ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ଶପଥ ଗ୍ରହଣ କରିଥିବା ଦୁଇ ଓଡିଆ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀଙ୍କୁ ମନ୍ତ୍ରୀପଦ ମିଳିଛି। ଧର୍ମେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରାଳୟର ଦାୟିତ୍ବ ପାଇଥିବା ବେଳେ ପ୍ରତାପଙ୍କୁ ମଧ୍ୟମ ଓ କ୍ଷୁଦ୍ର ଶିଳ୍ପ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିଭାଗର ଦାୟିତ୍ବ ପ୍ରଦାନ କରାଯାଇଛି। ଧର୍ମେନ୍ଦ୍ର ପ୍ରଧାନ ପୂର୍ବରୁ ପେଟ୍ରୋଲିୟମ୍ ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ ଦାୟିତ୍ବରେ ରହିଥିବା ବେଳେ ପ୍ରଥମ ଥର ପାଇଁ ସଂସଦରେ ପ୍ରବେଶ କରିଥିବା ପ୍ରତାପ ଷଡଙ୍ଗୀଙ୍କୁ ଏହି ଗୁରୁତ୍ବପୂର୍ଣ୍ଣ ପଦବୀ ମିଳିଛି।