Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭି. କାର୍ତ୍ତିକେୟାନ୍ ପାଣ୍ଡିଆନ୍, ଓଡିଶାର ରାଜନୈତିକ ଇତିହାସରେ ଏକ ଛାୟାପୁରୁଷ ନା ତାଙ୍କୁ ନେଇ ରାଜନୀତିରେ ଅଧିକ କିଛି ସମ୍ଭାବନା ରହିଛି?
ବିଶେଷ ଖବର

ଭି. କାର୍ତ୍ତିକେୟାନ୍ ପାଣ୍ଡିଆନ୍, ଓଡିଶାର ରାଜନୈତିକ ଇତିହାସରେ ଏକ ଛାୟାପୁରୁଷ ନା ତାଙ୍କୁ ନେଇ ରାଜନୀତିରେ ଅଧିକ କିଛି ସମ୍ଭାବନା ରହିଛି?

June 2, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
V.K.Pandian in Odisha Politics
V.K.Pandian in Odisha Politics

ସମୀକ୍ଷା ବ୍ୟୁରୋ

ଭି. କାର୍ତ୍ତିକେୟାନ୍ ପାଣ୍ଡିଆନ, ଏ ନାଁଟି ସହିତ ଓଡିଶାର ରାଜନୀତି ବେଶ ପରିଚିତ। ଗତ ପାଞ୍ଚ ବର୍ଷ ଭିତରେ ଏହି ବରିଷ୍ଠ ଆଇଏଏସ ଅଧିକାରୀ ଜଣକ ସର୍ବ ସାଧାରଣରେ ପଦେ ବି କଥା କହିନାହାନ୍ତି। ଅଥଚ ତାଙ୍କୁ ନେଇ ଓଡିଶାର ରାଜନୀତି ଗତ ପାଞ୍ଚ ବର୍ଷ ଧରି ଗତିଶୀଳ ରହିଛି। ତାଙ୍କୁ କେତେବେଳେ ଓଡିଶାର ବାସ୍ତବ କ୍ଷମତା କେନ୍ଦ୍ର ବୋଲି କୁହାଯାଉଛି, ତ ପୁଣି କେବେ ତାଙ୍କରି ନିର୍ଦ୍ଦେଶରେ ଓଡିଶାର ଶାସକ ଦଳ ପରିଚାଳିତ ବୋଲି ଅଭିଯୋଗ ଆସୁଛି। ବିରୋଧୀ ଦଳର ରାଜନୈତିକ ଆକ୍ରମଣରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତୁଳନାରେ ତାଙ୍କର ପ୍ରମୁଖ ସଚିବ ଭି. କାର୍ତ୍ତିକ ପାଣ୍ଡିଆନ ହିଁ ରହି ଆସିଛନ୍ତି। କିଛି ବିରୋଧୀ ତ ସିଧା ସିଧା ପାଣ୍ଡିଆନଙ୍କୁ ନିଜର ରାଜନୈତିକ ପ୍ରତିପକ୍ଷ ବୋଲି ଭାବି ନେଇଛନ୍ତି। ଗତ ସାଧାରଣ ନିର୍ବାଚନରେ ପାଣ୍ଡିଆନ ହିଁ ଥିଲେ ବିରୋଧୀ ଦଳର ପ୍ରମୁଖ ଲକ୍ଷ୍ୟ ଓ ତାହା ହିଁ ନବୀନ ପଟ୍ଟନାୟକଙ୍କ ଲାଗି ଥିଲା ସବୁଠୁ ବଡ ଆଶୀର୍ବାଦ। ନବୀନଙ୍କ ଆଗରେ ପାଣ୍ଡିଆନ ଏକ ସୁରକ୍ଷା ଢାଲ ଭଳି ଛିଡା ହୋଇଛନ୍ତି। ବିରୋଧୀଙ୍କ ଆକ୍ରମଣ ପାଣ୍ଡିଆନଙ୍କ ଉପରେ କେନ୍ଦ୍ରୀଭୂତ ହେଉଥିବା ବେଳେ ନବୀନ ନିଜର ନିଷ୍କଳଙ୍କ ଭାବମୂର୍ତ୍ତିକୁ ଆହୁରି ଚମକପ୍ରଦ କରିବାରେ ସଫଳ ହୋଇଛନ୍ତି।

ଗତ ବର୍ଷ ପାଣ୍ଡିଆନଙ୍କ ସରକାରୀ ବାସଭବନ ଉପରେ କିଛି ବିରୋଧୀ ଦଳର ଗୁଣ୍ଡା ଆକ୍ରମଣ କରିଥିଲେ। ପରବର୍ତ୍ତୀ ସମୟରେ ନବୀନଙ୍କର କେତେଜଣ ପୁରୁଣା ବନ୍ଧୁ ଯେଉଁମାନେ କି ଭିନ୍ନ ପରିସ୍ଥିତିରେ ନବୀନଙ୍କ ବଡ ବିରୋଧୀ ପାଲଟିଲେ, ସେମାନଙ୍କ ଲାଗି ପାଣ୍ଡିଆନ ଥିଲେ ଏକ ନମ୍ବର ଶତ୍ରୁ। ବିଶେଷ କରି ବୈଜୟନ୍ତ ପଣ୍ଡା ଓ ତାଙ୍କ ଦ୍ଵାରା ପରିଚାଳିତ ଏକ ଟେଲିଭିଜନ ଚାନେଲରେ ପାଣ୍ଡିଆନଙ୍କ ନାଁ ରେ ପ୍ରତିଦିନ କିଛି ନା କିଛି ଖବର /ଅପଖବର ବାହାରୁଥିଲା । ବହୁ ଅଭିଯୋଗର ଏକତରଫା ପ୍ରଚାର ଆମର ଗଣମାଧ୍ୟମରେ ସେବେ ଚାଲିଥିଲା, ଆଜି ମଧ୍ୟ ଚାଲିଛି। ତେବେ ଏ ସବୁର କୌଣସି ଉତ୍ତର/ସ୍ପଷ୍ଟୀକରଣ କେବେହେଲେ ପାଣ୍ଡିଆନ ଦେଇନାହାନ୍ତି। ଜଣେ ଶ୍ରୁଙ୍ଖଳିତ ସରକାରୀ କର୍ମଚାରୀ ଭାବରେ ସେ ସବୁ ସମୟରେ ଆଢୁଆଳରେ ଓ ନୀରବରେ ରହି ଆସିଛନ୍ତି।

ପୁରା ନିର୍ବାଚନୀ ପ୍ରଚାର ସମୟରେ ପାଣ୍ଡିଆନଙ୍କୁ କେହି କେବେ ଦେଖିବାର ସୁଯୋଗ ପାଇ ନାହାନ୍ତି। ବିଜୁ ଜନତା ଦଳର ବିପୁଳ ବିଜୟ ପରେ ପଞ୍ଚମ ଥର ଲାଗି ଯେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ କଲେ ସେତେବେଳେ ପାଣ୍ଡିଆନକୁ କ୍ୟାମେରା ଆଗରେ ଦେଖିବାକୁ ମିଳିଲା। ତେବେ କୌଣସି ପରିସ୍ଥିତିରେ ମଧ୍ୟ ତାଙ୍କ ପାଟିରୁ ପଦେ କଥା ମଧ୍ୟ ଫିଟିନାହିଁ। ନୀରବରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସବୁଠୁ ବିଶ୍ଵସ୍ତ ଅଧିକାରୀ ଭାବରେ ସେ ନିଜର ଦାୟିତ୍ଵ ନିର୍ବାହ କରୁଛନ୍ତି। କ୍ଷମତା କେନ୍ଦ୍ରର ମୁଖ୍ୟ ବିନ୍ଦୁରେ ଥାଇ ମଧ୍ୟ ଏତେ ନୀରବ ରହିବା ସବୁଠୁ ଆଶ୍ଚର୍ଯ୍ୟଜନକ ଘଟନା। ତେବେ ନବୀନ ସରକାରଙ୍କର ସଫଳତା ଓ ପ୍ରତୀତି ସରକାରୀ ଯୋଜନାର ଲୋକ ପକ୍ଷକୁ ସଠିକ ଭାବରେ ଉପସ୍ଥାପନ କରିବାର ଯେଉଁ ଦକ୍ଷତା, ସେଥିରେ ପାଣ୍ଡିଆନ ଏ ସରକାର ର ସବୁଠୁ ସଫଳ ରଣନୀତିକାର ବୋଲି କୁହାଯାଇପାରିବ। ମୁଖ୍ୟମନ୍ତ୍ରୀଙ୍କର ପ୍ରତ୍ୟେକ ପଦକ୍ଷେପକୁ ସଠିକ ଭାବରେ ଲୋକଙ୍କ ପାଖରେ ପହଞ୍ଚାଇ ପାରିବାର ଓ ସେସବୁର ସଫଳ ରୂପାୟନ କୁ ନେଇ ଲୋକଙ୍କ ମନରେ ବିଶ୍ଵାସ ଜନ୍ମାଇ ପାରିବାର ଶ୍ରେୟ ପାଣ୍ଡିଆନଙ୍କ ପାଖକୁ ଯିବ।

ନିର୍ବାଚନ ପରେ ଏବେ ହଠାତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ପାଣ୍ଡିଆନଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାପରେ, ମୁଖ୍ୟମନ୍ତ୍ରୀଙ୍କ ସବୁଠୁ ବିଶ୍ଵସ୍ତ ସେନାପତି ଭାବରେ ତାଙ୍କୁ ପ୍ରଶାସନିକ ସ୍ତରରେ ସେ ସୀମିତ ରହିବେ ନା ରାଜନୈତିକ ସ୍ତରରେ ମଧ୍ୟ ତାଙ୍କର କିଛି ଭୂମିକା ରହିବ, ତାକୁ ନେଇ ଏବେ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଛି। ତେବେ ସବୁ ପ୍ରକାର ଚର୍ଚ୍ଚା ଓ ଅପଚର୍ଚ୍ଚାର ଉର୍ଦ୍ଧ୍ଵରେ ରହି କାମ କରିବାର ବିଚକ୍ଷଣତା ହେଉଛି ପାଣ୍ଡିଆନଙ୍କ ସଫଳତା। ନବୀନଙ୍କର ୨୦ ବର୍ଷର ରାଜନୈତିକ ଜୀବନରେ ବହୁ ସହଯୋଗୀ ଆସିଛନତି ଓ ଯାଇଛନ୍ତି। ହେଲେ ପାଣ୍ଡିଆନ ସେ ସମସ୍ତଙ୍କଠୁ ଅଲଗା। ରାଜନୈତିକ ଅଭିଳାଷ ଅପେକ୍ଷା ଆନ୍ତରିକ ଭାବରେ ନିଜ କର୍ତ୍ତବ୍ୟ ପ୍ରତି ନିଷ୍ଠାବାନ ରହିବା ହିଁ ତାଙ୍କର ଭିନ୍ନତା। ସବୁ ସମାଲୋଚନା ଓ କୁତ୍ସାକୁ ଅଣଦେଖା କରି ଅବିଚଳିତ ଭାବରେ ନିଜର କାମ କରିଯିବା ଯୋଗୁଁ ତାଙ୍କୁ ହୁଏତ ଓଡିଶାର ଇତିହାସ ଏକ ଭିନ୍ନ ପରିଚୟରେ ମନେ ରଖିବ।

(ମୋବାଇଲରେ ସଂକ୍ଷିପ୍ତ ଖବର ପଢିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ  sankhipta , ଏହାପରେ ସ୍ପ୍କ୍ରିନରୁ ତଳୁ ଉପରକୁ ଠେଲି ପଢି ଚାଲନ୍ତୁ ଖବର ପରେ ଖବର)

BJD govt ias naveen odishanews pandian thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସେମିକଣ୍ଡକ୍ଟର ଶିଳ୍ପ: ଓଡ଼ିଶାରେ ସମ୍ଭାବନାକୁ ଲୋକସଭାରେ ଉଠାଇଲେ କେନ୍ଦ୍ରମନ୍ତ୍ରୀ

August 13, 2026

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

World Elephant Day: ବନତାରା ତରଫରୁ ରାଜସ୍ଥାନର ହାତୀ ଗାଁ ରେ ବୟସ୍କ ହାତୀଙ୍କ ଚିକିତ୍ସା

August 12, 2026
Latest News

ଗୁଟଖା-ପାନ ମସଲା ବ୍ୟାନ୍: ନିୟମ କଡ଼ା, ଉଲ୍ଲଂଘନ କଲେ ହୋଇପାରେ ଜେଲ୍ ଓ ଜରିମାନା

August 13, 2026

ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ: ଓଡ଼ିଶା ଏବଂ ଝାଡ଼ଖଣ୍ଡର ସାଂସଦମାନଙ୍କ ସହ କଥା ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

August 13, 2026

ସେମିକଣ୍ଡକ୍ଟର ଶିଳ୍ପ: ଓଡ଼ିଶାରେ ସମ୍ଭାବନାକୁ ଲୋକସଭାରେ ଉଠାଇଲେ କେନ୍ଦ୍ରମନ୍ତ୍ରୀ

August 13, 2026

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.