Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରିମୁଣ୍ଡାରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ ଶୁଣିଲେ ସମ୍ବିତ ପାତ୍ର
ଆଞ୍ଚଳିକ

ଗମ୍ଭାରିମୁଣ୍ଡାରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ ଶୁଣିଲେ ସମ୍ବିତ ପାତ୍ର

June 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ମୋ ବୁଥ୍, ସବୁଠୁ ମଜବୁତ କାର୍ଯ୍ୟକ୍ରମର ସିଧାପ୍ରସାରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ବୋଧନ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ବିଧାନସଭାର ବୁଥ୍ ନଂ ୧୦ରେ ଶୁଣିଲେ ଭରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର। ଗମ୍ଭାରିମୁଣ୍ଡା ଗାଁରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ପୃଥିବୀରାଜ ହରିଚନ୍ଦନ ସହିତ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ସଭାସ୍ଥଳରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ ଶୁଣିବା ସହିତ ବ୍ଲକର ବିଭିନ୍ନ ବିଷୟକୁ ନେଇ ଏକ ସକାରାତ୍ମକ ଚର୍ଚ୍ଚା ସହିତ ସହଭୋଜର ଆୟୋଜନ ହେଇଥିଲା। ଏହି କାର୍ଯ୍ୟକ୍ରମରେ ବାଣପୁର ବ୍ଲକର ୩୦୦ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀ ନିଜ ଉଦ୍ବୋଧନରେ କାର୍ଯ୍ୟକର୍ତ୍ତାଙ୍କୁ ସମାଜର କଲ୍ୟାଣ ପାଇଁ କାର୍ଯ୍ୟ କରିବାକୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଭାରତୀୟ ଜନତା ପାର୍ଟୀର କାର୍ଯ୍ୟକର୍ତ୍ତାମାନଙ୍କ କାମ ହେଉଛି ଦେଶହିତ ସହିତ ଜଡ଼ିତ ସମସ୍ତ ବିଷୟକୁ ଆଗକୁ ନେଇ କାର୍ଯ୍ୟ କରିବା। ଭାରତୀୟ ଜନତା ପାର୍ଟିର ସବୁଠୁ ବଡ଼ ଶକ୍ତି ହେଉଛନ୍ତି କାର୍ଯ୍ୟକର୍ତ୍ତା। ଭାରତୀୟ ଜନତା ପାର୍ଟି ଫତୱା ଜାରି କରୁଥିବା ପାର୍ଟି ନୁହେଁ, ଜନତାଙ୍କ ବିକାଶ ପାଇଁ କାମ କରୁଥିବା ପାର୍ଟି। ସେ ଦେଶର ବିରୋଧୀଙ୍କୁ ମଧ୍ୟ ସମାଲୋଚନା କରିଛନ୍ତି ଓ କହିଛନ୍ତି ଯେ ପରିବାରବାଦକୁ ଆଗକୁ ବଢ଼ାଉଛନ୍ତି ବିରୋଧୀ।

ଚିଲିକା ବିଧାନସଭା ନରେନ୍ଦ୍ର ମୋଦି ପୁରୀ ଲୋକସଭା ଭରତୀୟ ଜନତା ପାର୍ଟି ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ପାରିବାରିକ ବିବାଦର କରୁଣ ପରିଣତି: ବାପାଙ୍କ ବେକ କାଟିଲା ପୁଅ

October 1, 2026

ଭାରତର ରେକର୍ଡ ବିଜୟ ସତ୍ତ୍ୱେ ଗମ୍ଭୀର ଅସନ୍ତୁଷ୍ଟ: ଦ୍ଵିତୀୟ ଦିନିକିଆ ସମ୍ପର୍କରେ ଦେଲେ ବଡ଼ ବିବୃତ୍ତି

October 1, 2026

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.