Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ପହିଲାରୁ ଡାକ ବିଭାଗ ପକ୍ଷରୁ ଢାଇ ଆଖର ପତ୍ରଲିଖନ ପ୍ରତିଯୋଗିତା
ଆଜିର ଖବର

ଅଗଷ୍ଟ ପହିଲାରୁ ଡାକ ବିଭାଗ ପକ୍ଷରୁ ଢାଇ ଆଖର ପତ୍ରଲିଖନ ପ୍ରତିଯୋଗିତା

July 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
post office
ଡାକ ବିଭାଗର ବଡ଼ ପଦକ୍ଷେପ: ସ୍ପିଡ୍ ପୋଷ୍ଟରେ ନୂଆ ଶୁଳ୍କ ଏବଂ ସୁବିଧା

ଭୁବନେଶ୍ୱର: ଭାରତୀୟ ଡାକ ବିଭାଗ ପକ୍ଷରୁ ୨୦୨୩-୨୪ ବର୍ଷ ପାଇଁ ଜାତୀୟ ସ୍ତରୀୟ ଢାଇ ଆଖର ପତ୍ର ଲିଖନ ପ୍ରତିଯୋଗିତା ଆୟୋଜନ କରାଯିବ। ଅଗଷ୍ଟ ପହିଲାରୁ ଅକ୍ଟୋବର ୩୧, ୨୦୨୩ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ପ୍ରତିଯୋଗିତାର ବିଷୟବସ୍ତୁ ରଖାଯାଇଛି ‘‘ଡିଜିଟାଲ ଇଣ୍ଡିଆ ଫର୍‌ ନ୍ୟୁ ଇଣ୍ଡିଆ (ନୂତନ ଭାରତ ପାଇଁ ଡିଜିଟାଲ ଭାରତ)’’। ପତ୍ର ଲିଖନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଚାହୁଁଥିବା ଲୋକମାନେ ମୁଖ୍ୟ ମହାଡାକପାଳ, ଓଡ଼ିଶା ମଣ୍ଡଳ, ଭୁବନେଶ୍ୱର – ୭୫୧୦୦୧ ଠିକଣାରେ ପତ୍ର ଲେଖି ପଠାଇପାରିବେ।

ଦୁଇଟି ବୟସ ବର୍ଗରେ ପ୍ରତିଯୋଗିତା ଆୟୋଜନ କରାଯିବ – ୧୮ ବର୍ଷରୁ କମ୍‌ ଏବଂ ୧୮ ବର୍ଷରୁ ଅଧିକ। ସେହିପରି ପ୍ରତିଯୋଗୀମାନେ ଅର୍ନ୍ତଦେଶୀୟ ପତ୍ର କାର୍ଡ ଏବଂ ଲଫାଫା ଭଳି ଦୁଇଟି ବର୍ଗରେ ପତ୍ର ଲେଖି ପ୍ରତିଯୋଗିତା ପାଇଁ ଉପରୋକ୍ତ ଠିକଣାରେ ପଠାଇପାରିବେ। ସାଦା ଏ-ଫୋର୍‌ ଆକାରର କାଗଜରେ ପତ୍ର ଲେଖି ଲଫାପା ବର୍ଗରେ ପ୍ରତିଯୋଗୀମାନେ ଭାଗ ନେଇପାରିବେ। ଏହି ବର୍ଗରେ ପତ୍ରର ଶବ୍ଦ ସଂଖ୍ୟା ୧୦୦୦ରୁ ଅଧିକ ହେବା ଉଚିତ୍‌ ନୁହେଁ। ଅନ୍ୟପଟେ ଅନ୍ତର୍ଦେଶୀୟ ପତ୍ର କାର୍ଡ ବର୍ଗରେ ୫୦୦ ଶବ୍ଦ ମଧ୍ୟରେ ପତ୍ର ଲେଖି ପ୍ରତିଯୋଗୀମାନେ ପଠାଇପାରିବେ। କେବଳ ହାତରେ ଲେଖା ହୋଇଥିବା ପତ୍ରକୁ ଗ୍ରହଣ କରାଯିବ, ଟାଇପ୍‌ ହୋଇଥିବା ପତ୍ର ଗ୍ରହଣଯୋଗ୍ୟ ହେବ ନାହିଁ।

ମଣ୍ଡଳ ସ୍ତରରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ପାଇଁ ଯଥାକ୍ରମେ ୨୫,୦୦୦, ୧୦,୦୦୦ ଏବଂ ୫,୦୦୦ ଟଙ୍କାର ପୁରସ୍କାର ରାଶି ରଖାଯାଇଛି। ଅନ୍ୟପଟେ ଜାତୀୟ ସ୍ତରରେ ପ୍ରଥମ ତିନି ପୁରସ୍କାର ବିଜେତାଙ୍କୁ ୫୦,୦୦୦, ୨୫,୦୦୦ ଏବଂ ୧୦,୦୦୦ ଟଙ୍କାର ପୁରସ୍କାର ରାଶିର ବ୍ୟବସ୍ଥା ରହିଛି। ଢାଇ ଆଖର ପତ୍ର ଲିଖନ ପ୍ରତିଯୋଗିତା ସମ୍ପର୍କରେ ଅଧିକ ସୂଚନା ପାଇଁ ନିକଟସ୍ଥ ଡାକ କାର୍ଯ୍ୟାଳୟ ସହ ଯୋଗାଯୋଗ କରାଯାଇପାରିବ।

ଅଗଷ୍ଟ ପହିଲା ଜାତୀୟ ସ୍ତରୀୟ ଭାରତୀୟ ଡାକ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026
Latest News

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.