Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ୧୦୧ କୋଟି ଟଙ୍କା ମଞ୍ଜୁର
ଜାତୀୟ ଖବର

ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ୧୦୧ କୋଟି ଟଙ୍କା ମଞ୍ଜୁର

August 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମାଲକାନଗିରି ଜିଲ୍ଲାରେ ସ୍ବାଭିମାନ ଅଞ୍ଚଳ ଏବେ ବିକାଶ ପଥରେ କରୁଛି ଦ୍ରୁତ ଅଗ୍ରଗତି। ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ବାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ, ଟେଲିଯୋଗାଯୋଗ ଆଦି ଅନେକ ମୌଳିକ ସେବା ସୁବିଧାରେ ଉପଲବ୍‌ଧ ହେଉଛି।

ରୂପାନ୍ତର ପ୍ରକ୍ରିୟାରେ ସ୍ବାଭିମାନ ଅଞ୍ଚଳ ତ୍ବରିତ ଗତିରେ ଆଗକୁ ବଢୁଛି। ସ୍ବାଭିମାନ ଅଞ୍ଚଳର ସାମାଜିକ ଓ ଆର୍ଥିକ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସେତୁ ଯୋଜନା (Socio Economic Transformation & Upliftment) ମଧ୍ୟ ଆରମ୍ଭ କରିଛନ୍ତି।

ଏହି ପ୍ରକ୍ରିୟାକୁ ଆହୁରି ଆଗକୁ ନେଇ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସେଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହାଦ୍ବାରା ସ୍ବାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ। ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ମାସ ୨୯ ତାରିଖରେ ମାଲକାନଗିରି ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ।

ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ଖଲିଆଗଡ ନାଳ ଉପରେ ଯନ୍ତ୍ରୀ ଠାରୁ ଢାକପଦର ରାସ୍ତା ପର୍ଯ୍ୟନ୍ତ ୧୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ ଗୋଟିଏ ସେତୁ ନିର୍ମାଣ କରାଯିବ। ଏଥିପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ। ପଣସପୁଟ ଓ ଯନ୍ତ୍ରୀ ଗ୍ରାମପଞ୍ଚାୟତର ଲୋକମାନେ ଏହାଦ୍ବାରା ବିଶେଷ ଉପକୃତ ହେବେ।

ଦ୍ବିତୀୟ ସେତୁଟି କୁମୁଡାଗୁଡା ନଦୀ ଉପରେ ଘନବେଡା ଠାରୁ କୋଡିଗାନ୍ଧୀ ରାସ୍ତା ପର୍ଯ୍ୟନ୍ତ ନିର୍ମାଣ କରାଯିବ। ୨୨୩ ମିଟର ଦୀର୍ଘ ଏହି ସେତୁ ପାଇଁ ୨୭ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ବାରା ପଣସପୁଟ, ଯନ୍ତ୍ରୀ ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚୟତର ଲୋକମାନେ ବିଶେଷ ଉପକାର ପାଇବେ।

ତୃତୀୟ ସେତୁଟି ମାଛକୁଣ୍ଡ ନଦୀ ଉପରେ ନିର୍ମାଣ କରାଯିବ। ଏହା ବିଶେଇଗୁଡାକୁ ଯନ୍ତ୍ରୀ ପର୍ଯ୍ୟନ୍ତ ଯୋଡିବ। ୩୭୨ ମିଟର ଦୀର୍ଘ ଏହି ସେତୁ ପାଇଁ ୫୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ବାରା ଯନ୍ତ୍ରୀ, ପେପରମେଟଲା ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚାୟତର ଲୋକମାନେ ବିଶେଷ ଉପକୃତ ହେବେ।

NaveenPatnaik ଚିତ୍ରକୋଣ୍ଡା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.