Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଙ୍ଗାପୁରରୁ ୬ ମାସିଆ ‘ପେଡ୍‌-ଇଣ୍ଟର୍ଣ୍ଣସିପ୍‌’ କରି ଓଡ଼ିଶା ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ
ଆଜିର ଖବର

ସିଙ୍ଗାପୁରରୁ ୬ ମାସିଆ ‘ପେଡ୍‌-ଇଣ୍ଟର୍ଣ୍ଣସିପ୍‌’ କରି ଓଡ଼ିଶା ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

July 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ସଫଳତାର ସହ ୬ ମାସିଆ ‘ପେଡ୍‌ ଇଣ୍ଟର୍ଣ୍ଣସିପ୍‌’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ। ଭୁବନେଶ୍ୱରରେ ପହଞ୍ଚିବା ପରେ ସେମାନଙ୍କୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସ୍ୱାଗତ କରାଯାଇଥିଲା।

ଏହି ଛାତ୍ରଛାତ୍ରୀମାନେ ମଙ୍ଗଳବାର ଦିନ ସିଙ୍ଗାପୁର-ଭୁବନେଶ୍ୱର ସିଧାସଳଖ ବିମାନ ଯୋଗେ ଆସି ପହଞ୍ଚିଥିଲେ। ସେମାନଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାଗତ କରାଯିବା ସହ ସ୍ୱତନ୍ତ୍ର ବସ୍‌ରେ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ସେମାନଙ୍କୁ ପାରମ୍ପରିକ ଢାଞ୍ଚାରେ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା।

ଶିଳ୍ପ ତାଲିମ କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱ ଦକ୍ଷତା କେନ୍ଦ୍ର ବା ୱାର୍ଲ୍ଡ ସ୍କିଲ ସେଣ୍ଟରର ପ୍ରଥମ ବ୍ୟାଚର ଏହି ମେଧାବୀ ଛାତ୍ରଛାତ୍ରୀମାନେ ୬ ମାସ ବିଦେଶରେ ରହି ନିଜ ଜନ୍ମ ମାଟିକୁ ଫେରିଛନ୍ତି। ତେଣୁ ସେମାନଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଥିଲା। ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଳକା ମିଶ୍ର ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଏକ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେଠାରେ ଛାତ୍ରଛାତ୍ରୀମାନେ ସିଙ୍ଗାପୁର ଇଣ୍ଟର୍ଣ୍ଣସିପ୍‌ ସମୟର ଅନୁଭୂତି ଓ ସେଠିକାର ପରିବେଶ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ କାମ କରି ଶିଖିବାର ଏଭଳି ସୁଯୋଗ ମିଳିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ତାଲିମ ନେଉଥିବା ବର୍ତ୍ତମାନର ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ସେମାନେ ସିନିୟରମାନଙ୍କଠାରୁ ସିଙ୍ଗାପୁର ଇଣ୍ଟର୍ଣ୍ଣସିପ୍‌ ସମୟର ଅନୁଭୂତି ଶୁଣି ପ୍ରେରଣା ପାଇଥିଲେ।

‘‘ସିଙ୍ଗାପୁର ଯାଇ ସେଠାରେ ଏକ ବଡ଼ କମ୍ପାନିରେ ମୁଁ ଇଣ୍ଟର୍ଣ୍ଣସିପ୍‌ କରିବି ବୋଲି କେବେ ଭାବି ନଥିଲି। ୱାର୍ଲ୍ଡ ସ୍କିଲ ସେଣ୍ଟର ମତେ ଏହି ସୁଯୋଗ ଦେଇଛି। ତେଣୁ ଏଭଳି ଏକ ଅନୁଷ୍ଠାନରେ ତାଲିମ ନେଇ ମୁଁ ଗର୍ବିତ। ସେଠାରେ ଇଣ୍ଟର୍ଣ୍ଣସିପ୍‌ ବେଳେ ଯାହା ମୁଁ ଶିଖିପାରିଛି ତାହା ମୋ’ ଭବିଷ୍ୟତର କ୍ୟାରିୟରକୁ ଏକ  ନୂଆ ରାସ୍ତା ଦେଖାଇବାରେ ସାହାଯ୍ୟ କରିବ’’, କହନ୍ତି ମାନସ କୁମାର ଦାସ।

‘‘ସ୍କୁଲରେ ପାଠ ପଢ଼ିବା ବେଳୁ ମୁଁ ପ୍ରୋଜେକ୍ଟ ଇଞ୍ଜିନିୟର ହେବା ଲାଗି ସ୍ୱପ୍ନ ଦେଖିଥିଲି। ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ମୋର ଏହି ସ୍ୱପ୍ନକୁ ପୂରଣ କରିଛି। ବିଶେଷକରି ଇଞ୍ଜିନିୟରିଂ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସାରୋ ପୃଥିବୀରେ ପରଚିତ ସିଙ୍ଗପୁର ଭଳି ଏକ ବଡ଼ ସହରରେ ଇଣ୍ଟର୍ଣ୍ଣସିପ୍‌ କରିବା ଫଳରେ ମୋ’ ଭିତରେ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ଅରଜି ପୃଥିବୀରେ ଯେକୌଣସି ସ୍ଥାନରେ ଯାଇ କାମ କରିବାକୁ ସାହସ କରିପାରିବି’’, କହନ୍ତି ଭାଗ୍ୟଶ୍ରୀ ରାଉତ।

ଏହି ସ୍ୱାଗତ କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ, ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ସଙ୍ଗରଣ ଗୋପାଳ, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ, ନିର୍ଦ୍ଦେଶକ (ପ୍ରଶାସନ) କେରୱିନ ହିଙ୍ଗ ପ୍ରମୁଖ ଯୋଗ ଦେଇଥିଲେ।

‘ସ୍କିଲ୍‌ଡ ଇନ୍‌ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ଏଠାରେ ଅନ୍ତର୍ଜାତୀୟ ମାନର ବିଭିନ୍ନ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ ରହିଛି।

ସିଙ୍ଗାପୁର ସରକାରଙ୍କ ସହ ଓଡ଼ିଶା ସରକାରଙ୍କ ବୁଝାମଣା ଅନୁଯାୟୀ ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମ ଅଧୀନରେ ୱାର୍ଲ୍ଡ ସ୍କିଲ ସେଣ୍ଟରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରତି ବର୍ଷ ଦୁଇ ସପ୍ତାହ ଲାଗି ସିଙ୍ଗାପୁର ପଠାଯାଉଛି। ସେହିପରି ପ୍ରତି ବର୍ଷ କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ବାଛି ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ୬ ମାସିଆ ‘ପେଡ୍‌-ଇଣ୍ଟର୍ଣ୍ଣସିପ୍‌’ର ସୁଯୋଗ ଦିଆଯାଉଛି।

 

 

 

ଓଡିଶା ବିଶ୍ୱ ଦକ୍ଷତା କେନ୍ଦ୍ର ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା

February 16, 2026

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

February 16, 2026

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

February 16, 2026

ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍‌

February 16, 2026
Latest News

ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା

February 16, 2026

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

February 16, 2026

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

February 16, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍‌

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.