Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ବିଶେଷ ଖବର

ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

September 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ। ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ପାଇକ ମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବା ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯୋଗ୍ୟ ଯେ, ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍‌ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକ ମାନେ ମତପ୍ରକାଶ କରନ୍ତି। ଏହି ମହାନ  ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଅଗଷ୍ଟ ମାସ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ ଏବଂ ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହିତ ଆଲୋଚନା କରିଥିଲେ। ଓଡିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବରେ ଶ୍ରୀ ପାଣ୍ଡିଆନ ବର୍ଣ୍ଣନା କରିଥିଲେ ଏବଂ ଏହାର ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ପରେ ଏ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ଇଂରେଜ ଶାସନ ଗବେଷଣା କେନ୍ଦ୍ର ନବୀନ ପଟ୍ଟନାୟକ ପାଇକ ବିଦ୍ରୋହ ବକ୍ସି ଜଗବନ୍ଧୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026

ଉତ୍ତର ବାଲେଶ୍ୱରରେ ସୁବର୍ଣ୍ଣରେଖାର ତୃତୀୟ ବନ୍ୟା: ଶତାଧିକ ଗାଁ ଜଳମଗ୍ନ ସହିତ ଯୋଗାଯୋଗ ବିଚ୍ଛିନ୍ନ

September 3, 2026
Latest News

ଓଏଏସ ରୁ ଆଇଏଏସ ହେଲେ ଚଉଦ ଜଣ ଅଫିସର, ଜାଣନ୍ତୁ ସେମାନଙ୍କର ନାମ

September 4, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜନ୍ମାଷ୍ଟମୀରେ ସବୁଠାରୁ ପ୍ରସିଦ୍ଧ କୃଷ୍ଣ ମନ୍ଦିର ଦର୍ଶନ କରି ଦୂର କରନ୍ତୁ ସମସ୍ତ ଦୁଃଖ ଓ ଯନ୍ତ୍ରଣା

September 4, 2026

ଆଜି ସେପ୍ଟେମ୍ବର ୪ ତାରିଖରେ ଏହି ପାଞ୍ଚଟି ରାଶିରେ ହେବ ଧନ ବର୍ଷା

September 4, 2026

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.