Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁ ଅଞ୍ଚଳରେ ବଡ ଧରଣର ଡକାୟତ ଯୋଜନା ପଣ୍ଡ, ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ
ଆଞ୍ଚଳିକ

ବାଣପୁର-ବାଲୁଗାଁ ଅଞ୍ଚଳରେ ବଡ ଧରଣର ଡକାୟତ ଯୋଜନା ପଣ୍ଡ, ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

July 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳରେ କିଛି ଦିନ ହେବ କ୍ରମାଗତ ଭାବେ ଲୁଟ, ଡକାୟତି ବଢୁଥିବା ବେଳେ ପୋଲିସ ପାଇଁ ଏହା ଚ୍ୟାଲେଞ୍ଜ ପାଲଟିଯାଇଛି। ଖୋର୍ଦ୍ଧା ଏସପି ଏହାକୁ ଗୁରୁତର ସହ ନେଇଛନ୍ତି ଏବଂ ଏସପି ଙ୍କ ନିର୍ଦ୍ଦେଶକ୍ରମେ ବାଣପୁର ଓ ବାଲୁଗାଁ ପୋଲିସ ଦ୍ୱାରା ବିଭିନ୍ନ ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।

ତେବେ ଉକ୍ତ ଚଢ଼ାଉରେ ୬ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ ହୋଇଥିବା ଆଜି ଅପରାହ୍ନରେ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ବାଣପୁର ଥାନା ପରିସରରେ ଏକ ପ୍ରେସ ମିଟ ଜରିଆରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲୁଗାଁ ଥାନା ନୂଆଗଡ ଅଞ୍ଚଳର ମାନସ ପଲେଇ (୨୮) ଓରଫ ଚାନ୍ଦୁ, ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳର ଜିତେନ୍ଦ୍ର ପ୍ରଧାନ (୨୦) ଓ ଶିବରାମ ନାହାକ(୨୬) ଓରଫ ମୁନା, ବାଣପୁର ଥାନା ଅଞ୍ଚଳର ଆଦିତ୍ୟ ପ୍ରସାଦ ସୁବୁଦ୍ଧି (୨୦) ଓରଫ ଆଦି ଓ ସନ୍ତୋଷ ବସ୍ତି (୨୨) ଏବଂ ନିରାକାରପୁର ଥାନା ଅଞ୍ଚଳର ଶେଖ ଅରବାଜ (୨୦) ଓରଫ ନଟୁ। ସେମାନଙ୍କ ନିକଟରୁ ଗୋଟାଏ ଚାଇନା ପିସ୍ତଲ, ଦୁଇ ଗୋଟି ଖଣ୍ଡା, ଦୁଇ ଗୋଟି ବାଇକ, ବିଅର ବୋତଲ, ଚିଲି ପାଉଡର ଏବଂ ରୁମାଲ ଜବତ କରିଛି ପୋଲିସ।

ଏସପି ଙ୍କ ସୂଚନା ମୁତାବକ ଅଭିଯୁକ୍ତ ମାନସ ଜଣେ ପେସାଦାର ନିଶା ବେପାରି ଥିବା ବେଳେ ନିକଟରେ ଖୋର୍ଦ୍ଧା ପୋଲିସର ବାରମ୍ବାର ଚଢ଼ାଉ ଫଳରେ ମାନସ ନିଶା ବେପାର ଛାଡି ଚୋରି, ଡକାୟତି, ଛୀନତାଇ ଆଦି ଅପରାଧିକ କାର୍ଯ୍ୟକଳାପ ବାଣପୁର, ବାଲୁଗାଁ ଓ ଖଲିକୋଟ ଅଞ୍ଚଳରେ କରିବା ପାଇଁ ଏକ ଗ୍ୟାଙ୍ଗ ଗଠନ କରିଥିଲେ। ଏପରିକି କିଛି ଦିନ ହେବ ଏହି ଗ୍ୟାଙ୍ଗ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ ଭିଆଉଥିଲେ।

ତେବେ ଏସପି ଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଏସଡିପିଓଙ୍କ ତତ୍ତ୍ବାବଧାନରେ ବାଣପୁର, ବାଲୁଗାଁ ଓ ନାଚୁଣୀ ଆଇଆଇସି ଏକ ଟିମ ଗଠନ କରି ଉକ୍ତ ଗ୍ୟାଙ୍ଗକୁ ଧରିବା ପାଇଁ ପ୍ରୟାସ ଜାରି ରଖିଥିଲେ। ତେବେ ଗତ କାଲି ନାଇଟ ପାଟ୍ରୋଲିଂ କରୁଥିବା ବେଳେ ଅଭିଯୁକ୍ତ ମାନସ ପଲେଇ ଓ ଗ୍ୟାଙ୍ଗ ଶାଳିଆ ଡ୍ୟାମ ନିକଟସ୍ଥ ଏକ ଘରେ ଡକାୟତି କରିବା ପାଇଁ ଏକତ୍ରିତ ହୋଇଥିବାର ଖବର ପାଇଥିଲା ପୋଲିସ। ରାତି ୨.୩୦ ରେ ଉଭୟ ବାଣପୁର ଓ ବାଲୁଗାଁ ପୋଲିସର ଟିମ ଉକ୍ତ ସ୍ଥାନରେ ପହଞ୍ଚି ସମ୍ପୃକ୍ତ ଘରକୁ ଘେରାଉ କରିଥିଲେ। ଏହାଦେଖି ଅଭିଯୁକ୍ତ ମାନେ ପୋଲିସ ଉପରକୁ ମାରଣାସ୍ତ୍ରରେ ଆକ୍ରମଣ କରିବାକୁ ପଛାଇନଥିଲେ। କିନ୍ତୁ ପୋଲିସ ପରିଶେଷରେ ଉକ୍ତ ୬ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିବା ବେଳେ ୩ ଅଭିଯୁକ୍ତ ଘଟଣାସ୍ଥଳରୁ ଖସି ପଳାଇବାରେ ସକ୍ଷମ ହୋଇଥିଲେ।

ତେବେ ଉକ୍ତ ସମସ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ଥିବା ଏସପି କହିଛନ୍ତି। ଆଜିର ପ୍ରେସ ମିଟରେ ଏସପି ଙ୍କ ସମେତ ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ା, ବାଲୁଗାଁ ଆଇଆଇସି ରଶ୍ମିରଞ୍ଜନ ଦାସ, ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନା ଆଦି ଉପସ୍ଥିତ ଥିଲେ।

ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ ନିଶା ବେପାରି ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.