Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ମାନ ରକ୍ଷା ପାଇଁ କାର୍ଡିଫ୍‌ରେ ମୁକାବିଲା କରିବେ ଶ୍ରୀଲଙ୍କା- ଆଫଗାନିସ୍ତାନ
ଆଜିର ଖବର

ସମ୍ମାନ ରକ୍ଷା ପାଇଁ କାର୍ଡିଫ୍‌ରେ ମୁକାବିଲା କରିବେ ଶ୍ରୀଲଙ୍କା- ଆଫଗାନିସ୍ତାନ

June 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
srilanka afganistan match
srilanka afganistan match

ଚଳିତ ବିଶ୍ବକପ୍‌ରେ ନିଜର ପ୍ରଥମ ମ୍ୟାଚ୍‌ରେ ପରାଜିତ ହୋଇଥିବା ଦୁଇ ଏସୀୟ ରାଷ୍ଟ୍ର ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ସମ୍ମାନ ରକ୍ଷା ପାଇଁ କାର୍ଡିଫ୍‌ରେ ପରସ୍ପରର ମୁକାବିଲା କରିବେ। ମଙ୍ଗଳବାର ଦିନ ତିନିଟା ସମୟରେ କାର୍ଡିଫ୍‌ର ସୋଫିଆ ଗାର୍ଡେନ୍‌ ଗ୍ରାଉଣ୍ଡରେ ଏହି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ଶ୍ରୀଲଙ୍କା ନ୍ୟୁଜିଲ୍ୟାଣ୍ଡ ନିକଟରୁ ଶୋଚନୀୟ ଭାବରେ ପରାସ୍ତ ହୋଇଥିବା ବେଳେ ଟପ୍‌ ଅର୍ଡର ଏବଂ ଲୋୟର ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁଁ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଥିଲେ। ନ୍ୟୁଜିଲ୍ୟାଣ୍ଡ ବୋଲିଂ ନିକଟରେ କରୁଣାରତ୍ନେଙ୍କ ବ୍ୟତିତ ସମସ୍ତ ଶ୍ରୀଲଙ୍କା ଖେଳାଳି ଆତ୍ମ ସମର୍ପଣ କରିଥିଲେ। ଶ୍ରୀଲଙ୍କା ଏହି ମ୍ୟାଚ୍‌ରେ ପ୍ରତ୍ୟାବର୍ତ୍ତନର ଆାଶ ରଖିଛି। ଅନ୍ୟ ପକ୍ଷରେ ଆଫଗାନ ବୋଲିଂ ଆକ୍ରମଣ ଠିକ୍‌ ଥିଲେ ମଧ୍ୟ ଏହାର ଟପ୍‌ ଏବଂ ଲୋୟର ଅର୍ଡର ଖେଳାଳିଙ୍କୁ ଏହି ମ୍ୟାଚ୍‌ରେ ରନ୍‌ ସଂଗ୍ରହ କରିବାକୁ ପଡିବ। ପୂର୍ବ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଥିବା ଦୁଇ ଦଳର ଅଧିନାୟକ ଗୁଲବଦିନ୍‌ ନାଏବ ଏବଂ ଦିମୁଥ କରୁଣାରତ୍ନେଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ। ରଶିଦ୍‌ ଖାନ୍‌ ଏବଂ ମହମ୍ମଦ ନବିଙ୍କ ପ୍ରଦର୍ଶନ ମଧ୍ୟ ଦୁଇ ଦଳ ମଧ୍ୟରେ ପ୍ରଭେଦ ସୃଷ୍ଟି କରିବ।

ମ୍ୟାଚ୍‌ ସମୟ : ଅପରାହ୍ନ ୩.୦୦

ସ୍ଥାନ : ସୋଫିଆ ଗାର୍ଡେନ୍‌, କାର୍ଡିଫ୍‌

afganistan cricket srilanka worldcup
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.