Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁଏସ୍ ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ୍ ପକ୍ଷରୁ ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରସିପ୍ ପୁରସ୍କାର
ଆଜିର ଖବର

ୟୁଏସ୍ ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ୍ ପକ୍ଷରୁ ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରସିପ୍ ପୁରସ୍କାର

October 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରସିପ୍ ପୁରସ୍କାରରେ ସମ୍ମାନିତ କରାଯାଇଛି। ଦିଲ୍ଲୀରେ ଆମେରିକା ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ୍ (ୟୁଏସଆଇଏସପିଏଫ) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୀତା ଅମ୍ବାନୀଙ୍କୁ ଫୋରମ୍ ଚେୟାରମ୍ୟାନ୍ ଜନ୍ ଚେମ୍ବରସ୍ ପୁରସ୍କାର ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ଉଦ୍ୟୋଗ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ।

ନୀତା ଅମ୍ବାନୀ କହିଛନ୍ତି, “ଏହି ସମ୍ମାନ ତଥା ପୁରସ୍କାର ପାଇ ମୁଁ ଅତ୍ୟଧିକ ଗୌରବାନ୍ୱିତ ଅନୁଭବ କରୁଛି। ମୁଁ ରିଲାଏନ୍ସ ଫାଉଣ୍ଡେସନକୁ ପ୍ରତିନିଧିତ୍ୱ କରେ, ଯାହା ମାଧ୍ୟମରେ ଆମେ ୭ କୋଟିରୁ ଅଧିକ ଲୋକଙ୍କ ଜୀବନକୁ ଛୁଇଁଛୁ। “କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ ମାନଦଣ୍ଡ ହେବାର ବହୁ ପୂର୍ବରୁ ରିଲାଏନ୍ସ କର୍ପୋରେଟ୍ ନୈତିକ ଦାୟିତ୍ୱବୋଧ ପୂର୍ଣ୍ଣ କରିଆସୁଛି।

ଆମେରିକା ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ୍ (ୟୁଏସଆଇଏସପିଏଫ) ଏକ ବିବୃତ୍ତି ଜାରି କରି କହିଛି ଯେ ନୀତା ଅମ୍ବାନୀ ସାମାଜିକ କାର୍ଯ୍ୟରେ ସକ୍ରିୟ ଭାବରେ ଜଡିତ ରହିଥିବା ଜଣେ ବିଜିନେସ ଲିଡର ଯାହାର ନେତୃତ୍ୱରେ ରିଲାଏନ୍ସ ଫାଉଣ୍ଡେସନ୍ ଶିକ୍ଷା, କଳା, କ୍ରୀଡା ଏବଂ ସ୍ୱାସ୍ଥ୍ୟସେବା ମାଧ୍ୟମରେ ଲକ୍ଷ ଲକ୍ଷ ଭାରତୀୟଙ୍କ ଜୀବନକୁ ପ୍ରଭାବିତ କରିଛି। ବିଶେଷକରି ମହିଳା ସଶକ୍ତିକରଣ ଏବଂ ପିଲାମାନଙ୍କର ସ୍ୱାର୍ଥରକ୍ଷା ତଥା ହିତ ପାଇଁ ସେ କାର୍ଯ୍ୟ କରିଆସିଛନ୍ତି। ଲିଙ୍ଗଗତ ବିଭେଦକୁ ଦୂର କରିବା ଏବଂ ଭାରତର ବଢୁଥିବା ଅର୍ଥନୀତିରେ ମହିଳାଙ୍କ ଅବଦାନ ବୃଦ୍ଧିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

କଳା ଏବଂ ସଂସ୍କୃତିରେ ନୀତା ଅମ୍ବାନୀଙ୍କର ମହତ୍ୱପୂର୍ଣ୍ଣ ଅବଦାନର ସ୍ୱୀକୃତି ସ୍ୱରୂପ ନିକଟରେ ସେ ନ୍ୟୁୟର୍କର ମେଟ୍ରୋପଲିଟାନ ମ୍ୟୁଜିୟମ ଅଫ୍ ଆର୍ଟ ବୋର୍ଡରେ ସମ୍ମାନିତ ଟ୍ରଷ୍ଟି ଭାବରେ ମନୋନୀତ ହୋଇଥିଲେ। ଗତ ବର୍ଷ ମୁମ୍ବାଇରେ ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର (ଏନଏମଏସିସି) ଶୁଭାରମ୍ଭ କରାଯାଇଥିଲା, ଯାହାକୁ ଅନେକ ପ୍ରଶଂସା ମିଳିଥିଲା। ରିଲାଏନ୍ସ ଫାଉଣ୍ଡେସନ୍ ମଧ୍ୟ କ୍ରୀଡା କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରିଛି। ଏହି ଫାଉଣ୍ଡେସନ ଭାରତର ଯୁବ ଆଥଲେଟ ମାନଙ୍କୁ ତୃଣମୂଳ ସ୍ତରରେ ତଥା ବିଶ୍ୱ ସ୍ତରରେ ସଫଳତା ହାସଲ କରିବାରେ ସହାୟକ ହୋଇଛି।

ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ରେ ଭାରତର ପ୍ରତିନିଧି ଭାବରେ ନୀତା ଅମ୍ବାନୀ ସଫଳତାର ସହ ଭାରତୀୟ ପ୍ରତିନିଧି ମଣ୍ଡଳୀର ନେତୃତ୍ୱ ନେଇଥିଲେ, ଯାହା ଚାରି ଦଶନ୍ଧି ପରେ ଭାରତରେ ୧୪୧ତମ ଆଇଓସି ଅଧିବେଶନ ଆୟୋଜନ କରିବାର ଅଧିକାର ଜିତିଥିଲା। ଅକ୍ଟୋବର ୨୦୨୩ ରେ ମୁମ୍ବାଇରେ ଏହି ଅଧିବେଶନ ସଫଳତାର ସହିତ ଅନୁଷ୍ଠିତ ହୋଇଥିଲା। ଏହା ଦ୍ୱାରା ୨୦୩୬ ରେ ଅଲିମ୍ପିକ୍ ଖେଳ ଆୟୋଜନ କରିବାର ଅଧିକାର ହାସଲ କରିବାକୁ ପାଇବାକୁ ଭାରତର ରହିଥିବା ଆଶାକୁ ଅଧିକ ବଳ ମିଳିଛି।

ଆମେରିକା ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ୍ (ୟୁଏସଆଇଏସପିଏଫ) ଅଧ୍ୟକ୍ଷ ଜନ୍ ଚେମ୍ବରସ୍ ନୀତା ଅମ୍ବାନୀଙ୍କୁ ପ୍ରଦାନ କରାଯାଇଥିବା ପୁରସ୍କାର ସମ୍ପର୍କରେ ସୂଚନା ଦେଇ କହିଛନ୍ତି: “ଯେଉଁମାନେ ଜୀବନରେ ସଫଳ ହୋଇଛନ୍ତି ସେମାନଙ୍କ ପାଇଁ ଅନ୍ୟମାନଙ୍କୁ ସଫଳ ହେବାରେ ସାହାଯ୍ୟ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହିପରି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ନୀତା ଏମ ଅମ୍ବାନୀ, ଯିଏ ପରୋପକାରିତାର ଉଦାହରଣ ଅଟନ୍ତି ଏବଂ ରିଲାଏନ୍ସ ଫାଉଣ୍ଡେସନରେ କଳା, କ୍ରୀଡା, ସଂସ୍କୃତି ଏବଂ ଶିକ୍ଷା କ୍ଷେତ୍ରରେ ଅନୁକରଣୀୟ କାର୍ଯ୍ୟ କରିଛନ୍ତି।

ନୀତା ଅମ୍ବାନୀ ରିଲାଏନ୍ସ ଫାଉଣ୍ଡେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.