Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ପୁଣି ଏକ ନମ୍ବର ସ୍ଥାନରେ ସୋଆ: ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
ଆଜିର ଖବର

ଓଡ଼ିଶାରେ ପୁଣି ଏକ ନମ୍ବର ସ୍ଥାନରେ ସୋଆ: ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

June 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ୨୦୨୩ ନିମନ୍ତେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍‌ରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୫ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ)। ସୋମବାର ନୂଆଦିଲ୍ଲୀ ଠାରେ ଏହି ର‌୍ୟାଙ୍କିଙ୍ଗ୍‌ସ କେନ୍ଦ୍ର ଶିକ୍ଷା ଏବଂ ବର୍ହିବ୍ୟାପାର ରାଜ୍ୟମନ୍ତ୍ରୀ ରାଜକୁମାର ରଞ୍ଜନ ସିଂଙ୍କ ଦ୍ୱାରା ଉନ୍ମୋଚନ ହୋଇଛି।

ଏକ ବହୁବିଧ ବିଶ୍ୱବିଦ୍ୟାଳୟ ଭାବେ ସୋଆ ଗତ ୨୦୨୨ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସରେ ୧୬ ତମ ସ୍ଥାନରେ ରହିଥିବା ବେଳେ ୨୦୧୬ ଠାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ ହୋଇଥିବା ଏହି ର‌୍ୟାଙ୍କିଙ୍ଗ ପ୍ରକ୍ରିୟାରେ କ୍ରମାଗତ ୮ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ ଟି ଉଚ୍ଚ ଶିକ୍ଷାନୁଷ୍ଠାନ ମଧ୍ୟରେ ନିଜ ସ୍ଥାନ ବଜାୟ ରଖି ଆସିଛି। ଏଥି ମଧ୍ୟରୁ ୬ ବର୍ଷ ସୋଆ ଦେଶର ୨୦ଟି ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇପାରିଛି। ଚଳିତ ବର୍ଷ ଏହି ପ୍ରକ୍ରିୟାରେ ସୋଆ ଆଗକୁ ଯାଇ ୧୫ ତମ ସ୍ଥାନ ଅଧିକାର କରିଛି।
ପ୍ରଥମ ଥର ପାଇଁ ସୋଆ ଶ୍ରେଷ୍ଠ ୧୫ଟି ଉଚ୍ଚ ଶିକ୍ଷାନୁଷ୍ଠାନ ମଧ୍ୟରେ ନିଜର ସ୍ଥାନ ବଜାୟ ରଖିଥିବା ବେଳେ ସାମଗ୍ରିକ କ୍ୟାଟେଗୋରିରେ ୨୬ ତମ ସ୍ଥାନ ହାସଲ କରିଛି। ଗତ ବର୍ଷ ଏହି କ୍ୟାଟେଗୋରିରେ ସୋଆ ୩୦ତମ ସ୍ଥାନରେ ରହିଥିବା ବେଳେ ଚଳିତ ଥର ୪ ଟି ସ୍ଥାନ ଉପରକୁ ଉଠିପାରିଛି।

ସେହିପରି ମେଡିକାଲ୍ ସାଇନ୍‌ସେସ୍‌, ଡେଂଟାଲ୍ ସାଇନ୍‌ସେସ୍ ଏବଂ ଲ ରେ ମଧ୍ୟ ଆଗକୁ ଯାଇଛି ସୋଆ। ମେଡିକାଲ୍ ସାଇନ୍‌ସ୍ କ୍ୟାଟେଗୋରିରେ ୨୦୨୨ରେ ଦେଶରେ ୧୮ ତମ ସ୍ଥାନରେ ଥିବା ସୋଆ ଚଳିତ ଥର ୧୬ ତମ ସ୍ଥାନ ହାସଲ କରିଛି। ସେହିପରି ଲ କ୍ୟାଟେଗୋରିରେ ଏଥର ଅଷ୍ଟମ ସ୍ଥାନରେ ରହିଥିବା ସୋଆ ପୂର୍ବ ବର୍ଷ ୯ମ ସ୍ଥାନରେ ରହିଥିଲା ଏବଂ ଡେଂଟାଲ୍ ସାଇନ୍‌ସରେ ଏଥର ୯ମ ସ୍ଥାନରେ ଥିବା ବେଳେ ଗତ ବର୍ଷ ୧୦ମ ସ୍ଥାନରେ ରହିଥିଲା। ଚଳିତ ବର୍ଷ ସାମଗ୍ରିକ, ବିଶ୍ୱବିଦ୍ୟାଳୟ, ମେଡିକାଲ୍ ସାଇନ୍‌ସେସ୍‌, ଡେଂଟାଲ୍ ସାଇନ୍‌ସେସ ଏବଂ ଲ’ କ୍ୟାଟେଗୋରିରେ ଓଡ଼ିଶାରେ ସୋଆ ଏକ ନମ୍ବର ସ୍ଥାନରେ ରହିଛି।

ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ୨୦୨୨ ଭଳି ଚଳିତ ବର୍ଷ ମଧ୍ୟ ୨୭ ତମ ସ୍ଥାନ ବଜାୟ ରଖିଥିବା ବେଳେ ରାଜ୍ୟରେ ଦ୍ୱିତୀୟ ସ୍ଥାନରେ ରହିଛି। ଇଞ୍ଜିନିୟରିଂ କ୍ୟାଟେଗୋରିରେ ଓଡ଼ିଶାରେ ଏକ ନମ୍ବର ସ୍ଥାନରେ ରହିଛି ଏନ୍‌ଆଇଟି, ରାଉରକେଲା। ସେହିପରି ପ୍ରଥମ ଥର ପାଇଁ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗ୍‌ସରେ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନ୍‌ସେସ୍ ୫୭ ତମ ସ୍ଥାନ ହାସଲ କରି ରାଜ୍ୟରେ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଏକ୍ସଆଇଆଇଏମ୍ ବିଶ୍ୱବିଦ୍ୟାଳୟ ଏକ ନମ୍ବର ସ୍ଥାନରେ ରହିଛି।

ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗ୍‌ସ ଅନୁଯାୟୀ ପୂର୍ବାଂଚଳରେ ସୋଆ ମେଡିକାଲ୍ ସାଇନ୍‌ସେସ୍ ଏବଂ ଡେଂଟାଲ୍ ସାଇନ୍‌ସେସ୍‌ରେ ଏକ ନମ୍ବର ସ୍ଥାନରେ ରହିଥିବା ବେଳେ ଲ’ କ୍ୟାଟେଗୋରିରେ ୨ୟ ସ୍ଥାନ, ବିଶ୍ୱବିଦ୍ୟାଳୟ କ୍ୟାଟେଗୋରିରେ ତୃତୀୟ ସ୍ଥାନ ଏବଂ ସାମଗ୍ରିକ କ୍ୟାଟେଗୋରିରେ ୪ର୍ଥ ସ୍ଥାନ ହାସଲ କରିଛି। ପୂର୍ବଭାରତରେ ଇଞ୍ଜିନିୟରିଂ କ୍ୟାଟେଗୋରିରେ ୫ମ ସ୍ଥାନ ହାସଲ କରିଛି ସୋଆ।

ଗତ ବର୍ଷ ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ୍ (ନାକ୍‌) ସୋଆକୁ ସର୍ବାଧିକ ଗ୍ରେଡ୍ ଇ++ ରେ ପୁନଃସ୍ୱୀକୃତି ଦେଇଛି।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏନଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗ୍‌ସରେ ବିଶ୍ୱବିଦ୍ୟାଳୟର ସଫଳତାକୁ ନେଇ ଖୁସିବ୍ୟକ୍ତ କରିବା ସହ ଫ୍ୟାକଲ୍ଟି ଏବଂ ଅନ୍ୟ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିରବଚ୍ଛିନ୍ନ ପରିଶ୍ରମ ଦ୍ୱାରା ସୋଆକୁ ସଫଳତାର ଉଚ୍ଚତମ ସୋପାନରେ ପହଂଚାଇବାକୁ ସେ ସେମାନଙ୍କୁ ଆହ୍ୱାନ ଜଣାଇଛନ୍ତି।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଅବସରରେ ବିଶ୍ୱବିଦ୍ୟାଳୟର ସଫଳତା ନିମନ୍ତେ ନିରବଚ୍ଛିନ୍ନ ଉଦ୍ୟମକୁ ଶ୍ରେୟ ଦେବା ସଂଗେ ସଂଗେ ଆଗାମୀ ୫ ବର୍ଷରେ ବିଶ୍ୱବିଦ୍ୟାଳୟ ଦେଶର ଶ୍ରେଷ୍ଠ ୧୦ଟି ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକାରେ ସ୍ଥାନୀତ ହେବା ନିମନ୍ତେ ଚେଷ୍ଟା ଜାରୀ ରଖିବ ବୋଲି କହିଛନ୍ତି।

ଏକ ନମ୍ବର ଓଡିଶା ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.