Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସର ସଫଳ ଯାତ୍ରା ଜାରି, ୧୮ ଦିନରେ ୨୩୫୦ ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ 
ଆଜିର ଖବର

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସର ସଫଳ ଯାତ୍ରା ଜାରି, ୧୮ ଦିନରେ ୨୩୫୦ ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ 

October 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଶନିବାର ଯାତ୍ରାର ୧୮ତମ ଦିବସରେ ୨୩୫୦ରୁ ଉର୍ଦ୍ଧ୍ବ ଆଇଡିଆ ସଂଗ୍ରହ କରିଛି। ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ରାଜ୍ୟର ୩ଟି ପ୍ରମୁଖ ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ ଏବଂ ମାଲକାନଗିରି ପହଁଂଚି ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି। ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନ ଗୁଡିକ ସମୁଦାୟ ୮ଟି କଲେଜ ଏବଂ ୪ ଟି ସ୍କୁଲ ଗସ୍ତ କରି ଛାତ୍ରୀଛାତ୍ରଙ୍କ ଠାରୁ ୯୩ଟି ଆଇଡିଆ ସଂଗ୍ରହ କରିଛି।

ଏହି ଷ୍ଟାର୍ଟଅପ୍ ଯାତ୍ରା ସୁନ୍ଦରଗଡ଼ ଜିଲ୍ଲାର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ଉତ୍କଳମଣି ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଓ  କନକ ମଞ୍ଜରୀ ଇନଷ୍ଟିଚ୍ୟୁଟ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ ପରିଦର୍ଶନ କରିଛି। ମାଲକାନଗିରି ଜିଲ୍ଲାର ମଡେଲ ଡିଗ୍ରୀ କଲେଜ, ଏକଲବ୍ୟ ଆବାସିକ ବିଦ୍ୟାଳୟ ଓ ସରକାରୀ ପଲିଟେକ୍ନିକ୍ ପରିଦର୍ଶନ କରିଥିବା ବେଳେ ଭ୍ୟାନ୍ ନୂଆପଡ଼ା ଜିଲ୍ଲାର କେନ୍ଦ୍ରୀୟ ବିଦ୍ୟାଳୟ ୧ ଖଡିଆଳ, ଓଏମ୍ ସାଇ ପବ୍ଲିକ୍ ସ୍କୁଲ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ପରିଖିତ ଟାଇଗର +୨ କଲେଜ ପରିଦର୍ଶନ କରିଛି। ଏହାବାଦ ମଡେଲ କଲେଜ (ନୂଆପଡ଼ା) ଓ ବିକାଶ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ବରଗଡ଼) ରେ ୨ଟି ବୁଟ୍ କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା।

ବର୍ତମାନ ସୁଦ୍ଧା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ୧୫୬ଟି କଲେଜ୍ ଏବଂ ୫୯ଟି ବିଦ୍ୟାଳୟ ଗସ୍ତ କରିସାରିଥିବାବେଳେ ଏଥିରେ ୨୨,୧୫୮ ରୁ ଅଧିକ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଛନ୍ତି ଏବଂ ୨୩୫୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ ହୋଇପାରିଛି। ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତିଭୂମି ତିଆରି କରିପାରିଛି।

ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ୍ ଏହାର ଯାତ୍ରାକୁ ଆଗେଇ ନେଇ ଆସନ୍ତା ୯ ତାରିଖ (ସୋମବାର) ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲା ଗସ୍ତ କରି ଜିଲ୍ଲାସ୍ତରରେ ଉଦ୍ୟୋଗ ଓ ନବସୃଜନକୁ ପ୍ରୋତ୍ସାହିତ କରିବ।

ଆସନ୍ତା ସୋମବାର ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ୍ କନ୍ଧମାଳ ଜିଲ୍ଲାର କେବି ହିଷ୍ଟ (ଡିଗ୍ରୀ) କଲେଜ ଓ ପ୍ରମିଳା ଦେବୀ ଡିଗ୍ରୀ କଲେଜ (ଦାରିଙ୍ଗିବାଡି) ପରିକ୍ରମା କରିବ। ଏହାସହ ଭ୍ୟାନ୍ ରାୟଗଡ଼ା ଜିଲ୍ଲାର ଡିଭାଇନ୍ ଡିଗ୍ରି କଲେଜ ଓ ଆଇଟିଆଇ ନୟାଗଡ଼ ପରିଦର୍ଶନ କରିବାକୁ ଥିବାବେଳେ, କେନ୍ଦୁଝର ଜିଲ୍ଲାର ବିଶ୍ୱ ବିନାୟକ ଡିଗ୍ରୀ କଲେଜ ଓ ବ୍ରଜବନ୍ଧୁ ମହାବିଦ୍ୟାଳୟ ପରିଦର୍ଶନ କରିବ।

ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା। ଯାତ୍ରାର ୨୦୨୩ ସଂସ୍କରଣରେ ଚାରିଟି ଭ୍ୟାନ୍ ସମସ୍ତ ୩୦ଟି ଜିଲ୍ଲା ପରିଦର୍ଶନ କରିବ।

ଓଡିଶା ସରକାର ଷ୍ଟାର୍ଟଅପ୍ ଯାତ୍ରା ସୁନ୍ଦରଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏଲ-୨୦୨୬: ସରିଲା ସମସ୍ତ ଦଳର ମ୍ୟାଚ, ଦିଲ୍ଲୀ କ୍ୟାପିଟାଲ୍ସର ବିଜୟ ପରେ ବଦଳିଲା ପଏଣ୍ଟ ଟେବୁଲ

April 2, 2026

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026
Latest News

ଆଇପିଏଲ-୨୦୨୬: ସରିଲା ସମସ୍ତ ଦଳର ମ୍ୟାଚ, ଦିଲ୍ଲୀ କ୍ୟାପିଟାଲ୍ସର ବିଜୟ ପରେ ବଦଳିଲା ପଏଣ୍ଟ ଟେବୁଲ

April 2, 2026

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.