Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»୫-ଟି ସଚିବଙ୍କ ନୂଆପଡ଼ା ଗସ୍ତ, ପାଞ୍ଚୋଟି ମନ୍ଦିରର ହେବ ସୌନ୍ଦର୍ଯ୍ୟକରଣ
ରାଜ୍ୟ ଖବର

୫-ଟି ସଚିବଙ୍କ ନୂଆପଡ଼ା ଗସ୍ତ, ପାଞ୍ଚୋଟି ମନ୍ଦିରର ହେବ ସୌନ୍ଦର୍ଯ୍ୟକରଣ

May 21, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
୫-ଟି ସଚିବଙ୍କ ନୂଆପଡ଼ା ଗସ୍ତ, ପାଞ୍ଚୋଟି ମନ୍ଦିରର ହେବ ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଳାହାଣ୍ଡି ଓ ନୂଆପଡାକୁ ତିନି ଦିନିଆ ଗସ୍ତରେ ଯାଇଥିବା ୫-ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ତୃତୀୟ ଦିନରେ ନୂଆପଡ଼ା, ସିନାପାଲି, ଖରୀଆର, ବୋଡ଼େନ, କୋମନା ଆଦି ବ୍ଲକ ଅଞ୍ଚଳ ପରିଦର୍ଶନ କରି ବିକାଶ କାମର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କ ସହିତ ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଛନ୍ତି।

ଶ୍ରୀ ପଣ୍ଡିଆନ ପ୍ରଥମେ ଗଡରମାଲ ଠାରେ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳ ପରିଦର୍ଶନ କରି ସେଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଏହି ପ୍ରକଳ୍ପରେ ୮୧୯ ହେକ୍ଟର ଜମି କୁ ପାଣି ଦିଆ ଯାଉଥିବା ବେଳେ ୧୬୩୦ ଚାଷୀ ପରିବାର ଏହାଦ୍ବାରା ଉପକୃତ ହେଉଛନ୍ତି। ପାରମ୍ପରିକ ଚାଷକୁ ଛାଡି ମକା, ବାଦାମ, କାଜୁ, ଓ ପନିପରିବା ଚାଷ ପାଇଁ ଚାଷୀଙ୍କୁ ଉତ୍ସାହିତ କରିବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ।

ଏହି ପ୍ରକଳ୍ପକୁ ଆହୁରି ସମ୍ପ୍ରସାରଣ କରାଯାଇ ଚାଷୀ ମାନଂକୁ କିପରି ଅଧିକ ଜଳ ସେଚନ ସୁବିଧା ଦିଆ ଯାଇ ପାରିବ, ଶ୍ରୀ ପାଣ୍ଡିଆନ ସେ ସଂପର୍କରେ ଜଳ ସେଚନ ବିଭାଗ ଯନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ। ଏ ସଂପର୍କରେ ଏକ ରିପୋର୍ଟ ପ୍ରସ୍ତୁତ କରି ତୁରନ୍ତ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି କୋନବିରା ରେ ଜଳ ସେଚନ ସମ୍ଭାବନାକୁ ଦୃଷ୍ଟିରେ ରଖି ସେ ସ୍ଥାନୀୟ ଲୋକ ଓ ଜଳ ସେଚନ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ସେଠାରେ ଏକ ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ନୂଆପଡ଼ାର କେତକ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ର ବିକାଶ ପାଇଁ ମଧ୍ୟ ଶ୍ରୀ ପାଣ୍ଡିଆନ ନିଷ୍ପତ୍ତି ନେଇଛନ୍ତି। ପାଟୋରା ସ୍ଥିତ ଯୋଗେଶ୍ଵର ମହାଦେବ ମନ୍ଦିରର ରୂପାନ୍ତର ସଂପର୍କରେ ସେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ମନ୍ଦିରର ରୁପାନ୍ତର ଓ ସୌନ୍ଦର୍ଯ୍ୟ କରଣ ସହିତ ସେଠାରେ ପର୍ଯ୍ୟଟନ ଓ ଜଳ କ୍ରୀଡା ସୁବିଧାର ବିକାଶ ନିମନ୍ତେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ପାତାଲଗଙ୍ଗା ଠାରେ ସେ ଜଗନ୍ନାଥ ମନ୍ଦିର ଓ ରାଧକୃଷ୍ଣ ମନ୍ଦିର ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ଏହାର ଉନ୍ନତି ସଂପର୍କରେ ସବିଶେଷ ତଥ୍ୟ ନେଇଥିଲେ। ଏହାର ରୁପାନ୍ତର ପାଇଁ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସୁନାବେଡ଼ା ର ସୁନଦେଇ ମନ୍ଦିର ପରିଦର୍ଶନ କରି ଏହାର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ ପାଇଁ ସେବାୟତ ଓ ସ୍ଥାନୀୟ ଲୋକ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନେ ମନ୍ଦିର ସହିତ ସ୍ଥାନୀୟ ଅଞ୍ଚଳର ସାମଗ୍ରୀକ ବିକାଶ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ତେଣୁ ସୁନାବେଡ଼ା ପାର୍ବତ୍ୟଞ୍ଚଳର ସାମଗ୍ରୀକ ବିକାଶ ପାଇଁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇ ରିପୋର୍ଟ ପ୍ରଦାନ କରିବାକୁ କହିଥିଲେ।

ବୋଡ଼େନ ଠାରେ ମିଶନ ଶକ୍ତି କେଫ ପରିଦର୍ଶନ କରି ସେଠାରେ ମିଶନ ଶକ୍ତି ର ସଦସ୍ୟା ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରି ସେମାନଙ୍କୁ ଅଧିକ ସୁବିଧା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଲିତିସର୍ଗୀ ଠାରେ ସେ ରୂପାନ୍ତରିତ ଗୋପୀନାଥ ହାଇ ସ୍କୁଲ୍ ପରିଦର୍ଶନ କରି ଛାତ୍ର, ଛାତ୍ରୀ, ଅଭିଭାବକ, ଶିକ୍ଷକ ଓ ପୁରାତନ ଛାତ୍ର ମାନଙ୍କ ସହ ଆଲୋଚନା କରିଥିଲେ। ପିଲା ମାନଙ୍କ ପାଇଁ ଆଧୁନିକ ଶିକ୍ଷାର ସୁବିଧା ହୋଇ ଥିବାରୁ ସେମାନେ ଖୁସି ପ୍ରକାଶ କରିଥିଲେ। ପିଲା ମାନେ ଭଲ ପାଠ ପଢି ଓଡ଼ିଶାର ଉନ୍ନତି ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମର ସମୀକ୍ଷା କରି ବ୍ୟବସ୍ଥାର ବିଭିନ୍ନ ମାପଦଣ୍ଡ ସଂପର୍କରେ ଅନୁଧ୍ୟାନ କରିଥିଲେ। ରୋଗୀ ମାନଙ୍କ ସହ ଆଲୋଚନା କରି ସେମାନେ ଏହି ବ୍ୟବସ୍ଥା ଦ୍ବାରା କେତେ ସୁବିଧା ପାଉଛନ୍ତି, ସେମାନେ ଖୁସି ଅଛନ୍ତି ନା ନାହିଁ, ସେ ସଂପର୍କରେ ପଚାରି ବୁଝିଥିଲେ ଓ ସ୍ଵାସ୍ଥ୍ୟ ଅଧିକାରୀ ମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ

ଖଡିଆଳ ସବଡିଭିଜିନାଲ ହସ୍ପିଟାଲ ରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମ ସମୀକ୍ଷା କରି ରୋଗୀ ମାନଙ୍କୁ ସେମାନଙ୍କୁ ମିଳୁଥିବା ସୁବିଧା ସଂପର୍କରେ ପଚାରି ବୁଝି ଥିଲେ। ବ୍ୟବସ୍ଥାର ଉନ୍ନତି ପାଇଁ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ସିଲଦା ଠାରେ ସେ ମିଶନ ଶକ୍ତି ସଦସ୍ୟା, ଗ୍ରାମ ପଞ୍ଚାୟତ ଫେଡେରସନ, ବ୍ଲକ୍ ସ୍ତରୀୟ ଫେଡେରସନ ଓ ଜିଲ୍ଲା ସ୍ତରୀୟ ଫେଡେରସନ ର ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପରେ ମହିଳା ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ନୂଆପଡ଼ା ଠାରେ ନିର୍ମାଣାଧୀନ ମଡେଲ ବସ ଷ୍ଟାଣ୍ଡ ପରିଦର୍ଶନ କରି ଏହାକୁ ନିର୍ଦ୍ଧାରତ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରିଶେଷରେ ସେ ନୂଆପଡ଼ା ନ୍ୟାସନାଲ କଲେଜ ପ୍ରାଙ୍ଗଣରେ ସ୍ଥାନୀୟ ଲୋକ ମାନଙ୍କ ସୁବିଧା ଅସୁବିଧା ଓ ଅଭିଯୋଗ ଶୁଣିଥିଲେ। ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେବା ସହିତ ଯେଉଁ ସବୁ କାର୍ଯ୍ୟ ପାଇଁ ସରକାରଂକ ଅନୁମତି ଆବଶ୍ୟକ ସେସବୁ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ ପଠାଇବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଏହି ଗସ୍ତ ସମୟରେ ସ୍ବାସ୍ଥ୍ୟ ବିଭାଗ ସଚିବ ଶ୍ରୀମତୀ ଶାଲୀନି ପଣ୍ତିତ, କ୍ରୀଡା ବିଭାଗ ସଚିବ ଶ୍ରୀ ଆର. ଭିନିଲ କ୍ରିଷ୍ଣା, ଜିଲ୍ଲାପାଳ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

5T MoSarakar pandian ପାଣ୍ଡିଆନ ଭିକେପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Latest News

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.