Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିର୍ମାଣାଧିନ ପ୍ରାଣୀ ଚିକିତ୍ସାଳୟଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବାକୁ ମନ୍ତ୍ରୀ ସ୍ୱାଇଁଙ୍କ ନିର୍ଦ୍ଦେଶ
ବିଶେଷ ଖବର

ନିର୍ମାଣାଧିନ ପ୍ରାଣୀ ଚିକିତ୍ସାଳୟଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବାକୁ ମନ୍ତ୍ରୀ ସ୍ୱାଇଁଙ୍କ ନିର୍ଦ୍ଦେଶ

May 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ରାଜ୍ୟରେ ନିର୍ମାଣଧିନ ସମସ୍ତ ପ୍ରାଣୀ ଚିକିତ୍ସାଳୟଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସଂପୃକ୍ତ ନିର୍ମାଣକାରୀ ସଂସ୍ଥାଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ପ୍ରାଣୀମାନଙ୍କୁ ଉନ୍ନତ ଚିକିତ୍ସାସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟରେ ୧୭୫ଟି ନୂତନ ବ୍ଲକ୍‌ ପ୍ରାଣୀଚିକିତ୍ସା ଡିସ୍‌ପେନ୍‌ସାରୀ, ଜିଲ୍ଲା ପ୍ରାଣୀଚିକିତ୍ସା ଡିସ୍‌ପେନ୍‌ସାରୀ ଏବଂ ପ୍ରାଣୀଚିକିତ୍ସା ହସ୍‌ପିଟାଲ୍‌ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଉଥିବାବେଳେ ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ନିର୍ମାଣର ଅଗ୍ରଗତି ସଂପର୍କରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମୀକ୍ଷା କରିଥିଲେ।
ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ମାଣ କାର୍ଯ୍ୟକୁ ଯଥାଶୀଘ୍ର ସାରିବା ପାଇଁ ଓସିିସିଏଲ୍‌, ଓଏସ୍‌ଆଇସି, ଏନ୍‌ପିସିସି ଆଦି ପବ୍ଲିକ୍‌ ସେକଫର ଅଣ୍ଡରଟେକିଂ ସଂସ୍ଥାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ନିର୍ମାଣକାର୍ଯ୍ୟର ଅଗ୍ରଗତି ସଂପର୍କରେ ବିଭାଗୀୟ ଅଧିକାରୀମାନେ ନିୟମିତ ନିରୀକ୍ଷଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେବା ପରେ ତୃତୀୟ ପକ୍ଷ ଦ୍ୱାରା ସମସ୍ତ ନିର୍ମାଣ କାର୍ଯ୍ୟର ମୂଲ୍ୟାଙ୍କନ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।
ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ନିର୍ମାଣାଧିନ ଡିସ୍‌ପେନ୍‌ସାରୀଗୁଡ଼ିକର ସଦ୍ୟତମ ସ୍ଥିତି ସଂପର୍କରେ ସୂଚନା ଦେଇଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ, ଓସିସିଏଲ୍‌, ଓଏସ୍‌ଆଇସି, ଏନ୍‌ପିସିସି ଆଦି ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।
ପ୍ରାଣୀ ଚିକିତ୍ସାଳୟ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.