Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦିଲ୍ଲୀ ବିଶ୍ୱବିଦ୍ୟାଳୟ କେବଳ ଏକ ବିଶ୍ୱବିଦ୍ୟାଳୟ ନୁହେଁ ବରଂ ଏକ ଆନ୍ଦୋଳନ: ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଦିଲ୍ଲୀ ବିଶ୍ୱବିଦ୍ୟାଳୟ କେବଳ ଏକ ବିଶ୍ୱବିଦ୍ୟାଳୟ ନୁହେଁ ବରଂ ଏକ ଆନ୍ଦୋଳନ: ପ୍ରଧାନମନ୍ତ୍ରୀ

June 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଦିଲ୍ଲୀ ବିଶ୍ୱବିଦ୍ୟାଳୟ କେବଳ ଏକ ବିଶ୍ୱବିଦ୍ୟାଳୟ ନୁହେଁ ବରଂ ଏକ ଆନ୍ଦୋଳନ ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହର ଉଦଯାପନୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶତାବାର୍ଷିକୀ ସମାରୋହ ଏପରି ସମୟରେ ହେଉଛି, ଯେତେବେଳେ ଭାରତ ନିଜର ସ୍ୱାଧୀନତାର ୭୫ ବର୍ଷ ପୂରଣ ହେବା ଅବସରରେ ଅମୃତ ମହୋତ୍ସବ ପାଳନ କରୁଛି। ଯେ କୌଣସି ଦେଶର ବିଶ୍ୱବିଦ୍ୟାଳୟ ଏବଂ ଶିକ୍ଷା ଅନୁଷ୍ଠାନ ଏହାର ସଫଳତାକୁ ପ୍ରତିଫଳିତ କରେ। ଡିୟୁର ୧୦୦ ବର୍ଷ ଯାତ୍ରାରେ ଅନେକ ଇତିହାସର ସାକ୍ଷୀ ହୋଇଛି । ଏହା ଅନେକ ବିଦ୍ୟାର୍ଥୀ, ଶିକ୍ଷକ ଏବଂ ଅନ୍ୟ ଲୋକଙ୍କୁ ଜୀବନକୁ ଯୋଡିଛି । ଦିଲ୍ଲୀ ବିଶ୍ୱବିଦ୍ୟାଳୟ କେବଳ ଏକ ବିଶ୍ୱବିଦ୍ୟାଳୟ ନୁହେଁ ବରଂ ଏକ ଆନ୍ଦୋଳନ ଏବଂ ଏହା ସବୁ ମୁହୂର୍ତ୍ତରେ ଜୀବନର ପ୍ରତ୍ୟେକ ଅଂଶକୁ ପୂରଣ କରିଛି । ପ୍ରଧାନମନ୍ତ୍ରୀ ଶତବାର୍ଷିକୀ ସମାରୋହ ଅବସରରେ ସମସ୍ତ ବିଦ୍ୟାର୍ଥୀ, ଶିକ୍ଷତ ଏବଂ ବିଶ୍ୱବିଦ୍ୟାଳୟ ସହ ଜଡ଼ିତ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ସେହିପରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଶତାବ୍ଦୀ ସମାରୋହ ଭଳି ଐତିହାସିକ କ୍ଷଣକୁ ଦେଶର ପ୍ରଧାନମନ୍ତ୍ରୀଙ୍କ ସହ ପାଳିବା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ସୌଭାଗ୍ୟର ବିଷୟ । ଶିକ୍ଷାର ମନ୍ଦିର ରୂପରେ ଏକ ଶତାବ୍ଦୀ ଧରି ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଦେଶର ବୌଦ୍ଧିକ ବିକାଶ ଏବଂ ଶିକ୍ଷାର ପ୍ରସାରରେ ଅଗ୍ରଣୀ ଭୂମିକା ତୁଲାଇଛି । ଦିଲ୍ଲୀର ଗୌରବମୟ ୧୦୦ ବର୍ଷର ଯାତ୍ରାରେ ବିଶ୍ୱବିଦ୍ୟାଳୟ ସହ ଜଡ଼ିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ ଠାରୁ ଆରମ୍ଭ କରି ଜରୁରିକାଳୀନ ପରିସ୍ଥିତିକୁ ବିରୋଧ କରିବାରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଦେଶକୁ ମାର୍ଗ ଦେଖାଇଛି । ନିଜର ଜ୍ଞାନ ଏବଂ ସଂସ୍କାର ବଳରେ ବିଶ୍ୱବିଦ୍ୟାଳୟ ଦେଶକୁ ବିଭିନ୍ନ ସ୍ଥାନରେ ଅନେକ ପ୍ରତିଭାଙ୍କୁ ପ୍ରଦାନ କରିଛି । ଅମୃତକାଳ ଭଳି ମହତ୍ୱପୂର୍ଣ୍ଣ ସମୟରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଭାରତକୁ ଜ୍ଞାନ ଆଧାରିତ ମହାଶକ୍ତି ଭାବରେ ପରିଣତ କରିବାର ସଂକଳ୍ପକୁ ପୂରଣ କରିବା ଦିଗରେ ଜାତୀୟ ଶିକ୍ଷା ନୀତିକୁ କ୍ରିୟାନ୍ୱୟନ କରିଛି।

ଉଦଯାପନୀ କାର୍ଯ୍ୟକ୍ରମ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ନରେନ୍ଦ୍ର ମୋଦି ଶତବାର୍ଷିକୀ ସମାରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026

ଶ୍ରୀଜୀଉଙ୍କ ସୁନାବେଶ: ମହଣ ମହଣ ସୁନାରେ ଝଟକିଲେ ତିନିଠାକୁର

July 25, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ବଡ଼ ନିଷ୍ପତ୍ତି: ପ୍ରତିବାଦ ପ୍ରତ୍ୟାହାର ଘୋଷଣା କଲା CJP

July 25, 2026

“ଏକଚ୍ଛତ୍ରବାଦ ଚଳିବ ନାହିଁ…”: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସମ୍ପର୍କରେ ପ୍ରିୟଙ୍କା ଗାନ୍ଧୀଙ୍କ ପ୍ରତିକ୍ରିୟା

July 25, 2026
Latest News

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.