Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ
ଆଜିର ଖବର

ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ

June 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
LokaKala
ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ

ଭୁବନେଶ୍ବର: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପ ଠାରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ ହୋଇଛି। ମାନ୍ୟବର ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ବିନୀ କୁମାର ପାତ୍ର ଏହାକୁ ଉଦଘାଟନ କରିବା ସହ ଲୋକକଳାର ପରମ୍ପରା ଏବେ ମଧ୍ୟ ଅକ୍ଷୁର୍ଣ୍ଣ ରହିଛି ବୋଲି କହିଥିଲେ।

ଓଡିଶାର ଭାଷା,ସାହିତ୍ୟ ସଂସ୍କୃତି ଓ ପରମ୍ପରା ସହ ରାଜ୍ୟର ଲୋକକଳା ଓତଃପ୍ରୋତ ଭାବେ ଜଡିତ। ଏହାର ଲୋକପ୍ରିୟତା ବଜାୟ ରଖିବାର ସମୟ ଆସିଛି। ସେହିଭଳି ଗଣପର୍ବ ରଜ ମଧ୍ୟ ମୌଳିକତା ହରେଇ ନଥିବା ମନ୍ତ୍ରୀ ଶ୍ରୀ ପାତ୍ର ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା କହିଲେ ଯେ ଆଧୁନିକତାର ଚାକଚକ୍ୟରେ ଲୋକକଳା ଏହାର ମୌଳିକତା ଅକ୍ଷୁର୍ଣ୍ଣ ରଖିବାରେ ସଫଳ ହୋଇଛି। ଲୋକକଳାର ସୁରକ୍ଷା ଓ ଏହାକୁ ଲୋକାଭିମୁଖୀ କରିବା ପାଇଁ ଭବିଷ୍ୟତ ପିଢି ପ୍ରୟାସୀ ହେବା ଆବଶ୍ୟକତା ରହିଛି।

କଳାକାର ମାନଙ୍କ ପ୍ରତିଭା ଚିହ୍ନଟ କରି ସେମାନଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି। ଗ୍ରାମାଞ୍ଚଳ ଓ ବ୍ଲକ ସ୍ତରରୁ ଆରମ୍ଭ କରି ରାଜ୍ୟସ୍ତରରେ ଲୋକକଳା ଦିବସ ପାଳନ ନିମନ୍ତେ ପ୍ରୋତ୍ସାହିତ କରିବାରେ ସଂସ୍କୃତି ବିଭାଗର ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ସେ ମତବ୍ୟକ୍ତ କରିଥିଲେ।

ସେହିଭଳି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ବିଭାଗର ବିଭିନ୍ନ କାର୍ଯ୍ୟଶୈଳୀ ଉପରେ ଆଲୋକପାତ କରିଥିଲେ। କଳାକାର ମାନଙ୍କ ସ୍ବାର୍ଥ ରକ୍ଷାକରିବା ନିମନ୍ତେ ବିଭାଗ କାର୍ଯ୍ୟ କରୁଥିବା ସେ ମତବ୍ୟକ୍ତ କରିଥିଲେ। ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଡଃ ଲେନିନ ମହାନ୍ତି ନିଜର ମତାମତ ପ୍ରଦାନ କରିଥିଲେ। ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଭାଗୀୟ ଉପ ନିର୍ଦ୍ଦେଶିକା ଶ୍ରୀମତୀ ସୁଚିସ୍ମିତା ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।

ଲୁପ୍ତପ୍ରାୟ ଲୋକକଳାକୁ ପୁନଃ ଉଜ୍ବୀବିତ କରିବା ସହ ସଂପୃକ୍ତ କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୧୯ ମସିହାରୁ ଆଜିର ଦିନକୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ଦିବସ ଭାବେ ପାଳନ କରାଯାଉଛି।

ସଂସ୍କୃତି ଭବନ ପରିସରରେ ବିଭିନ୍ନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି। ରଜ ଉପଲକ୍ଷେ ବିଭିନ୍ନ ପାରମ୍ପରିକ ଓଡିଆ ଖାଦ୍ୟ ସାମଗ୍ରୀ ଓ ବିଭିନ୍ନ ହସ୍ତତନ୍ତ ସାମଗ୍ରୀ ଗ୍ରାହକ ମାନଙ୍କ ନିମନ୍ତେ ଉପଲବ୍ଧ ରହିଛି।

କାର୍ଯ୍ୟକ୍ରମ ଶେଷରେ ସମ୍ବଲପୁରର ଲହରୀ ଅନୁଷ୍ଠାନ ପକ୍ଷରୁ ସମ୍ବଲପୁରୀ ଲୋକନୃତ୍ୟ, କଟକର ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ଦ୍ବାରା ଘୋଡାନାଚ ପରିବେଷଣ କରାଯାଇଥିଲା। ଏହି ଅବସରରେ ବିଭାଗୀୟ ବରିଷ୍ଠ ଅଧିକାରୀ, ପ୍ରମୁଖ ଅଧିକାରୀ, ବୁଦ୍ଧିଜିବୀ ପ୍ରମୁଖ ଉପସ୍ଥିତ ଥିଲେ। ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

RajaFestival ରଜ ଲୋକକଳା
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.