Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡ଼ି ଓ ବିଜେପି- ବାପ ପୁଅ ରାଜନୀତିର ମହାନ ରାଜନୈତିକ ଟେଲି ଧାରାବାହିକ
ବିଶେଷ ଖବର

ବିଜେଡ଼ି ଓ ବିଜେପି- ବାପ ପୁଅ ରାଜନୀତିର ମହାନ ରାଜନୈତିକ ଟେଲି ଧାରାବାହିକ

June 8, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
dama and sambit
dama and sambit

କେଦାର ମିଶ୍ର

 ପୁଅ କହୁଛନ୍ତି- ବାପା ବିଜେପି ରେ ଖୁସି ନାହାନ୍ତି।

ମିଡ଼ିଆ ଅନୁମାନ କରୁଛି- ବାପା ବୋଧହୁଏ ବିଜେପି ଛାଡ଼ି ନିଜର ପୁରୁଣା ଦଳ ବିଜେଡ଼ି କୁ ଫେରିବେ।

ଏପଟେ ବାପା କହିଛନ୍ତି- ମୋତେ ତ ବିଜେଡ଼ି ତଡିଦେବାରୁ ବିଜେପି ସମ୍ମାନ ର ସହ କୋଳେଇ ନେଇଛନ୍ତି। ମୁଁ ବିଜେଡ଼ି କୁ କାଇଁ ଫେରିବି।

ଏକଥା ଯେ କହୁଛି, ସେ ମୋ ପୁଅ ନୁହଁ, ସେ ବିଜେଡି ର ଜଣେ ବିଧାୟକ।

ଏ ସବୁ କୌଣସି ପାରିବାରିକ ଟିଭି ସିରିଆଲ ର ଡାଇଲଗ ଭଳି ଶୁଭୁନାଇ କି? ଦାମ ବାବୁ ଯେତେବେଳେ ବିଜେପି ରେ ଯୋଗ ଦେଲେ ସେତେବେଳେ ସମବେତ ବିଜେପି କର୍ମୀଙ୍କୁ ପଚାରିଥିଲେ- ଆପଣମାନେ ଖୁସି ତ! ତେବେ ସେ ନିଜେ ଆଜି ଖୁସି ନାହାନ୍ତି ବୋଲି ତାଙ୍କ ପୁଅ କହୁଛନ୍ତି କାହିଁକି? ନିର୍ବାଚନ ପୂର୍ବରୁ ଦାମ ବାବୁ ନିଜକୁ ନବୀନ ପଟ୍ଟନାୟକଙ୍କ ବିକଳ୍ପ ଭାବରେ ଉପସ୍ଥାପନ କରିବାକୁ ଯାଇ ଲୋକହସା ହୋଇ ସାରିଛନ୍ତି। ଲୁଣିପାଣି ରେ ପଦ୍ମ ଫୁଟିବ ବୋଲି ସେ ଯେଉଁ ଦମ୍ଭ ଦେଖାଉଥିଲେ, ତାହା ବି ଆଜି ଭାଙ୍ଗି ସାରିଛି। ନିଜେ ଦାମ ବାବୁ ଶୋଚନୀୟ ଭାବରେ, ତୃତୀୟ ସ୍ଥାନ ରେ ରହି ପରାସ୍ତ ହୋଇଛନ୍ତି। ତେବେ ପରାଜୟ ପରେ ମଧ୍ୟ ଦାମଙ୍କ ତୁଣ୍ଡରେ ଲଗାମ ଲାଗିନାଇଁ। ଅବଶ୍ୟ ଦାମଙ୍କର ଏକମାତ୍ର ସମ୍ପତ୍ତି ହେଉଛି ତାଙ୍କ ତୁଣ୍ଡ ଖଣ୍ଡକ। କଥା କହିବାରେ ତାଙ୍କ ପରି ଦ୍ଵିତୀୟ ନେତା ଓଡିଶାରେ ନାହାନ୍ତି।

ତେବେ କଥା କହି ଗଣମାଧ୍ୟମର କ୍ୟାମେରା ଆଗରେ ନିଜର ଛବି ଜମେଇ ଦେବାର କଳା ଦାମ ବାବୁ ଜାଣନ୍ତି। ସେଇ କଳାରେ ତାଙ୍କର ସଫଳତା ଓ ସିଦ୍ଧି। ହେଲେ ତାଙ୍କ ନିଜ ଗାଁ ଓ ନିର୍ବାଚନ ମଣ୍ଡଳୀ ଲୋକେ ତାଙ୍କ କଥା ଉପରେ ଆସ୍ଥା ରଖିଲେ ନାଇଁ। ଏତେ ବଡ ନେତା, ଯିଏ ନିଜକୁ ବିଜୁ ବାବୁଙ୍କ ଯୋଗ୍ୟ ଉତ୍ତରାଧିକାରୀ ବୋଲି ଭାବୁଥିଲେ, ସେ ଏମିତି ଶୋଚନୀୟ ଭାବେ ହାରିଲେ କାହିଁକି? ଅବଶ୍ୟ କେହି କେହି କହିଲେ, ପୁଅ ସମ୍ବିତ ରାଉତରାୟ ବିଜେଡି ଟିକଟ ପାଇଲା ପରେ ଦାମ ବାବୁ ଆଉ ନିଜର ଟାଣପଣ ଦେଖେଇଲେ ନାହିଁ। ଶୁଣାଗଲା ଯେ ଦାମ ବାବୁ କୁଆଡେ ପାରାଦୀପର ପୁରୁଣା ବିଜେଡି କର୍ମୀଙ୍କୁ ଡାକି କହିଲେ- ମୋ ପୁଅ ତମକୁ ଲାଗିଲା। ଏ କଥା କେତେ ସତ କେତେ ମିଛ ଆମକୁ ଜଣାନାଇଁ। ହେଲେ ପାରାଦୀପରେ ବିଜେଡି ପ୍ରାର୍ଥୀ ଭାବରେ ସମ୍ବିତ ବିଜୟ ଓ ଏରସମାରେ ଦାମୋଦରଙ୍କ ଶୋଚନୀୟ ପରାଜୟ ଅନେକଟା କାହାଣୀ କହୁଛି।

ନିର୍ବାଚନ ପରେ ଏବେ ହଠାତ ବାପା ଖୁସି ନାହାନ୍ତି ଓ ବିଜେଡି ସୁପ୍ରିମୋ ଚାହିଁଲେ ସେ ଦଳକୁ ଫେରି ପାରିବେ ବୋଲି ସମ୍ବିତ ରାଉତରାୟ କହିବା ପଛରେ ଇଙ୍ଗିତ ଅତ୍ୟନ୍ତ ସ୍ପଷ୍ଟ। ଦାମ ବାବୁ ବିଜେପିର ଉପାଦାନ ନୁହନ୍ତି। ବିଜେପିର ନିୟମ ଓ ଶୃଙ୍ଖଳା ଭିତରେ ବନ୍ଧା ହୋଇ ସେ ରହିପାରିବେ ନାଇଁ। ନିର୍ବାଚନ ପରେ ବିଜେପି ପାଇଁ ତାଙ୍କର ଆଉ ବିଶେଷ ଆବଶ୍ୟକତା ମଧ୍ୟ ନାଇଁ। ବିଜେପିରେ ନିଶିବା ଆଗରୁ ସେ ଓଡିଶାର ଆନ୍ନା ହଜାରେ ହୋଇ ଦୁର୍ନୀତି ବିରୋଧୀ ଆନ୍ଦୋଳନ କରିବେ ବୋଲି ଯାହା କହିଥିଲେ, ତାହା ମଧ୍ୟ ପାଣିର ଗାର ବୋଲି ଲୋକ ଜାଣି ଗଲେଣି। ଅଗତ୍ୟା ରାଜନୀତିରେ ବଞ୍ଚିବାକୁ ହେଲେ ଘରବାହୁଡା ହିଁ ଏକମାତ୍ର ବାଟ! ସେଥିଲାଗି ବାପ ଓ ପୁଅ ହଠାତ ଗଣମାଧ୍ୟମ ଆଗରେ ନିଜର ଭାବପ୍ରବଣ ଡାଇଲଗ ମାରିବା ଆରମ୍ଭ କରିଛନ୍ତି।

ତେବେ ଦାମଙ୍କ ଘରବାହୁଡା ନାଟକରେ, ଘରର ସେଟିଂ ଠିକ ଅଛି ତ! ବିଜେପିରେ ଯେମିତି ତାଙ୍କର କାମ ସରିଯାଇଛି, ବିଜେଡିରେ ମଧ୍ୟ ସେ କେବଳ ବୋଝ ହୋଇ ରହିଥିଲେ। ସରକାରରେ ଥିବାବେଳେ ଓ ସରକାରରୁ ଗଲାପରେ ସେ ବିଜେଡ଼ିର ସବୁଠୁ ବଡ ବିପଦ ହୋଇ କାମ କରିଛନ୍ତି। ବିଜେଡି ଛାଡିଥିବା କୌଣସି ନେତା ଦାମଙ୍କ ପରି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ବ୍ୟକ୍ତିଗତ ସ୍ତରର ଆକ୍ଷେପ କରିନାହାନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅତ୍ୟନ୍ତ କଟୁ ସମାଲୋଚନା କଲାପରେ ମଧ୍ୟ ଦାମଙ୍କ ପୁଅକୁ ଟିକଟ ଦେଇ ଓ ଦାମଙ୍କ ପତ୍ନୀଙ୍କ ମୃତ୍ୟୁପରେ ତାଙ୍କ ଘରେ ପହଞ୍ଚି ନବୀନ ବାବୁ ବହୁତ ବଡ ହୋଇଗଲେ। ଦାମ ବାବୁ ନବୀନଙ୍କ ବିରୋଧରେ କହିବା ଲାଗି ଆଉ ବିଶେଷ କିଛି ରହିଲା ନାଇଁ। ତେବେ ସେଇ କଥାରୁ ଦାମଙ୍କ ବିଜେଡି ଘର ବାହୁଡା ସହଜ ହେବ ବୋଲି ଭାବିବା ନିର୍ବୋଧତା ହେବ। ବିଜେଡ଼ିରୁ ବିଦା ହେବା ପରେ ଆଉ ଥରେ କେହି ଫେରି ନାହାନ୍ତି। ଏକମାତ୍ର ବ୍ୟତିକ୍ରମ ହେଉଛନ୍ତି ପ୍ରଫୁଲ୍ଲ ଘଡେଇ। ପ୍ରଫୁଲ୍ଲ ବାବୁ ବିଜେଡ଼ିରୁ ନିଲମ୍ବିତ ହେବାର ବହୁ ବର୍ଷ ପରେ ମଧ୍ୟ ବିଜେଡି ବିରୋଧରେ ବା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଶବ୍ଦଟିଏ ମଧ୍ୟ ଉଚ୍ଚାରଣ କରିନାହାନ୍ତି। ସେଥିଲାଗି ଘଡାଇଙ୍କୁ ଗତ ନିର୍ବାଚନ ପୂର୍ବରୁ ପୁଣି ଥରେ ଦଳକୁ ଫେରାଇ ଅଣା ଯାଇଥିଲା। ଦାମଙ୍କ କ୍ଷେତ୍ରରେ ତାହା ଘଟିବାର ସମ୍ଭାବନା କ୍ଷୀଣ। ପିତା ଓ ପୁତ୍ରଙ୍କ ଏ ଧାରାବାହିକ ଭାବପ୍ରବଣ ନାଟକ, ବିଜେଡି ଶିବିରରେ ବିଶେଷ କିଛି ଆଗ୍ରହ ସୃଷ୍ଟି କରୁଥିବାର ଦେଖିବାକୁ ମିଳୁନାଇଁ।

bjp.bjd jagatsinghpur kedarmishra odishanews paradeep କେଦାରମିଶ୍ର ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026
Latest News

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଶ୍ରେଷ୍ଠତା ସଂପର୍କରେ ଜାଣିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ବତାଇଛନ୍ତି ପାଞ୍ଚୋଟି ପ୍ରସଂଗ

July 12, 2026

ସରକାରଙ୍କ ବିଭିନ୍ନ ସଫଳତାର ଗାଥାକୁ ନେଇ ପ୍ରକାଶିତ ଦୁଇଟି ବିଶେଷ ପୁସ୍ତକ ବାଣ୍ଟିଲେ ଉପ ମୁଖ୍ୟମନ୍ତ୍ରୀ

July 12, 2026

ଡିଜିଟାଲ ବ୍ୟବସାୟ ଜରିଆରେ ଗ୍ରାମୀଣ ଜୀବିକାକୁ ସୁଦୃଢ଼ କରୁଛି ଇ-ସରସ ଅନଲାଇନ୍‌ ବଜାର ଓ ମେଳା

July 12, 2026

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.