Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆର.ଡି ବିଭାଗର କାମ ଧାର୍ଯ୍ୟ ସମୟରେ ଶେଷ କରିବାକୁ କଡା ନିର୍ଦ୍ଦେଶ ଦେଲେ ସଂଜୟ ସିଂହ
ରାଜ୍ୟ ଖବର

ଆର.ଡି ବିଭାଗର କାମ ଧାର୍ଯ୍ୟ ସମୟରେ ଶେଷ କରିବାକୁ କଡା ନିର୍ଦ୍ଦେଶ ଦେଲେ ସଂଜୟ ସିଂହ

August 24, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
SanjaySingh
ଆର.ଡି ବିଭାଗର କାମ ଧାର୍ଯ୍ୟ ସମୟରେ ଶେଷ କରିବାକୁ କଡା ନିର୍ଦ୍ଦେଶ ଦେଲେ ସଂଜୟ ସିଂହ

ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପ ଗୂଡିକ ଧାର୍ଯ୍ୟ ସମୟ ସୀମା ଏବଂ ତ୍ବରାନ୍ବିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିର୍ଦ୍ଦେଶ ଦେଇଛନ୍ତି।

ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ଓସ୍ବାନ ହଲରେ ବିଭାଗର ମାସିକ ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରିବା ସହିତ କହିଲେ ଯେ ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ବରାନ୍ବିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁ ଦାୟିତ୍ବ। ପ୍ରକଳ୍ପ ସମ୍ପୁର୍ଣ୍ଣ ପାଇଁ ଡିଭିଜନ ମାନେ ବିଭାଗକୁ ଦେଉଥିବା ସମୟ ସୀମା ଉପରେ ଧ୍ୟାନ ଦେବା ଜରୁରୀ।

ସେହିପରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ବିଭାଗ ସମ୍ବନ୍ଧିୟ ସମସ୍ତ ଅଭିଯୋଗ ଗୁଡିକର ତ୍ବରିତ ସମାଧାନ ପୂର୍ବକ ଏହାର ରିପୋର୍ଟ ବିଭାଗରେ ପହଞ୍ଚିବା ଆବଶ୍ୟକ। ଏଣିକି ଏ ଦିଗରେ ବିଭାଗୀୟ ଯନ୍ତ୍ରୀମାନେ ସମସ୍ତ ଡିଭିଜନ ମୁଖ୍ୟଙ୍କୁ ଫୋନ କରି ସମାଧାନ ଦିଗରେ ଯତ୍ନବାନ ହେବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ।

ରାସ୍ତା ଓ ସେତୁ ଯୋଜନା ଅଧିନରେ ସ୍ତଗିତ ଥିବା ପ୍ରକଳ୍ପ ଗୁଡିକର ଡିପିଆର ୭ ଦିନ ଭିତରେ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନୁମୋଦିତ ହୋଇଥିବା ପ୍ରକଳ୍ପର ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରି ଆସନ୍ତା ୩ ଦିନ ମଧ୍ୟରେ ବିଭାଗକୁ ପଠାଇବାକୁ ଶ୍ରୀ ସିଂହ ମୁଖ୍ୟଯନ୍ତ୍ରୀ ମାନଙ୍କୁ କହିଥିଲେ।

ବର୍ତ୍ତମାନ ସୁଧା ବିଭାଗର ପ୍ରକଳ୍ପ ଜନିତ ବ୍ୟୟ ୪୩ ପ୍ରତିଶତରୁ ଉର୍ଦ୍ଧ ଯାହା ସନ୍ତୋଷଜନକ ଅଟେ। ଆସନ୍ତା ସେପ୍ଟେମ୍ବର ଶେଷ ସୁଧା ସମସ୍ତ ଡିଭିଜନ ଅନ୍ୟୁନ ୪୫ ପ୍ରତିଶତ ଅନୁଦାନ ଖର୍ଚ୍ଚ କରିବା ସହ ସମସ୍ତ ଡିଭଜନ ସର୍ବନିମ୍ନ ୧୦ କୋଟି ଟଙ୍କା ଖର୍ଚ୍ଚ କରି ରିର୍ପୋଟ ପ୍ରଦାନ କରିବାକୁ ଶ୍ରୀ ସିଂହ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏଥି ସହିତ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ସମସ୍ତ ପ୍ରକଳ୍ପ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ କହିଥିଲେ। ସେହିପରି ବିଜୁସେତୁ ଯୋଜନା ଅଧିନରେ ବିଭିନ୍ନ ଜିଲ୍ଲାରେ ଚାଲୁ ରହିଥିବା ପ୍ରକଳ୍ପ ଗୂଡିକର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିବା ସହ ଯେଉଁ ଡିଭିଜନ ମାନଙ୍କରେ ଆପ୍ରୋଚ ରୋଡ ବାକି ରହିଛି ସେ ସବୁକୁ ଆସନ୍ତା ଅକ୍ଚୋବର ଶେଷ ସୁଧା ସାରିବାକୁ ବୈଠକରେ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲ।

୨୦୨୧-୨୨ ଆର୍ଥିକ ବର୍ଷ ପୂର୍ବରୁ ବାକି ରହିଥିବା ୧୩ ଗୋଟି ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ୧୫ ସେପ୍ଟେମ୍ବର ସୁଧା ସାରିବାକୁ ମୁଖ୍ୟଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲା ସେହିପରି ବିଭାଗର ସମସ୍ତ ସିସିଇଙ୍କ ନେତୃତ୍ବରେ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପ ଗୁଡିକର ଡିପିଆର ଫାଇନାଲ କରି ସେପ୍ଟମ୍ବର ୧୫ ତାରିଖ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ସାରିବାକୁ ଶ୍ରୀ ସିଂହ ପରାମର୍ଶ ଦେଇଥିଲେ।

ବିଜୁ ସେତୁ ଯୋଜନା ଅଧିନରେ ଥିବା ଅସମ୍ପୁର୍ଣ୍ଣ କାମ ଆସନ୍ତା ସେପ୍ଟେମ୍ବରଶେଷ ସୁଧା ସାରିବାକୁ ବୈଠକରେ ଗୁରୁତ୍ବ ଦିଆ ଯାଇଥିଲା। ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପ ଗୁଡିକୁ ଅଗ୍ରାଧୀକିର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଅସମ୍ପୁର୍ଣ୍ଣ ଥିବା ୧୫ ଗୋଟି ପ୍ରକଳ୍ପକୁ ସମ୍ପୁକ୍ତ ମୁଖ୍ୟଯନ୍ତ୍ରୀମାନେ କ୍ଷେତ୍ର ପରିଦର୍ଶନ କରି ବିଭାଗକୁ ରିର୍ପୋଟ ପ୍ରଦାନ କରିବେ ଏବଂ ଆସନ୍ତା ଡିସେମ୍ବର ସୁଧା ଏହି ପ୍ରକଳ୍ପ ଗୁଡିକ ସମ୍ପୁର୍ଣ୍ଣ ହେବା ଜରୁରୀ ବୋଲି ଶ୍ରୀ ସିଂହ କହିଥିଲେ।

ଏଥି ସହିତ ୨୦୨୨-୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ସମସ୍ତ ପ୍ରକଳ୍ପ ପାଇଁ ଟେଣ୍ଡର ପ୍ରକ୍ରିୟା ଚୁଡାନ୍ତ କରିବାକୁ କହିଥିଲେ। ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣୀ ସମ୍ପର୍କରେ ଆଲୋଚନା କରା ଯାଇଥିଲା।

ପ୍ରତ୍ୟେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର‌୍ୟ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ସ୍ବତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା, ଇ.ଆଇ.ସି ଶ୍ରୀ ଅକ୍ଷୟ କୁମାର ପ୍ରଧାନ, ଇ.ଆଇ.ସି ଶ୍ରୀ ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

sanjaysingh ଗ୍ରାମ୍ୟ ଉନ୍ନୟନ ସଞ୍ଜୟ ସିଂହ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026
Latest News

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.