ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ଓଡିଶାର ମୁଖ୍ୟ ବିଚାରପତି

Published: Nov 3, 2023, 9:30 am IST

ଭୁବନେଶ୍ବର: ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ଓଡିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି। ଏ ନେଇ ଗତକାଲି ଭାରତର ମୁଖ୍ୟ ବିଚାରପତି ଡି ୱାଇ ଚନ୍ଦ୍ରଚୁଡଙ୍କ ଅଧ୍ୟକ୍ଷତାରେ ବସିଥିବା କଲେଜିୟମରେ ନିଷ୍ପତି ଗ୍ରହଣ କରାଯାଇଛି। ଜଷ୍ଟିସ ଚକ୍ରଧାରୀ ବର୍ତ୍ତମାନ ପାଟଣା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରହିଛନ୍ତି।

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଶୁଭାଶୀଷ ତାଳପତ୍ର ଅବସର ଗ୍ରହଣ ପରେ ଏହି ପଦବୀ ଖାଲିପଡିଥିଲା। ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ବିଦ୍ୟୁତ ରଂଜନ ଷଡଙ୍ଗୀ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

Related posts