Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି -୨୦୨୩” ଉଦଘାଟିତ
ଆଞ୍ଚଳିକ

ରଣପୁର: ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି -୨୦୨୩” ଉଦଘାଟିତ

October 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ରଣପୁର ବି.ସି. ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି -୨୦୨୩” ଉଦଘାଟିତ ହୋଇ ଯାଇଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟ ବକ୍ତା ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରୀଣୀ ରାଜଶ୍ରୀ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ନିର୍ମଳା ବେହେରା, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଣପୁର ରଙ୍ଗୀନ ମହାନ୍ତି, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଶାନ୍ତିଲତା ଦେଇ, ବି.ସି. ହାଇସ୍କୁଲର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଙ୍ଗନାଥ ମିଶ୍ର, ବି.ସି. ହାଇସ୍କୁଲ ବରିଷ୍ଠ ଶିକ୍ଷୟତ୍ରୀ ତିଳୋତ୍ତମା ପୃଷ୍ଟି ପ୍ରମୁଖ ଯୋଗ ଦେଇଥିଲେ। ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକର ୧୮ଟି କ୍ଲଷ୍ଟରର ୨୦୫ ବିଦ୍ୟାଳୟରୁ ପ୍ରାୟ ୫୦୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ବରିଷ୍ଠ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏଥିରେ ପିଲାମାନଙ୍କ ମଧ୍ୟରେ ସଙ୍ଗୀତ, ଚିତ୍ରାଙ୍କନ, ବକ୍ତୃତା, ରଚନା, ହସ୍ତାକ୍ଷର ଲିଖନ, କୁଇଜ, ମିଲେଟ୍ସ ରଚନା, ବକ୍ତୃତା, ବିତର୍କ, ସଙ୍ଗୀତ ଆଦି କ୍ଷେତ୍ରରେ ପ୍ରତିଯୋଗିତା କରାଯାଉଛି। ଅପରାହ୍ନରେ ଉଦଯାପନୀ ସଭା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ କରାଯାଇ କୃତି ପିଲାମାନଙ୍କୁ ପୁରସ୍କୃତ କରାଯିବ। ଜ୍ୟୋତି ରଞ୍ଜନ କର ଧନ୍ୟବାଦ ଅର୍ପଣ କରିଥିଲେ।

ରଣପୁର ଶିଶୁ ମହୋତ୍ସବ ସୁରଭି -୨୦୨୩
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର: ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 12, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.