Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଡିସେମ୍ବର ମାସ ସୁଦ୍ଧା ଓଡିଆ ବିଶ୍ୱବିଦ୍ୟାଳୟର ନିଜସ୍ୱ କୋଠା ନିର୍ମାଣ ଶେଷ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ଡିସେମ୍ବର ମାସ ସୁଦ୍ଧା ଓଡିଆ ବିଶ୍ୱବିଦ୍ୟାଳୟର ନିଜସ୍ୱ କୋଠା ନିର୍ମାଣ ଶେଷ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗୁରୁ ଦିବସର ପବିତ୍ର ଦିନରେ ଓଡିଆ ବିଶ୍ୱବିଦ୍ୟାଳୟ ଆଜି ଏହାର ନୂତନ ସ୍ନାତକୋତ୍ତର ଓଡ଼ିଆ ପାଠ୍ୟକ୍ରମ ଉନ୍ମୋଚନ କରି ଭାଷା ଏବଂ ସାଂସ୍କୃତିକ ଶିକ୍ଷା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଏହି ଉତ୍ସବରେ ଉଚ୍ଚ ଶିକ୍ଷା ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଉମାକାନ୍ତ ସାମନ୍ତରାୟ, ଓଡ଼ିଆ ବିଶ୍ବବିଦ୍ୟାଳୟର କୁଳପତି ଡାଃ ସବିତା ପ୍ରଧାନ ଏବଂ ବିଶିଷ୍ଟ ଶିକ୍ଷାବିତ୍ ଡାଃ ଅଭିରାମ ବିଶ୍ଵାଳ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଏବଂ ବିଶିଷ୍ଟ ଶିକ୍ଷାବିତ୍ ଏବଂ ଅତିଥିମାନେ ଯୋଗଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଆ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଜିର ଦିନଟିକୁ ଏକ ଗୌରବମୟ ଦିନ ଭାବରେ ବର୍ଣ୍ଣନା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଆ ଭାଷା, ସାହିତ୍ୟକୁ ସମୃଦ୍ଧ କରିଯାଇଥିବା ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଓଡିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀର ବନ ବିଦ୍ୟାଳୟ ପରି ଆମର ଜାତୀୟ ଚେତନାକୁ ଆହୁରି ମଜବୁତ କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ।

ଅଢେଇ ହଜାର ବର୍ଷର ଶାସ୍ତ୍ରୀୟ ଭାଷା ଓଡିଆ ଭାଷା ଉପରେ ଅଧିକ ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନର ଯୁଗ ବୈଷୟିକ ଜ୍ଞାନ କୈଶଳର ଯୁଗ। ତେଣୁ ବର୍ତ୍ତମାନ ବୈଷୟିକ ବିକାଶର ସୁଯୋଗ ନେଇ ଭାଷା ଓ ସାହିତ୍ୟ ଶିକ୍ଷାରେ ଡିଜିଟାଲ କୌଶଳ ପ୍ରୟୋଗ କରି ଓଡିଆ ଭାଷା କିପରି ସାରା ବିଶ୍ୱ ପାଖରେ ପହଞ୍ଚି ପାରିବେ ସେ ଦିଗରେ କାମ କରିବାକୁ ପରାମର୍ଶ ଦେଇଥିଲେ।

ବିଶ୍ୱବିଦ୍ୟାଳୟ ନିର୍ମାଣ କୋଠା କାମ ଦୁଇମାସ ମଧ୍ୟରେ ଡିସେମ୍ବର ସୁଦ୍ଧା ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଓଡ଼ିଆ ବିଶ୍ବବିଦ୍ୟାଳୟ ପାଠ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ:

ସାହିତ୍ୟ ଏବଂ ସାଂସ୍କୃତିକ ସମୃଦ୍ଧି: ଏହି ପାଠ୍ୟକ୍ରମ ଛାତ୍ରମାନଙ୍କୁ ବିଭିନ୍ନ ପ୍ରକାରର ବିଷୟବସ୍ତୁ ଯାହା ରାଜ୍ୟର ସାହିତ୍ୟ, ସାଂସ୍କୃତିକ ପରମ୍ପରା ଏବଂ ଭାଷାର ଉଭୟ ଶାସ୍ତ୍ରୀୟ ଏବଂ ଆଧୁନିକ ଦିଗ ଉପରେ ଧାରଣା ଦେବ।

ଭାଷା ଦକ୍ଷତା: ଏହି ପାଠ୍ୟକ୍ରମ ଛାତ୍ରମାନଙ୍କର ଭାଷା ଦକ୍ଷତା ବୃଦ୍ଧି ପାଇଁ ଡିଜାଇନ୍ କରାଯାଇଛି।

ଇତିହାସର ଜ୍ଞାନ: ଛାତ୍ରମାନେ ଓଡ଼ିଆ ଭାଷାର ଐତିହାସିକ ମହତ୍ତ୍ୱ ଏବଂ ଆମ ଭାଷାର ବିଶିଷ୍ଟ ସାହିତ୍ୟ ବିଶେଷଜ୍ଞ ମାନଙ୍କ ବିଷୟ ରେ ପଢିବାର ସୁଯୋଗ ପାଇବେ।

ଓଡିଆ ବିଶ୍ୱବିଦ୍ୟାଳୟ ଗୁରୁ ଦିବସ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.