Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ୫୧ ହଜାରରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ ମୋଦି
ଆଜିର ଖବର

ଆଜି ୫୧ ହଜାରରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

August 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କର୍ମଚାରୀ ମାନଙ୍କୁ ସମ୍ବୋଧିତ କରିବେ ।

ରୋଜଗାର ମେଳା ସାରା ଦେଶରେ ୪୫ଟି ସ୍ଥାନରେ ଅନୁଷ୍ଠିତ ହେବ । ଏହି ରୋଜଗାର ମେଳା କାର୍ଯ୍ୟକ୍ରମ ମାଧ୍ୟମରେ ଗୃହ ମନ୍ତ୍ରଣାଳୟ ବିଭିନ୍ନ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ), ଯଥା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ), ସୀମା ସୁରକ୍ଷା ବଳ (ବିଏସଏଫ), ଶସସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି), ଆସାମ ରାଇଫଲ୍ସ, କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌), ଇଣ୍ଡୋ ତିବ୍ଦତ ସୀମା ପୋଲିସ (ଆଇଟିବିପି) ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏବଂ ଦିଲ୍ଲୀ ପୋଲିସରେ ଯବାନ ମାନଙ୍କୁ ନିଯୁକ୍ତି ପ୍ରଦାନ କରୁଛି । ସାରା ଦେଶରୁ ମନୋନୀତ ହୋଇଥିବା ନୂତନ ନିଯୁକ୍ତ କର୍ମଚାରୀ ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କନଷ୍ଟେବଳ (ଜେନେରାଲ ଡ୍ୟୁଟି), ସବ୍‌- ଇନ୍ସପେକ୍ଟର (ଜେନେରାଲ ଡ୍ୟୁଟି) ଏବଂ ଅଣ- ଜେନେରାଲ ଡ୍ୟୁଟି କ୍ୟାଡର ପଦବୀରେ ଯୋଗ ଦେବେ ।

ଆଭ୍ୟନ୍ତରୀଣ ନିରାପତ୍ତା, ଆତଙ୍କବାଦ ମୁକାବିଲା, ବିଦ୍ରୋହ ମୁକାବିଲା, ବାମପନ୍ଥୀ ଉଗ୍ରବାଦ ବିରୋଧୀ ଏବଂ ଦେଶର ସୀମା ସୁରକ୍ଷା ଭଳି ବହୁମୁଖୀ ଭୂମିକା ନିର୍ବାହ କରିବାରେ ସିଏପିଏଫ୍ ଏବଂ ଦିଲ୍ଲୀ ପୁଲିସର ସୁଦୃଢ଼ୀକରଣ ଏହି ବାହିନୀକୁ ଅଧିକ ପ୍ରଭାବଶାଳୀ ଭୂମିକା ନିର୍ବାହ କରିବାରେ ସହାୟକ ହେବ ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଏକ ଉତ୍‌ପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକ ମାନଙ୍କୁ ସେମାନଙ୍କ ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମୋଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ସ୍ଥାନରେ, ଯେକୌଣସି ଡିଭାଇସ୍‌\’ ଶିକ୍ଷଣ ଫର୍ମାଟରେ ୬୭୩ରୁ ଅଧିକ ଇ – ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି ।

ନରେନ୍ଦ୍ର ମୋଦୀ ନିଯୁକ୍ତି ପତ୍ର ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନ୍ସିଂ ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.