Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଲୋକକଳାକାରଙ୍କ ପାଇଁ ଖୁସି ଖବର, ବିଭିନ୍ନ ସରକାରୀ ଯୋଜନାର ପ୍ରସାର ପାଇଁ ହେବେ ସାମିଲ
ବିଶେଷ ଖବର

ଲୋକକଳାକାରଙ୍କ ପାଇଁ ଖୁସି ଖବର, ବିଭିନ୍ନ ସରକାରୀ ଯୋଜନାର ପ୍ରସାର ପାଇଁ ହେବେ ସାମିଲ

August 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଲୋକକଳାକାରଙ୍କ ପାଇଁ ଖୁସି ଖବର, ବିଭିନ୍ନ ସରକାରୀ ଯୋଜନା ସଚେତନତା ପାଇଁ ହେବେ ସାମିଲ

ଭୁବନେଶ୍ବର: ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ଜନସାଧାରଣରେ ସଚେତନତା ସୃଷ୍ଟି କରାଯିବ। ୫-ଟି ଉପକ୍ରମରେ ସରକାରଙ୍କ ପକ୍ଷରୁ ଜାରି ବିକାଶ ପ୍ରକ୍ରିୟାରେ ସମସ୍ତଙ୍କୁ ସାମିଲ କରିବା ଏବଂ କୌଣସି ଯୋଜନାରୁ ଯେପରି ଯୋଗ୍ୟବ୍ୟକ୍ତି ବାଦ ନପଡନ୍ତି ଏ ସଂପର୍କରେ ଲୋକକଳା ମାଧ୍ୟମରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଗାଁରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଲା, ଦାସକାଠିଆ, ଘୋଡାନାଚ ଏବଂ ସଂପୃକ୍ତ ଜିଲ୍ଲାର ଲୋକପ୍ରିୟ ଲୋକକଳା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

ଏ ସଂପର୍କରେ ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏଙ୍କ ମିଳିତ ଉପସ୍ଥିତିରେ ଭର୍ଚ୍ୟୁଆଲ ମାଧ୍ୟମରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ସମସ୍ତ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିଭଳି ଗତକାଲି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଛି।ଏଥିରେ ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ଉଭୟ ବିଭାଗର ନିର୍ଦ୍ଦେଶକ ଏବଂ ଜିଲ୍ଲାପାଳମାନେ ଯୋଗ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମ ସଂପର୍କରେ ବିଶଦ ଭାବେ ଆଲୋଚନା କରାଯାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯିବ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯିବା ନେଇ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଆସନ୍ତା ସେପ୍ଟେମ୍ବର ମାସ ୧୫ ତାରିଖରୁ ଏହି ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହାପୂର୍ବରୁ ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ କଳା ମାନଙ୍କୁ ନେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯିବ। ଏଥିରେ ବ୍ଲକ ଓ ଜିଲ୍ଲା କଳା ସାଂସ୍କୃତିକ ସଂଘକୁ ସାମିଲ କରାଯିବାକୁ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ନିକଟରେ ଲୋକକଳା କଳାକାର ମାନଙ୍କ ପରିବେଷଣ ଜନିତ ପାରିଶ୍ରମିକ ରାଜ୍ୟ ସରକାର ବୃଦ୍ଧି କରିଥିବାରୁ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ କୃତଜ୍ଞତା ଜ୍ଞାପନ କରିଥିଲେ।

FolkDance ଦାସକାଠିଆ ପାଲା ଲୋକକଳା
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026
Latest News

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.