Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ମନୀଷ ଦେଶାଇ
ଆଜିର ଖବର

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ମନୀଷ ଦେଶାଇ

September 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମନୀଷ ଦେଶାଇ ଆଜି ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତକାଲି ଏହି ପଦବୀରୁ ରାଜେଶ ମାଲହୋତ୍ରାଙ୍କ ଅବସର ପରେ ଶ୍ରୀ ଦେଶାଇ ଦାୟିତ୍ୱ ନେଇଛନ୍ତି।

ମନୀଷ ଦେଶାଇ ହେଉଛନ୍ତି ୧୯୮୯ ବ୍ୟାଚ୍‌ର ଭାରତୀୟ ସୂଚନା ସେବା ଅଧିକାରୀ। ଏହା ପୂର୍ବରୁ ଶ୍ରୀ ଦେଶାଇ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋର ପ୍ରମୁଖ ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିସାରିଛନ୍ତି। ସେ ସରକାରୀ ବିଜ୍ଞାପନ ଏବଂ ଯୋଗାଯୋଗ କାର୍ଯ୍ୟକଳାପର ତଦାରଖ କରୁଥିଲେ।

ତିନି ଦଶନ୍ଧି ଧରି ତାଙ୍କର ଜାଜ୍ଜୁଲ୍ୟମାନ କ୍ୟାରିୟରରେ ଶ୍ରୀ ଦେଶାଇ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଚଳଚ୍ଚିତ୍ର ଡିଭିଜନର ମହାନିର୍ଦ୍ଦେଶକ, ଭାରତୀୟ ଜନସଞ୍ଚାର ସଂସ୍ଥାନର ଅତିରିକ୍ତ ମହାନିର୍ଦ୍ଦେଶକ (ପ୍ରଶାସନ ଓ ପ୍ରଶିକ୍ଷଣ), କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସମେତ ଅନେକ ପଦପଦବୀରେ କାର୍ଯ୍ୟ କରିଛନ୍ତି। ଚଳଚ୍ଚିତ୍ର ଡିଭିଜନରେ ଥିବା ସମୟରେ ସେ ମୁମ୍ବାଇରେ ଭାରତୀୟ ସିନେମାର ଜାତୀୟ ସଂଗ୍ରହାଳୟ ପ୍ରତିଷ୍ଠା ସହିତ ଜଡିତ ଥିଲେ।

ସେ ପିଆଇବି ମୁମ୍ବାଇରେ ଏକ ଦଶନ୍ଧିରୁ ଅଧିକ ସମୟ ଧରି କାର୍ଯ୍ୟ କରିବା ସହିତ ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ସମେତ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମର ଗଣମାଧ୍ୟମ କାର୍ଯ୍ୟକଳାପକୁ ପରିଚାଳନା କରିଛନ୍ତି।

ପତ୍ର ସୂଚନା କାର୍ଯ୍ୟାଳୟ ପିଆଇବି
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026
Latest News

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.