Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳାଫଳ: ଡିଏଭି ପୋଖରୀପୁଟର ସୌମ୍ୟ ଶୁଭ୍ରକାନ୍ତ ବିଜ୍ଞାନରେ ପ୍ରଥମ
ଆଜିର ଖବର

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳାଫଳ: ଡିଏଭି ପୋଖରୀପୁଟର ସୌମ୍ୟ ଶୁଭ୍ରକାନ୍ତ ବିଜ୍ଞାନରେ ପ୍ରଥମ

May 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଡିଏଭି ପୋଖରୀପୁଟର ବିଜ୍ଞାନ ବିଭାଗରେ ମୋଟ୍ ୨୪୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୪ ଜଣ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନ ବିଭାଗରେ ବିଦ୍ୟାଳୟର ସାମଗ୍ରିକ ହାର ୮୨.୨୯ ପ୍ରତିଶତ ଥିବାବେଳେ ବାଣିଜ୍ୟ ବିଭାଗରେ ୮୦.୫୭ ପ୍ରତିଶତ ଓ କଳା ବିଭାଗରେ ୮୯.୫୧ ପ୍ରତିଶତ ରହିଅଛି।

ବିଜ୍ଞାନରେ ସୌମ୍ୟ ଶୁଭ୍ରକାନ୍ତ ପ୍ରଥମ, ସ୍ମାର୍ତା ଦେବ୍ ଓ ସୈଜଲ ତ୍ରିପାଠୀ ଯୁଗ୍ମଭାବେ ଦ୍ୱିତୀୟ, ଶୁଭଙ୍କର ନାୟକ ଓ ଶିବାନୀ ପ୍ରିୟଦର୍ଶିନୀ ପଣ୍ଡା ତୃତୀୟ, ବାଣିଜ୍ୟରେ ସ୍ନେହା ମହାନ୍ତି ପ୍ରଥମ, ଶ୍ରୀଦାତ୍ରୀ ସାହୁ ଦ୍ୱିତୀୟ, ଆଦ୍ୟାଶା ସାହୁ ତୃତୀୟ ଓ କଳାରେ ବିଶ୍ୱ ଶ୍ରୁତିମୟୀ ପ୍ରଧାନ ପ୍ରଥମ, ରୋଶନ କୁମାର ବେହେରା ଦ୍ୱିତୀୟ ଓ ଶୁଭଶ୍ରୀ ସାମନ୍ତ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ବିଜ୍ଞାନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀ ସୌମ୍ୟ ଶୁଭ୍ରକାନ୍ତ ତାଙ୍କର ସଫଳତା ପାଇଁ ନିଜର କଠିନ ପରିଶ୍ରମ, ବିଦ୍ୟାଳୟର ଅଧ୍ୟକ୍ଷା , ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ନିଜର ମାତାପିତାଙ୍କୁ ଶ୍ରେୟ ପ୍ରଦାନ କରିଛନ୍ତି।

ସେହିପରି ବାଣିଜ୍ୟ ବିଭାଗରେ ପ୍ରଥମ ସ୍ଥାନ କରିଥିବା ସ୍ନେହା ମହାନ୍ତି ଭଗବାନଙ୍କ ଆଶୀର୍ବାଦ, ବିଦ୍ୟାଳୟର ଅଧ୍ୟକ୍ଷା ମହୋଦୟା ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ପଥ ପ୍ରଦର୍ଶନ ଓ ପିତାମାତାଙ୍କ ଉଚିତ ପରାମର୍ଶକୁ ଗ୍ରହଣ କରି ଏହି ସଫଳତା ପାଇଛନ୍ତି ବୋଲି କହିଛନ୍ତି। ଅନରୂପଭାବେ କଳାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବିଶ୍ୱ ଶ୍ରୁତିମୟୀ ପ୍ରଧାନ ଏହି ସଫଳତା ନିମନ୍ତେ ବିଦ୍ୟାଳୟର ଅଧ୍ୟକ୍ଷା, ମାତାପିତା, ଶିକ୍ଷକ ଶିକ୍ଷୟିତ୍ରୀ, ସହପାଠୀମାନଙ୍କ ପ୍ରେରଣାରେ ଏହା ସମ୍ଭବ ହୋଇପାରିଛି ବୋଲି ମତପ୍ରଦାନ କରିଛନ୍ତି। ଅଧିକାଂଶ ଛାତ୍ରଛାତ୍ରୀ ବିଷୟଭିତ୍ତିକ ଶତପ୍ରତିଶତ ନମ୍ବର ରଖି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି।

ଏହି ସଫଳତା ପାଇଁ ବିଦ୍ୟାଳୟର ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ, ଡିଏଭି ସମୂହ ଓଡ଼ିଶା ଜୋନ୍‌ର ଆଞ୍ଚଳିକ ଅଧିକାରୀ ଡ. କେଶବ ଚନ୍ଦ୍ର ଶତପଥୀ ଓ ବିଦ୍ୟାଳୟର ଅଧ୍ୟକ୍ଷା ଡ. ସୁଜାତା ଏହି ସଫଳତା ପାଇଁ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି।

ଡିଏଭି ପୋଖରୀପୁଟ ଦ୍ୱାଦଶ ପରୀକ୍ଷା ବିଜ୍ଞାନ ସିବିଏସ୍ଇ
Share. Facebook Twitter LinkedIn Email WhatsApp Copy Link

Related Posts

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026
Latest News

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.