମସ୍ତ ପ୍ରକାରର ସୁବ୍ୟବସ୍ଥା କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀ ଅବଗତ କରାଇଛନ୍ତି।

ଭୋଟଗଣତି କେନ୍ଦ୍ର ତଥା ଝାରସୁଗୁଡ଼ା ଇଂଜିନିୟରିଂ ସ୍କୁଲ ଚତୁଃପାଶ୍ୱର୍ରେ ଭୋଟଗଣତି ଦିନ ସମ୍ଭାବ୍ୟ ଜନଗହଳିକୁ ପରିଚଳାନା ସହ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଭୋଟଗଣତି ଦିନ ଯେପରି କୌଣସି ପ୍ରକାରର ଅସୁବିଧା ନହେବ, ସେଥି ଲାଗି ପ୍ରସ୍ତୁତ ରହିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଆଭାସୀ ବୈଠକରେ ଉପସ୍ଥିତ ଥିବା ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଝାରସୁଗୁଡ଼ା ଜିଲ୍ଲାପାଳ ଆବୋଲି ଏସ୍‌ ନର୍‌ୱାଣେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ମଥ୍‌ ପି. ପୁରୁଷୋତ୍ତମ ଦାସ, ଅତିରିକ୍ତ ଜିଲ୍ଲାପାଳ ପ୍ରବୀର କୁମାର ନାୟକ ଓ ଲଙ୍କେଶ୍ୱର ଅମାତ, ଉପଜିଲ୍ଲାପାଳ ରିଟର୍ଣ୍ଣିଂ କିଶୋର ଚନ୍ଦ୍ର ସ୍ୱାଇଁ, ଝାରସୁଗୁଡ଼ା ଡି.ଆଇ.ଓ, ଏନ୍‌ଆଇସି ଅକ୍ଷୟ କୁମାର ମିଶ୍ର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ, ଓଏସ୍‌ଡି ଭବାନୀ ପ୍ରସାଦ ରାୟ, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶ, ବିତ୍ତ ଅଧିକାରୀ ସଂଜୟ କୁମାର ଲୁଗୁନ୍‌, ଆଇଟି ନୋଡାଲ ଅଧିକାରୀ ଦେବରାଜ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ceo ଝାରସୁଗୁଡା ଉପନିର୍ବାଚନ ଭୋଟ ଗଣତି
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମାଥ୍‌ମାଟିକ୍ସ- ଏକାମ୍ର କାନନ ୬ ଲେନ୍ ବିଶିଷ୍ଟ ରାସ୍ତା ଉଦ୍‌ଘାଟନ

June 13, 2026
Latest News

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.