ଆହୁରି ତିନିଦିନ ଧରି ଲାଗି ରହିବ ବର୍ଷା, ୧୧ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published: Jun 26, 2023, 7:31 pm IST

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ମୌସୁମୀ ସହ ସକ୍ରିୟ ଲଘୁଚାପ ଏବଂ ନିମ୍ନ ଚାପ ରେଖା ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ଲାଗିରହିଛି ବର୍ଷା। ଆଗାମୀ ୨୪ ଘଣ୍ଟା ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଚେତବାନୀ ଦିଆଯାଇଛି। ତେବେ ଏହି ବର୍ଷା ଆସନ୍ତା ତିନିଦିନ ଧରି ଲାଗି ରହିବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ଯେଉଁ ଜିଲ୍ଲାଗୁଡିକ ୱାର୍ଣ୍ଣିଂ ଜାରୀ କରାଯାଇଛି ସେଗୁଡିକ ହେଲା ଝାରସୁଗୁଡା, ବରଗଡ, ସୁନ୍ଦରଗଡ, ସମ୍ବଲପୁର ଜିଲ୍ଲା। ଏଗୁଡିକରେରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ନୂଆପଡା ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତବାନୀ ଦିଆଯାଇଛି।

ମତ୍ସ୍ୟଜୀବୀଙ୍କୁ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ମନା କରାଯାଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି।

Related posts