Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ତ୍ରୁଟିଶୂନ୍ୟ ଭୋଟର ତାଲିକା ପାଇଁ ସର୍ବଦଳୀୟ ବୈଠକ
ବିଶେଷ ଖବର

ତ୍ରୁଟିଶୂନ୍ୟ ଭୋଟର ତାଲିକା ପାଇଁ ସର୍ବଦଳୀୟ ବୈଠକ

July 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ସାରା ରାଜ୍ୟର ୧୪୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୩୭,୬୦୬ ଗୋଟି ବୁଥ୍‌ରେ ଘରକୁ ଘର ବୁଲି ଆରମ୍ଭ ହୋଇଥିବା ସର୍ବେକ୍ଷଣରେ ବୁଥ୍‌ସ୍ତରୀୟ ଏଜେଣ୍ଟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଯାଇଛି।

ରାଜନୈତିକ ଦଳମାନଙ୍କ ଦ୍ୱାରା ବୁଥ୍‌ସ୍ତରରେ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି ସହ ସେମାନଙ୍କୁ ପରିଚୟ ପ୍ରଦାନ ନିମନ୍ତେ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ପରାମର୍ଶ ଦେଇଛନ୍ତି। ରାଜନୈତିକ ଦଳର ଜିଲ୍ଲା ସଭାପତିମାନେ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି କରିବା ସହ ସେମାନଙ୍କୁ ପରିଚୟ ପତ୍ର ପ୍ରଦାନ କରିବେ ଏବଂ ନିଯୁକ୍ତି ପାଇଥିବା ବୁଥ୍‌ସ୍ତରୀୟ ଏଜେଣ୍ଟମାନଙ୍କର ଏକ ତାଲିକା ସଂପୃକ୍ତ ନିର୍ବାଚକ ପଂଜୀକରଣ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ। ଯେଉଁମାନଙ୍କୁ ବୁଥ୍‌ସ୍ତରୀୟ ଏଜେଣ୍ଟ ଭାବେ ନିଯୁକ୍ତ କରାଯିବ, ସେମାନେ ସଂପୃକ୍ତ ବୁଥ୍‌ ଅଞ୍ଚଳର ପଂଜୀକୃତ ଭୋଟର ହୋଇଥିବା ଦରକାର। ଜୁଲାଇ ୨୧ ତାରିଖରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ହୋଇଥିବା ବୁଥ୍‌ସ୍ତରୀୟ ସର୍ବେକ୍ଷଣରେ ବୁଥ୍‌ସ୍ତରୀୟ ଅଧିକାରୀ ଓ ବୁଥ୍‌ସ୍ତରୀୟ ଏଜେଣ୍ଟମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ନିର୍ଭୁଲ ତଥ୍ୟ ସଂଗ୍ରହ କରିବେ। ବୁଥ୍‌ସ୍ତରୀୟ ଅଧିକାରୀମାନେ ‘ବିଏଲ୍‌ଓ ଆପ୍‌’ ଜରିଆରେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ। ଭୋଟର ତାଲିକାରେ ନାମ ପଂଜୀକରଣ ନିମନ୍ତେ ଥିବା ୪ ଗୋଟି ଯୋଗ୍ୟତାସୂଚକ ତାରିଖ ଯଥା: ୨୦୨୩ ମସିହା ଅକେଫାବର ୧ ତାରିଖ ଏବଂ ୨୦୨୪ ମସିହା ଜାନୁଆରୀ ୧, ଅପ୍ରେଲ ୧ ଓ ଜୁଲାଇ ୧ ତାରିଖ ସୁଦ୍ଧା ଯେଉଁ ନୂତନ ଭୋଟରମାନଙ୍କ ବୟସ ୧୮ ବର୍ଷ ପୂରଣ ହେଉଥିବ, ସେମାନଙ୍କ ସଂପର୍କରେ ତଥ୍ୟ ସଂଗ୍ରହ କରିବେ। ଏତଦ୍‌ବ୍ୟତୀତ ବୁଥ୍‌ ଅଞ୍ଚଳରୁ ସ୍ଥାୟୀ ଭାବେ ଅନ୍ୟତ୍ର ସ୍ଥାନାନ୍ତରିତ ଏବଂ ମୃତ ଭୋଟରମାନଙ୍କର ସଂପୂର୍ଣ୍ଣ ତଥ୍ୟ ‘ବିଏଲ୍‌ଓ ଆପ୍‌’ ମାଧ୍ୟମରେ ସଂଗ୍ରହ କରି ସଂପୃକ୍ତ ଭୋଟର ତାଲିକା ପଂଜୀକରଣ ଅଧିକାରୀଙ୍କୁ ପ୍ରଦାନ କରିବେ।

ଏତଦ୍‌ବ୍ୟତୀତ ଭୋଟର ତାଲିକାରେ ନାମ ନଥିବା ଯୋଗ୍ୟ ଭୋଟରମାନଙ୍କର ନାମ ତାଲିକାଭୁକ୍ତ କରିବା ନିମନ୍ତେ ମଧ୍ୟ ଆବଶ୍ୟକ ତଥ୍ୟ ସଂଗ୍ରହ କରାଯିବା ପରେ ଏକ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି କରାଯାଇପାରିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ପ୍ରକାଶ କରିଛନ୍ତି। ଆଗାମୀ ସାଧାରଣ ନିର୍ବାଚନରେ ବିଶେଷ କରି ଭୋଟରମାନଙ୍କ ମତଦାନ ନିମନ୍ତେ ସମସ୍ତ ପ୍ରକାରର ସୁବିଧାସୁଯୋଗ, ନିର୍ବାଚନ ପରିଚାଳନା ନିମନ୍ତେ ନିୟୋଜିତ କର୍ମଚାରୀଙ୍କୁ ସଂପୂର୍ଣ୍ଣ ତାଲିମ ପ୍ରଦାନ ଏବଂ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବିଶେଷ ଧ୍ୟାନ ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଏହି ସର୍ବଦଳୀୟ ବୈଠକରେ ଭାରତୀୟ ଜନତା ପାର୍ଟିର ସରୋଜ କୁମାର କର ଓ ଅଶୋକ କୁମାର ମିଶ୍ର, ବହୁଜନ ସମାଜବାଦୀ ପାର୍ଟିର ରାଜ୍ୟ ମହାସଚିବ ମଧୁସୂଦନ ଯାଦବ, ଭାରତୀୟ କମୁ୍ୟନିଷ୍ଟ ପାର୍ଟି (ମାର୍କସିଷ୍ଟ) ସଦସ୍ୟ ସଂପାଦକ ଦୁଷ୍ମନ୍ତ କୁମାର ଦାସ, ଭାରତୀୟ ଜାତୀୟ କଂଗ୍ରେସର ରାଜ୍ୟ ଉପସଭାପତି ଶିବାନନ୍ଦ ରାୟ ଓ ଆମ୍‌ ଆଦ୍‌ମୀ ପାର୍ଟିର ସୌମ୍ୟ ରଞ୍ଜନ ସ୍ୱାଇଁ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ବିଧାନସଭା ନିର୍ବାଚନ ମଣ୍ଡଳୀ ସର୍ବଦଳୀୟ ବୈଠକ ସାଧାରଣ ନିର୍ବାଚନ-୨୦୨୪
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Latest News

ବିଶ୍ୱକପରୁ ଭାରତ ବିଦା, ଅଷ୍ଟ୍ରେଲିଆଠାରୁ ୬ ଉଇକେଟରେ ପରାଜୟ

June 29, 2026

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.