ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ

Published: May 23, 2023, 11:17 am IST
NZPm

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଭାରତ-ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ସହଯୋଗ ଫୋରମ(ଏଫଆଇପିଆଇସି)ର ତୃତୀୟ ସମ୍ମିଳନୀ ଅବସରରେ ପୋର୍ଟ ମୋରେସବୀଠାରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିସ୍ ହିପକିନ୍ସଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା ଥିଲା ।

ଦୁଇ ନେତା ଦ୍ୱିପାକ୍ଷିକ ସହଯୋଗ, ଉପରେ ଆଲୋଚନା କରିବା ସହ ବାଣିଜ୍ୟ, ଶିକ୍ଷା, ସୂଚନା ପ୍ରଯୁକ୍ତି, ପର‌୍ୟ୍ୟଟନ, ସଂସ୍କୃତି, ଖେଳ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମ୍ବନ୍ଧିତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସହମତ ହୋଇଥିଲେ ।

Related posts