Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦାବି ଶୁଣିଲେନି ସରକାର: ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସମୂହ ଛୁଟିରେ ଗଲେ ୫୦ ହଜାର ଅମଲା
ଆଜିର ଖବର

ଦାବି ଶୁଣିଲେନି ସରକାର: ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସମୂହ ଛୁଟିରେ ଗଲେ ୫୦ ହଜାର ଅମଲା

June 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜିଠାରୁ ରାଜ୍ୟ ଅମଲା ମଞ୍ଚ ଗ୍ରେଡ ପେ ବୃଦ୍ଧି ଦାବିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି। ପ୍ରାୟ ୫୦ ହଜାର ଅମଲା ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଯାହାଫଳରେ ସରକାରୀ ଦପ୍ତରର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି।

ଅମଲାମାନଙ୍କ ଦାବି ମୁତାବକ ୨୦୧୭ ପରେ ସରକାର ଅମଲାମାନଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଓ କମ୍ପ୍ୟୁଟର ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି। ହେଲେ ସେହି ଅନୁସାରେ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଅମଲାମାନଙ୍କର ଗ୍ରେଡ ପେ ବୃଦ୍ଧି କରାଯାଇନାହିଁ। ସେମାନେ ପୂର୍ବରୁ ପାଉଥିବା ୧୯୦୦ ଗ୍ରେଡ ପେ, ଏବେ ବି ବଳବତ୍ତର ରହିଛି। ହେଲେ ସମାନ କାମକୁ ସମାନ ଦରମା ନୀତିର ଏହା ଉଲ୍ଲଂଘନ ଅଭିଯୋଗ କରି ଗ୍ରେଡ ପେ ୪୨୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ଅମଲାମାନେ ଦାବି କରିଆସୁଛନ୍ତି।

ଏଥିପାଇଁ ମେ ୧ ତାରିଖରୁ ସରକାରଙ୍କୁ ଚେତାବନୀ ଦେଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏହାପରେ ମଧ୍ୟ ସେମାନେ ମେ ୨୨ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ ପିନ୍ଧିବା ସହ ଜୁନ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯିବାକୁ ଚେତାବନୀ ଦେଇଥିଲେ।

ଏହା ସତ୍ତ୍ୱେ ସରକାର ସେମାନଙ୍କ ଦାବି ପୂରଣ କରିନଥିବାରୁ ଆଜିଠାରୁ ସମସ୍ତ ଅମଲାମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ଅମଲା ମଞ୍ଚର ସୂଚନା ଅନୁସାରେ ରାଜସ୍ୱ ବିଭାଗ, ଟ୍ରେଜେରୀ, ସବ ରେଜିଷ୍ଟାର, ଶିକ୍ଷା, ସ୍ୱାସ୍ଥ୍ୟ, ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା, କୃଷି, ଗ୍ରାମ୍ୟ ନିର୍ମାଣ ବିଭାଗର ପ୍ରାୟ ୫୦ ହଜାର ଅମଲାମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି।

ଅନିର୍ଦ୍ଧିଷ୍ଟ କାଳ ସମୂହ ଛୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026
Latest News

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.