ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ରାଜ୍ୟରେ ଏହି ତାରିଖରୁ ପ୍ରବଳ ବର୍ଷା

Published: Aug 30, 2023, 9:41 pm IST
Rain

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ପରବର୍ତ୍ତି ସମୟରେ ଏହା ଲଘୁଚାପକୁ ପରିବର୍ତ୍ତନ ହେବାର ଆଶଙ୍କା ରହିଛି।

ତେବେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା 2 ତାରିଖରେ ରାଜ୍ୟରେ ବର୍ଷା ଆରମ୍ଭ ହେବ। ହେଲେ 3 ତାରିଖରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

Related posts