Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନରଙ୍କ ସମୀକ୍ଷା ବୈଠକ: ତ୍ୱରିତ ସେବା ପ୍ରଦାନ ନିମନ୍ତେ ଅଧିକାରୀମାନଙ୍କୁ ପରାମର୍ଶ
ଆଜିର ଖବର

କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନରଙ୍କ ସମୀକ୍ଷା ବୈଠକ: ତ୍ୱରିତ ସେବା ପ୍ରଦାନ ନିମନ୍ତେ ଅଧିକାରୀମାନଙ୍କୁ ପରାମର୍ଶ

May 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଡଃ ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଖୋରଧା ଜିଲ୍ଲାର ରାଜସ୍ୱ ସେବା ସଂପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଉକ୍ତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।

ଉକ୍ତ ବୈଠକରେ ରାଜସ୍ୱ ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ୫-‘ଟି’ ଅଧାରରେ ଜନସାଧାରଣମାନଙ୍କୁ ଉତ୍ତମ ସେବା ପ୍ରଦାନ ସହ କାର୍ଯ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ଯେପରି ଭଲ ଅନୁଭବ ନେଇ ଫେରିବେ ଏଥିପ୍ରତି ଦୃଷ୍ଟି ଦେବାକୁ ଡଃ ଦଳାଇ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଜମିଜମା ମାମଲାଗୁଡିକର ସମାଧାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା, ଦାଖଲଖାରଜ, ଆୟ, ଜାତିଗତ ଭଳି ବିଭିନ୍ନ ପ୍ରମାଣପତ୍ର ସମୟସୀମା ମଧ୍ୟରେ ପ୍ରଦାନ ଏବଂ ଜନସାଧାରଣମାନଙ୍କ ମତାମତକୁ ଗୁରୁତ୍ୱ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରତି ସପ୍ତାହରେ ଏ ସଂପର୍କରେ ଜିଲ୍ଲାସ୍ତରୀୟ ସମୀକ୍ଷା କରିବା ଉପରେ ରାଜସ୍ୱ କମିଶନର ଗୁରୁତ୍ୱାରୋପ କରିଥିଲେ।

ସେହିଭଳି ନୂତନ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିର୍ମାଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ମଧ୍ୟ କୁହାଯାଇଛି। ଏଥିସହ ରାଜସ୍ୱ ଆଦାୟ ଲକ୍ଷ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ଜିଲ୍ଲାପାଳ  କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଭୁବନେଶ୍ୱର ଉପଜିଲ୍ଲାପାଳ ଦେବବ୍ରତ ସାହୁ, ଖୋରଧା ଉପଜିଲ୍ଲାପାଳ ଦିପ୍ତୀ ରଞ୍ଜନ ସେଠୀ, ସମସ୍ତ ତହସିଲଦାର ଓ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.