Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୂର୍ବତନ ଉପମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ ହେବ ତାଳଚେର ମେଡିକାଲ୍ କଲେଜ
ବିଶେଷ ଖବର

ପୂର୍ବତନ ଉପମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ ହେବ ତାଳଚେର ମେଡିକାଲ୍ କଲେଜ

July 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶା ପ୍ରଜାମଣ୍ଡଳ ଆନ୍ଦୋଳନର ଅଗ୍ରଗଣ୍ୟ ସାରଥି, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନ ସ୍ୱାଧିନତା ତଥା ସ୍ୱାଧିନତା ପରବର୍ତ୍ତୀ ସମୟରେ ଓଡିଶାର ରାଜନୈତିକ ସାମାଜିକ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଳଚେର ରାଜାଙ୍କ ଅତ୍ୟାଚାର ଅନ୍ୟାୟ ବିରୋଧରେ ପ୍ରଜାମଣ୍ଡଳ ଆନ୍ଦୋଳନରେ ନେତୃତ୍ୱ ନେବା ସହ ଭାରତଛାଡ ଆନ୍ଦୋଳନ ମଧ୍ୟ ସେ ଯୋଗ ଦେଇଥିଲେ। ସ୍ୱାଧିନତା ପରେ ସେ ବିଭିନ୍ନ ସମୟରେ ବିଧାୟକ, ସାଂସଦ, ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରି ରାଜ୍ୟର ବିକାଶରେ ତାଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି। ଶିକ୍ଷାର ବିକାଶ, ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ଏକ ଦୁର୍ନୀତିମୁକ୍ତ ପ୍ରଶାସନ ଉପରେ ସେ ସର୍ବଦା ଗୁରୁତ୍ୱ ଦେଇ ଆସୁଥିଲେ।

ସେହି ମହାନ ସଂଗ୍ରାମୀଙ୍କ ସ୍ମୃତିକୁ ସମ୍ମାନ ଜଣାଇ ତାଳଚେରରେ ପବିତ୍ର ମୋହନ ପ୍ରଧାନ ସ୍ମୃତି ପୀଠର ବିକାଶ କରାଯିବା ସହିତ ତାଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ ଭୁବନେଶ୍ଵର ଠାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଏହା ସହିତ ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ସେହିପରି କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧିନ ସେତୁକୁ ମଧ୍ୟ ସ୍ୱର୍ଗତ ପ୍ରଧାନଙ୍କ ନାମରେ ନାମିତ କରାଯିବ।

ସୂଚନା ଯୋଗ୍ୟ ଯେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ ଙ୍କ ଅନୁଗୋଳ ଗସ୍ତ ସମୟରେ ମହାନ୍ ସଂଗ୍ରାମୀ ସ୍ବର୍ଗତ ପ୍ରଧାନ ଙ୍କ ସ୍ମୃତି ରକ୍ଷା ପାଇଁ ମେଡିକାଲ କଲେଜ ହସ୍ପିଟାଲ କୁ ତାଙ୍କ ନାମରେ ନାମିତ କରିବା ପାଇଁ ସ୍ଥାନୀୟ ଜନ ସାଧାରଣ ପ୍ରସ୍ତାବ ଦେଇଥିଲେ।
ଲୋକଙ୍କ ଇଚ୍ଛା କୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ପବିତ୍ର ମୋହନ ପ୍ରଧାନ ପୂର୍ବତନ ଉପମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

‘ସୁଜଳ’ ଅଭିଯାନର ଶୁଭାରମ୍ଭ: ଅକ୍ଟୋବର ୧୬ ଯାଏଁ ଚାଲିବ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ

October 3, 2026

ରୁଷ ରାଷ୍ଟ୍ରପତିଙ୍କ ପ୍ରଶଂସା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ବିଷୟ: ଅମିତ ଶାହ

October 3, 2026

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026
Latest News

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.