Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘‘ଅଗ୍ନିଶମ ସେବାର ସମ୍ପ୍ରସାରଣ ଓ ଆଧୁନିକୀକରଣ ପାଇଁ ଯୋଜନା’’ ଘୋଷଣା କଲା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ
ଆଜିର ଖବର

‘‘ଅଗ୍ନିଶମ ସେବାର ସମ୍ପ୍ରସାରଣ ଓ ଆଧୁନିକୀକରଣ ପାଇଁ ଯୋଜନା’’ ଘୋଷଣା କଲା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ

July 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମୋଟ୍‌ ୫ହଜାର କୋଟି ଟଙ୍କାର ବ୍ୟୟବରାଦ ସହିତ ‘‘ରାଜ୍ୟମାନଙ୍କରେ ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ ଲାଗି’’ ଯୋଜନା ଆରମ୍ଭ କରିଛି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ। ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ)ର ପ୍ରସ୍ତୁତି ଓ କ୍ଷମତା ନିର୍ମାଣ ପାଣ୍ଠି ଅଧୀନରେ ନିର୍ଦ୍ଧାରିତ ଆବଣ୍ଟନରୁ ଏହି ଅର୍ଥ ବିନିଯୋଗ କରାଯିବ। ରାଜ୍ୟମାନଙ୍କୁ ସେମାନଙ୍କର ଆଇନଗତ ଓ ମୌଳିକ ଭିତ୍ତିଭୂମି ଆଧାରିତ ସଂସ୍କାର ଆଧାରରେ ପ୍ରୋତ୍ସାହିତ କରିବା ଲାଗି ମୋଟ ବ୍ୟୟବରାଦ ମଧ୍ୟରୁ ୫୦୦ କୋଟି ଟଙ୍କାର ଅର୍ଥରାଶି ରଖାଯାଇଛି। ଏ ସଂକ୍ରାନ୍ତରେ ସବୁ ରାଜ୍ୟର ମୁଖ୍ୟ ସଚିବ ଏବଂ ଅଗ୍ନିଶମ ସେବା ମୁଖ୍ୟମାନଙ୍କୁ ପତ୍ର ପଠାଯାଇଛି।

୧୩ ଜୁନ୍, ୨୦୨୩ରେ ଅନୁଷ୍ଠିତ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀମାନଙ୍କ ବୈଠକରେ ଅଧ୍ୟକ୍ଷତା କରିବା ଅବସରରେ କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ, ଅମିତ ଶାହା ଏହି ଯୋଜନାର ଘୋଷଣା କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କୁଶଳୀ ମାର୍ଗଦର୍ଶନରେ ଭାରତରେ ବିପର୍ଯ୍ୟୟ ବିପଦ ହ୍ରାସ ପ୍ରଣାଳୀକୁ ମଜବୁତ କରିବା ସହିତ ଭାରତକୁ ବିପର୍ଯ୍ୟୟ ପ୍ରତିରୋଧୀ କରିବା ଏବଂ ବିପର୍ଯ୍ୟୟ ସମୟରେ ‘ଶୂନ୍ୟ ମୃତ୍ୟୁ’ ଓ ଧନଜୀବନର ସର୍ବନିମ୍ନ କ୍ଷୟକ୍ଷତି ସୁନିଶ୍ଚିତ କରିବା ଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ବିଭିନ୍ନ ପ୍ରମୁଖ ପଦକ୍ଷେପ କାର୍ଯ୍ୟକାରୀ କରାଯାଉଛି।

ଯୋଜନାର ଉଦ୍ଦେଶ୍ୟ ହେଉଛି ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ) ମଧ୍ୟରେ ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ କରିବା, ଯାହାଫଳରେ ଏନଡିଆରଏଫର ପ୍ରସ୍ତୁତି ଓ କ୍ଷମତା ନିର୍ମାଣ ମାଧ୍ୟମରେ ରାଜ୍ୟସ୍ତରରେ ଅଗ୍ନିଶମ ସେବାକୁ ମଜବୁତ କରାଯାଇ ପାରିବ।

ଯୋଜନା ଅଧୀନରେ ପ୍ରକଳ୍ପ/ପ୍ରସ୍ତାବ ଲାଗି ଅର୍ଥ ଆବଣ୍ଟନ ନିମନ୍ତେ, ସମ୍ପୃକ୍ତ ରାଜ୍ୟ ସରକାରଙ୍କୁ ଏସବୁ ପ୍ରକଳ୍ପ/ପ୍ରସ୍ତାବର ମୋଟ୍‌ ବ୍ୟୟର ୨୫%(ଉତ୍ତର-ପୂର୍ବ ଏବଂ ହିମାଳୟ (ଏନଇଏଚ) ରାଜ୍ୟମାନଙ୍କୁ ଛାଡ଼ି, ଯେଉଁମାନେ ୧୦% ଯୋଗଦାନ ଦେବେ) ଯୋଗଦାନ ଦେବାକୁ ହେବ ଏବଂ ସେମାନେ ନିଜ ବଜେଟ୍‌ ସମ୍ବଳରୁ ଏହି ଅର୍ଥ ଯୋଗାଇ ଦେବେ। ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ବିପର୍ଯ୍ୟୟ ପ୍ରଶମନ ପ୍ରଭାଗର ୱେବସାଇଟ୍ https://ndmindia.mha.gov.in ରୁ ଯୋଜନାର ବିବରଣୀ ଡାଉନଲୋଡ୍‌ କରାଯାଇପାରିବ।

ପଞ୍ଚଦଶ ଅର୍ଥ ଆୟୋଗଙ୍କ ସୁପାରିସ ଅନୁଯାୟୀ, ଏହି ଯୋଜନାକୁ କାର୍ଯ୍ୟକାରୀ କରାଯାଉଛି। ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ) ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏସଡିଆରଏଫ) ରୁ ୧୨.୫ % ଲେଖାଏଁ [ମୋଟ୍‌ ଜାତୀୟ ବିପର୍ଯ୍ୟୟ ବିପତ୍ତି ପ୍ରଶମନ ପାଣ୍ଠି (ଏନଡିଆରଏମଏଫ) ଏବଂ ରାଜ୍ୟ ବିପର୍ଯ୍ୟୟ ବିପତ୍ତି ପ୍ରଶମନ ପାଣ୍ଠି (ଏସଡିଆରଏମଏଫ) ମୋଟ୍‌  କର୍ପସର ୧୦%] ଅର୍ଥ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଓ କ୍ଷମତା ନିର୍ମାଣ ପାଇଁ ଖର୍ଚ୍ଚ କରିବାକୁ ଆୟୋଗ ସୁପାରିସ କରିଥିଲେ।

ଏନଡିଆରଏଫର ମୋଟ୍‌ କୋଷ ମଧ୍ୟରୁ ୫,୦୦୦ କୋଟି ଟଙ୍କାର ଅର୍ଥରାଶି ‘ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ’ ପାଇଁ ପ୍ରାଥମିକତା ଆଧାରରେ ରଖାଯାଇଛି। ନିର୍ଦ୍ଧାରିତ ଆବଣ୍ଟନ ବାବଦରେ ମଞ୍ଜୁର ପ୍ରକଳ୍ପ ଲାଗି ପ୍ରତିବଦ୍ଧ ଦେୟତା ସେଗୁଡ଼ିକ ସମ୍ପୂର୍ଣ୍ଣ ହେବାର ଅବଧି ପରେ କୌଣସି ସ୍ପିଲ୍‌-ଓଭର ହେବ ନାହିଁ।

ଅଗ୍ନିଶମ ସେବା ଆଧୁନିକୀକରଣ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.