Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନ୍ ୨୯ ରେ ‘ପ୍ରିୟେ ତୁ ମୋ ସିଏ’: ପ୍ରଥମଥର ଏକାଠି ଆସୁଛନ୍ତି ଅମ୍ଳାନ-ଏଲିନା
ଆଜିର ଖବର

ଜୁନ୍ ୨୯ ରେ ‘ପ୍ରିୟେ ତୁ ମୋ ସିଏ’: ପ୍ରଥମଥର ଏକାଠି ଆସୁଛନ୍ତି ଅମ୍ଳାନ-ଏଲିନା

June 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜୁନ୍ ୨୯ ତାରିଖରେ ଓଡିଆ ଚଳଚ୍ଚିତ୍ର ‘ପ୍ରିୟେ ତୁ ମୋ ସିଏ’ ଆସୁଛି। ପ୍ରଥମଥର ପାଇଁ ଅମ୍ଳାନ ଓ ଏଲିନା ପରଦାକୁ ଏକାଠି ଆସୁଛନ୍ତି। ଏହି ଫିଲ୍ମରେ ଲଭ କେମେଷ୍ଟ୍ରୀକୁ ନେଇ ହୋଇଛି ନୂଆ ଏକ୍ସପେରିମେଣ୍ଟ୍। ଯେଉଁଥିରେ ସୁପରଷ୍ଟାର ଅମ୍ଳାନ ଓ ଚୁଲବୁଲି ଲୋକପ୍ରିୟ ନାୟିକା ଏଲିନାଙ୍କୁ ଏକାଠି ଦେଖିବେ ଦର୍ଶକ। ଅନେକ ଓଡିଆ ଚଳଚ୍ଚିତ୍ରରେ ନିଜର ନିଖୁଣ ଅଭିନୟର ଯାଦୁ ଦେଖାଇଥିବା ବବି ମିଶ୍ରଙ୍କୁ ମଧ୍ୟ ଏକ ଗୁରୁତ୍ତ୍ୱପୂର୍ଣ୍ଣ ଚରିତ୍ରରେ ଦେଖିବେ ଦର୍ଶକ।

ଆଜି ଭୁବନେଶ୍ବରସ୍ଥିତ ହୋଟେଲ୍‌ ଶୀତଲ୍ ଠାରେ ପ୍ରଯୋଜନା ସଂସ୍ଥା ତରଫରୁ ଏକ ସାମ୍ବାଦିକ ସମ୍ମିଳନୀରେ ଚଳଚ୍ଚିତ୍ର ମୁକ୍ତିଲାଭର ତାରିଖ ଘୋଷଣା କରାଯାଇଛି। ଏହି ଅବସରରେ ପ୍ରଯୋଜିକା ଝିଲିକ୍ ଭଟାଚ୍ଚାର୍ଯ୍ୟ କହିଛନ୍ତି ଯେ, “ଆସନ୍ତା ଜୁନ୍ ୨୯ରେ ଓଡ଼ିଶାର ୩୦ରୁ ଉର୍ଦ୍ଧ୍ୱ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ଏହି ଫିଲ୍ମ”। ଅମ୍ଳାନ, ଏଲିନା ଓ ବଵି ମିଶ୍ରଙ୍କ ବ୍ୟତୀତ ଅନ୍ୟମାନଙ୍କ ମଧ୍ୟରେ ଚୌଧୁରୀ ଜୟପ୍ରକାଶ ଦାସ‌, ସଙ୍ଗୀତ ନିର୍ଦ୍ଦୈଶକ ବୈଦ୍ୟନାଥ ଦାସ, କାର୍ଯ୍ୟକାରୀ ପ୍ରଯୋଜକ ଅରୁଣ କୁମାର ସ୍ବାଇଁ ଓ କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରେମ ହେଇଯାଏ। କେଉଁଠି, କେମିତି, କେତେବେଳେ..। ପରିବାରର ଆଭିଜାତ୍ୟ ଆକାଶ- ପାତାଳର ପାର୍ଥକ୍ୟ। ବେଫିକର ଗରୀବ ପୁଅକୁ ମନରେ ଜାଗା ଦେଇଛି ଜମିଦାରର ଝିଅ। ଏମିତି କାହିଁକି ହେଲା, କେମିତି ହେଲା? କାହିଁକି ଆଭିଜାତ୍ୟରେ ପରିପୂର୍ଣ୍ଣ ଝିଅ ରାସ୍ତା କଡର ପୁଅକୁ ପ୍ରେମିକ ରୂପେ ସ୍ୱୀକାର କଲା? ନିଆରା ପ୍ରେମ କାହାଣୀର, ନିଛକ ଛବି। ପ୍ରେମ-ପ୍ରତିଶ୍ରୁତି-ପାଗଲପନର ପ୍ରତିମୂର୍ତ୍ତୀ। ଏମିତି ଏକ ହୃଦୟକୁ ଛୁଇଁଲା ଭଳି କାହାଣୀ ନେଇ ଆସୁଛି ଝିଲିକ ମୋସନ ପିକଚର। ଜାହାର ଶୀର୍ଷକ ରହିଛି ‘ପ୍ରିୟେ ତୁମୋ ସିଏ’।

କାହାଣୀରେ ଭରି ରହିଛି ଓଡିଆ ଝୁଙ୍କ। ଝିଲ୍ଲିକ ଭଟ୍ଟାଚାର୍ଯ୍ୟ ପ୍ରଯୋଜନା ଦାୟିତ୍ୱ ନେଇଥିବାବେଳେ ନିର୍ଦ୍ଦେଶନା ଭାର ତୁଲାଇଛନ୍ତି ସୁଧାଂଶୁ ମୋହନ ସାହୁ। କାହାଣୀର ରଚନା କରିଛନ୍ତି ଜଣାଶୁଣା ଯୁବ ଲେଖକ ଶରଣାବିନ୍ଦ ଓଝା। ସଙ୍ଗୀତରେ ସଜାଇଛନ୍ତି ଯୁବ ସଙ୍ଗୀତ ନିର୍ଦ୍ଦେଶକ ତଥା ଅନେକ ହିଟ୍ ଗୀତର ନିର୍ଦ୍ଦେଶକ ବୈଦନାଥ ଦାସ। ଫିଲ୍ମରେ ମୁଖ୍ୟ ଚରିତ୍ର ମାନଙ୍କ ବ୍ୟତୀତ ଅଭିଷେକ ଗିରି, ଭୂପତି ତ୍ରିପାଠୀ, ଗୁଡୁ, ରମେଶ ରାଉତ, ଚୌଧୁରୀ ଜୟପ୍ରକାଶ ଦାସ, ନିଜେ ନିର୍ଦ୍ଦେଶକ ସୁଧାଶୁଂ ସାହୁ, ଅଭିନେତ୍ରୀ ସୋମା ଭୌମିକ, ଛନ୍ଦିତା ପାଢୀ ଓ ଇଷା ବେବର୍ତ୍ତା ଙ୍କୁ ଦେଖିବାକୁ ପାଇବେ ଦର୍ଶକ। ତେବେ କାହାଣୀର ସ୍ୱତନ୍ତ୍ରତା ହିଁ ଆକୃଷ୍ଟ କରିବ ଦର୍ଶକଙ୍କୁ ଜୋର ଦେଇ କହିଛନ୍ତି ଫିଲ୍ମର ନିର୍ଦ୍ଦେଶକ। ଫିଲ୍ମର ସୁଟିଂ ସମ୍ପୂର୍ଣ୍ଣ ଭାବେ ବାରିପଦାରେ ହୋଇଥିବାବେଳେ ଗୀତ ଗୁଡିକ ମନାଲୀ ଓ ଚଣ୍ଡିଗଡ଼ରେ ସୁଟିଂ ହୋଇଛି।

ଝିଲିକ ମୋସନ ପିକଚର୍ସ ବ୍ୟାନରରେ ‘ପ୍ରିୟେ ତୁମୋ ସିଏ’ ହେଉଛି ଚତୁର୍ଥ ଫିଲ୍ମ । ଆଗରୁ ଅଭିନୟ ମାଧ୍ୟମରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଥିବା ଝିଲିକ୍ ଭଟ୍ଟାଚାର୍ଯ୍ୟ, ଏବେ ପ୍ରଯୋଜନା ମାଧ୍ୟମରେ ମଧ୍ୟ ସଫଳ ଦିଗରେ ଅଗ୍ରସର। ଝିଲିକଙ୍କ ବ୍ୟାନରରେ ‘ରୁଦ୍ରାଣୀ’, ‘କିସମିସ’ ଏବଂ ‘ତୋର ମୋର କଟି’ ପରେ ଆସୁଛି ‘ପ୍ରିୟେ ତୁ ମୋ ସିଏ’। ସମସ୍ତ ଫିଲ୍ମକୁ ଦର୍ଶକଙ୍କ ବହୁମାତ୍ରାରେ ଭଲ ପାଇବା ମିଳିଥିଲା ଓ ଜୁନ୍ ୨୯ରେ ଆସୁଥିବା ଏହି ଏଲିନା – ଆମ୍ଳାନଙ୍କ ଯୋଡ଼ିଙ୍କୁ ମଧ୍ୟ ମିଳିବ ଅକୁଣ୍ଠ ଭଲପାଇବା ବୋଲି ଆଶା କରିଛି ପ୍ରଯୋଜନା ସଂସ୍ଥା।

ଅମ୍ଳାନ ଓଡିଆ ଚଳଚ୍ଚିତ୍ର ଝିଲିକ୍ ଭଟାଚ୍ଚାର୍ଯ୍ୟ ପ୍ରିୟେ ତୁ ମୋ ସିଏ
Share. Facebook Twitter LinkedIn Email WhatsApp Copy Link

Related Posts

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026
Latest News

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.