Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଦେବସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶ ଧାରଣ କରନ୍ତି ଶ୍ରୀଜଗନ୍ନାଥ, ଏହାର ରହସ୍ୟ କଣ?
ଧର୍ମ

ଦେବସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶ ଧାରଣ କରନ୍ତି ଶ୍ରୀଜଗନ୍ନାଥ, ଏହାର ରହସ୍ୟ କଣ?

May 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେବସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶ ଧାରଣ କରନ୍ତି ଶ୍ରୀଜଗନ୍ନାଥ, ଏହାର ରହସ୍ୟ କଣ?

ଭୁବନେଶ୍ବର:  ଶ୍ରୀ ଗଣେଷ ହେଉଛନ୍ତି ଅଗ୍ରପୂଜା। ଯେତେ ପୂଜା କରାଯାଏ ପ୍ରଥମ ଗଣେଷଙ୍କୁ ହିଁ ଆବାହନ କରାଯାଇଥାଏ। ସେଥିପାଇଁ ସବୁଦେବାଦେବୀଙ୍କ ପୂଜା ପୂର୍ବରୁ ଶ୍ରୀ ଗଣେଷଙ୍କୁ ପୂଜା କରାଯାଇଥାଏ। ସେହିପରି ପ୍ରଭୃ ଶ୍ରୀ ଜଗନ୍ନାଥ ମଧ୍ୟ ଶ୍ରୀ ଗଣେଷଙ୍କୁ ବେଶ୍ ଭଲ ପାଆନ୍ତି। ସେଥିପାଇଁ ସେ ବର୍ଷରେ ଥରେ ଗଜାନନ ବେଶ ଧାରଣ କରିଥାଆନ୍ତି। ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୁଅନ୍ତି। ତେବେ ଏହା ପଛରେ ଏକ କିମ୍ବଦନ୍ତୀ ରହିଛି।

ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଜଣେ ବଡ ଭକ୍ତ ଥିଲେ। ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ।

ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା। ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ। ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା। ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ।

ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ।ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜାନନବେଶ ଧାରଣ କରନ୍ତି।

ଗଜାନନ ବେଶ ଜଗନ୍ନାଥଙ୍କ ଗଜାନନ ବେଶ ଦେବସ୍ନାନ ପୂର୍ଣ୍ଣିମା ସ୍ନାନ ପୂର୍ଣ୍ଣିମା ହାତୀ ବେଶ
Share. Facebook Twitter LinkedIn Email WhatsApp Copy Link

Related Posts

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.