Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ: ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ: ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା

July 10, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହିତ ଗାଁ ଗାଁରେ ଥିବା ପୂଜାସ୍ଥଳ ଓ ଐତିହାସିକ ଗୁରୁତ୍ବ ବହନ କରୁଥିବା ସ୍ଥାନ ଗୁଡିକର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଦେଇଛନ୍ତି। ଓଡିଶାର ଗାଁ ଗୁଡିକରେ ଥିବା ପୂଜାସ୍ଥଳ ତଥା ଅନ୍ୟାନ୍ୟ ଐତିହାସିକ ଗୁରୁତ୍ବ ଥିବା ସ୍ଥାନର ବିକାଶ ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି ଏକ ନୂଆ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’।

ଏହି ଯୋଜନାର ଅଂଶ ସ୍ବରୂପ ପୂଜା ଓ ଐତିହାସିକ ସ୍ଥାନର ବିକାଶ ତଥା ଭକ୍ତ ଓ ପର‌୍ୟ୍ୟଟକଙ୍କ ପାଇଁ ସୁବିଧାର ବିକାଶ ନିମନ୍ତେ ପ୍ରତ୍ୟେକ ଗାଁରେ ୧୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଟଙ୍କା ଖର୍ଚ୍ଚ କରାଯାଇପାରିବ। ପଞ୍ଚାୟତ ଗୁଡିକରେ ଆଧୁନିକ ଭିତ୍ତିଭୂମିର ବିକାଶ ପାଇଁ ୫୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଖର୍ଚ୍ଚ ହୋଇପାରିବ। ଆଜି ରାଜ୍ୟ କ୍ୟାବିନେଟ ଏହି ଯୋଜନାକୁ ଅନୁମୋଦନ ଦେଇଛି।

ଯୋଜନା ଉପରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଯୋଜନାରେ ରହିଛି ଏକ  ନୂଆ ଓଡିଶା, ଏକ ଆକାଂକ୍ଷୀ ଓଡିଶା ଗଠନର ପରିକଳ୍ପନା–  ଏଭଳି ଏକ ଆଧୁନିକ ଓଡିଶା ଯାହା କି ଆମର ମୌଳିକ ମୂଲ୍ୟବୋଧ ଉପରେ ପର‌୍ୟ୍ୟବେସିତ।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ଓଡିଶା ସବୁବେଳେ ତା’ର ସଂସ୍କୃତି, ତା’ର ପରମ୍ପରା ଓ ଇତିହାସ ସହିତ ଦୃଢ ଭାବରେ ଯୋଡି ହୋଇ ରହିଛି । ଓଡିଶା ହେଉଛି ସେହି ଭୂମି ଯେ କି ସାରା ବିଶ୍ୱକୁ ଜଗନ୍ନାଥ ସଂସ୍କୃତି ପରି ମହାନ ସଂସ୍କୃତି  ସହ ପରିଚିତ କରାଇଛି । ଜଗନ୍ନାଥ ସଂସ୍କୃତି ବିଶ୍ବପ୍ରେମ, ସେବା ଓ ସମାନତାକୁ ଗୁରୁତ୍ବ ଦେଇଛି।   ସମସ୍ତଙ୍କୁ ସମାନ ଭାବରେ ଆଦରି ନେଇଛି।  ଜାତି ଓ ସଂପ୍ରଦାୟ ନିର୍ବିଶେଷରେ  ସମସ୍ତଙ୍କୁ ନିଜର କରିପାରିଛି ବୋଲି ସେ କହିଛନ୍ତି।

ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ପାଇଁ ଆମେ ଏହି ଯୋଜନାରେ ଏକ ଐତିହାସିକ ପଦକ୍ଷେପ ନେଇଛୁ ବୋଲି ପ୍ରକାଶ କରି ସେ କହିଲେ ଯେ ଏଥିରେ  ସ୍ଥାନୀୟ  ପୂଜାସ୍ଥଳୀ ତଥା ଐତିହାସିକ ଗୁରୁତ୍ୱ ଥିବା ସ୍ଥାନମାନଙ୍କର ସୁରକ୍ଷା ଏବଂ ଭକ୍ତ ଓ ପର‌୍ୟ୍ୟଟକ ମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର  ବିକାଶ ପାଇଁ ବିଶେଷ ଗୁରୁତ୍ବ ଦିଆଯାଇଛି। ପ୍ରତ୍ୟେକ ଗ୍ରାମପଞ୍ଚାୟତ ଏହି ଯୋଜନାରେ ୧୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଖର୍ଚ୍ଚ କରି କାମ କରିପାରିବେ।

ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଇତିହାସ ଓ ଆଧ୍ୟାତ୍ମିକତା ସହ ଯୋଡି ହୋଇ   ଅନେକ ଗୁରୁତ୍ବପୂର୍ଣ୍ଣ ସ୍ଥାନ ରହିଛି ବୋଲି ମତ ଦେଇ ସେ କହିଥିଲେ ଯେ ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ସେସବୁ ସ୍ଥାନମାନଙ୍କର ସଂରକ୍ଷଣ ଓ ସୁରକ୍ଷା ଜରୁରୀ। ‘ଆମ ଓଡିଶା ନବୀନ ଓଡିଶା’ କାର‌୍ୟ୍ୟକ୍ରମ ଜରିଆରେ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକ ହିଁ  ଏହି କାମକୁ ଅଧିକ ଦକ୍ଷତାର ସହ କରିପାରିବ ବୋଲି ସେ ଦୃଢ ବିଶ୍ବାସ ପ୍ରକଟ କରିଥିଲେ।

ନୂଆ ଓଡିଶା ତା’ର ମୂଳ ଭିତ୍ତିକୁ ସୁଦୃଢ ରଖିବା ସହିତ ଦୂର ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ତାର ଡେଣାକୁ ଅଧିକ ପ୍ରସାରିତ କରିବ ବୋଲି ସେ ମତ ଦେଇଥିଲେ।

ଆମର ଗାଁ ଗୁଡିକରେ ଯୁବ ସମାଜ ପାଇଁ ଇଣ୍ଟରନେଟ ସଂଯୋଗ ଦରକାର। ଖେଳ ପଡିଆ ଦରକାର। ବିଜ୍ଞାନ ପାର୍କ ଦରକାର। ସେମାନଙ୍କ ପାଇଁ ତାଲିମ ସୁବିଧା ମଧ୍ୟ ଦରକାର। ୱାର୍କ ହବସ୍ ଦରକାର। ଗାଁର ଉଦ୍ୟୋଗୀ ବିଶେଷକରି, ମା’ ମାନଙ୍କ ପାଇଁ ଦକ୍ଷତା ବିକାଶ କେନ୍ଦ୍ର ଦରକାର ବୋଲି ସେ କହିଥିଲେ।

ଗାଁରେ ଆଧୁନିକ ମୌଳିକ ସୁବିଧାର ବିକାଶ ଉପରେ ମତ ଦେଇ ସେ କହିଥିଲେ ଯେ, “ମୁଁ ଚାହେଁ, ଶିକ୍ଷା ଭିତ୍ତିଭୂମି କ୍ଷେତ୍ରରେ ଥିବା ପ୍ରଭେଦ  ଦୂର  ହେଉ। ସମସ୍ତଙ୍କ ପାଇଁ ବ୍ୟାଙ୍କିଙ୍ଗ ସୁବିଧା ମିଳୁ। ଡିଜିଟାଲ ଭିତ୍ତିଭୂମି ର ବିକାଶ ହେଉ। ତା ସହିତ ଅନ୍ୟ ଆଧୁନିକୀକରଣ କାମ ମଧ୍ୟ ହେଉ। ‘ଆମ ଓଡିଶା ନବୀନ ଓଡିଶା’ କାର‌୍ୟ୍ୟକ୍ରମ ପଞ୍ଚାୟତ ସ୍ତରରେ ଏସବୁ ପରିକଳ୍ପନାକୁ ଆଗେଇ ନେବା ପାଇଁ ସୁଯୋଗ ସୃଷ୍ଟି କରିବ। ‘ଆମ ଓଡିଶା ନବୀନ ଓଡିଶା’ କାର‌୍ୟ୍ୟକ୍ରମ ଅଧିନରେ ଗାଁର ମନ୍ଦିର ମାନଙ୍କର ପୁନରୁଦ୍ଧାର ଠାରୁ ଆରମ୍ଭ କରି ଊସଶସଗ୍ଧବକ୍ଷ ଡିଜିଟାଲ ଭିତ୍ତିଭୂମି କାମ ପରି ଭବିଷ୍ୟମୁଖୀ ଯୋଜନା କରାଯିବ। ଉଭୟ କାମ ଏକ ସମୟରେ ଚାଲିବ।”

ଏହା ଓଡିଶାରେ ଏକ ନୂଆ ଯୁଗର ଆରମ୍ଭ କରିବ ବୋଲି ଦୃଢ ବିଶ୍ବାସ ପ୍ରକଟ କରି ସେ କହିଲେ ଯେ   ଆମର ଯୁବସମାଜ ପାଇଁ, ଆମର ମା ମାନଙ୍କ ପାଇଁ, ପିଲା ମାନଙ୍କ ପାଇଁ, ଉଦ୍ୟୋଗୀମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ, ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ଏକ ଆଧୁନିକ ପ୍ରଗତୀଶିଳ ଓ ସମ୍ବେଦନଶୀଳ ଓଡିଶା ଗଠନରେ ସହାୟକ ହେବ।

ଏହି ଯୋଜନା ଏଭଳି ଏକ ନୂଆ ଓଡିଶାର ସୂତ୍ରପାତ କରିବ, ଯାହାର ଭିତ୍ତି ହେବ ସୁଦୃଢ ଓ ଡେଣା ହେବ ଶକ୍ତ।

‘ଆମ ଓଡିଶା ନବୀନ ଓଡିଶା’ ଐତିହାସିକ ପଦକ୍ଷେପ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.