Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସିଲା ବନ୍ୟା ବିପତ୍ତି, ଫୁଲୁଛି ମହାନଦୀ, ବିଭିନ୍ନ ସ୍ଥାନରେ ଏନଡିଆରଏଫ ଓ ଓଡ୍ରାଫ ଟିମ ମୁତ୍ତୟନ
ଜାତୀୟ ଖବର

ଆସିଲା ବନ୍ୟା ବିପତ୍ତି, ଫୁଲୁଛି ମହାନଦୀ, ବିଭିନ୍ନ ସ୍ଥାନରେ ଏନଡିଆରଏଫ ଓ ଓଡ୍ରାଫ ଟିମ ମୁତ୍ତୟନ

August 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସିଲା ବନ୍ୟା ବିପତ୍ତି,
ଆସିଲା ବନ୍ୟା ବିପତ୍ତି, ଫୁଲୁଛି ମହାନଦୀ, ବିଭିନ୍ନ ସ୍ଥାନରେ ଏନଡିଆରଏଫ ଓ ଓଡ୍ରାଫ ଟିମ ମୁତ୍ତୟନ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇସାରିଲାଣି। ବିଭିନ୍ନ ଗାଁରେ ବନ୍ୟା ପାଣି ପଶିଗଲାଣି। ଲୋକମାନେ ହନ୍ତସନ୍ତ ହେବାରେ ଲାଗିଛନ୍ତି। ମୁଖ୍ୟତଃ ତଳିଆ ଗାଁଗୁଡିକ ଜଳବନ୍ଦୀ ହୋଇ ରହିଛନ୍ତି। ସେଠାରେ ଓଡ୍ରାଫ ଏବଂ ଏନଡିଆରଏଫ ଟିମ୍ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ନଦୀର ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ପରବର୍ତ୍ତି ସମୟରେ ଏହା ଭୟଙ୍କର ହେବ ବୋଲି ଜଣାପଡିଛି।

ସେପଟେ ନଦୀ ଫୁଲିବା ଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନରେ ଜଳ ସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। କେଉଁ ମୁହୁର୍ତ୍ତରେ ନଦୀବନ୍ଧ ଭାଙ୍ଗିଯିବ ତାହା କହି ହେବ ନାହିଁ। ସେଥିପାଇଁ ଦୁବର୍ଳ ସ୍ଥାନରେ ପ୍ରଶାସନ ଜଗି ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ଜଳସେଚନ ଇଂଜିନିୟର, ସ୍ଥାନୀୟ ପୋଲିସ, ଅଗ୍ନିଶମ କର୍ମଚାରୀଙ୍କୁ ନେଇ ଚବିଶ ଘଣ୍ଟିଆ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଆଗୁଆ ସତର୍କ ହେବା ପାଇଁ ଉଦ୍ଧାରକାରୀ ଦଳକୁ ମୁତୟନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୮ ଟି ଏନଡିଆରଏଫ , ୧୩ ଟି ଓଡ୍ରାଫ ଦଳ ଏବଂ ୨୩ ଟି ଅତିରିକ୍ତ ଅଗ୍ନିଶମ ଦଳକୁ ୧୫ ଟି ଜିଲ୍ଲାରେ ନିୟୋଜିତ କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ଭଦ୍ରକ, ଯାଜପୁର, ସମ୍ବଲପୁର, କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବାଲେଶ୍ବର, କଟକ, ପୁରୀ, ଖୋର୍ଧା ଏବଂ ଜଗତସିଂହପୁର।

ମହାନଦୀର ଜଳସ୍ତର ବର୍ତ୍ତମାନ ଭୟଙ୍କର ସ୍ଥିତିରେ ରହିଛି। ମୁଣ୍ଡଳି ଦେଇ ଆଜି ମଧ୍ୟାହ୍ନ ୧୨ଟା ସୁଦ୍ଧ ପ୍ରାୟ ୮ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ପ୍ରବାହିତ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଗୁଡିକ ହେଲା ଅନୁଗୁଳ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା। ଏହି ସବୁ ଜିଲ୍ଲାରେ ଯେଉଁଠି ଦୁର୍ବଳ ନଦୀ ବନ୍ଧ ରହିଛି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଆଜି ପଶ୍ଚିମ ଉତ୍ତରର ପଶ୍ଚିମ ଦିଗକୁ ମୁହାଁଇଛି। ଆଗକୁ ଏହା ଦୁର୍ବଳ ହୋଇ ଅବପାତ ଓ ସଦୃଶ୍ୟ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ବର୍ଷା ଆହୁରି ୧୨ ଘଣ୍ଟା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଓ ସମ୍ବଲପୁରର ଅଧିକାଂଶ ସ୍ଥାନରେ ୨ଶହ ମିମିରୁ ଅଧିକ ପରିମାଣର ବର୍ଷା ହୋଇପାରେ। ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୧୦ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର ଓ ଯାଜପୁରରେ ପ୍ରବଳ ବର୍ଷା ହେବାକୁ ଥିବା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ସେପଟେ ଛତିଶଗଡ଼ରେ ଦୁଇ ଦିନ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ମହାନଦୀ ଜଳସ୍ତର ବଢିପାରେ

flood ଅତି ପ୍ରବଳ ବର୍ଷା ଓଡିଶାରେ ବନ୍ୟା ପ୍ରବଳ ବର୍ଷା ବନ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026
Latest News

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.